Posted inଜାତୀୟ

ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ଓଡ଼ିଶା ଏଯାଏ ପ୍ରସ୍ତାବ ଦେଇନି: ରିଜିଜୁ

ନୂଆଦିଲ୍ଲୀ,୧୦ା୧୨: ଓଡ଼ିଶା ହାଇକୋର୍ଟର ବେଞ୍ଚ୍‌ ପ୍ରତିଷ୍ଠା ଲାଗି ରାଜ୍ୟ ସରକାର ଏପର୍ଯ୍ୟନ୍ତ ସବିଶେଷ ପ୍ରସ୍ତାବ ଦାଖଲ କରି ନ ଥିବା କେନ୍ଦ୍ର ଆଇନମନ୍ତ୍ରୀ କିରେନ ରିଜିଜୁ ଶୁକ୍ରବାର ଲୋକ ସଭାକୁ ସୂଚନା ଦେଇଛନ୍ତି। କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକାଙ୍କ ଏକ ଲିଖିତ ପ୍ରଶ୍ନ ଉପରେ ରିଜିଜୁ କହିଥିଲେ, ବିଭିନ୍ନ ସ୍ଥାନରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ଭିନ୍ନ ଭିନ୍ନ ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଆସୁଛି। ଓଡ଼ିଶା ସରକାର ମଧ୍ୟ ଅତୀତରେ ଏଥିପାଇଁ ଅନୁରୋଧ କରିଛନ୍ତି। ତେବେ ଏପର୍ଯ୍ୟନ୍ତ ସରକାରଙ୍କଠାରୁ ସମ୍ପୂର୍ଣ୍ଣ ପ୍ରସ୍ତାବ ମିଳିନାହିଁ।
ରିଜିଜୁ କହିଛନ୍ତି, ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ୍‌ ସ୍ଥାପନ ଲାଗି ରାଜ୍ୟ ସରକାର ଅନୁରୋଧ କରିଥିଲେ। ହାଇକୋର୍ଟଙ୍କ ସହ ଆଲୋଚନା କରି ପ୍ରସ୍ତାବିତ ବେଞ୍ଚ୍‌ ପ୍ରତିଷ୍ଠା ସ୍ଥାନ ସମେତ ସବିଶେଷ ବିବରଣୀ ଦାଖଲ କରିବାକୁ କେନ୍ଦ୍ର ଓଡ଼ିଶା ସରକାରଙ୍କୁ ପରାମର୍ଶ ଦେଇଥିଲେ। ହେଲେ ଏପର୍ଯ୍ୟନ୍ତ ରାଜ୍ୟ ସରକାର କୌଣସି ଜବାବ ରଖି ନ ଥିବା ମନ୍ତ୍ରୀ କହିଛନ୍ତି। ଜଶଓ୍ବନ୍ତ ସିଂ କମିଶନଙ୍କ ସୁପାରିସ ଏବଂ ବାର୍‌ ଆସୋସିଏଶନଗୁଡ଼ିକର ମହାସଂଘର ପରାମର୍ଶକ୍ରମେ ସୁପ୍ରିମକୋର୍ଟ ରାୟ ଆଧାରରେ ହାଇକୋର୍ଟ ବେଞ୍ଚ୍‌ ପ୍ରତିଷ୍ଠା ନିଷ୍ପତ୍ତି ନିଆଯାଇଥାଏ। ରାଜ୍ୟ ସରକାର ଆବଶ୍ୟକ ବ୍ୟୟ ଓ ଭିତ୍ତିଭୂମି ସୁବିଧା କରିଥାନ୍ତି। ଏଥିପାଇଁ ରାଜ୍ୟ ସରକାର ହାଇକୋର୍ଟର ମୁଖ୍ୟ ବିଚାରପତିଙ୍କ ସହ ପରାମର୍ଶ କରି ସବିଶେଷ ପ୍ରସ୍ତାବ ଦାଖଲ କରିବା ଆବଶ୍ୟକ। ଏହି ପ୍ରସ୍ତାବ ଉପରେ ରାଜ୍ୟପାଳଙ୍କ ସ୍ବୀକୃତି ଦରକାର ହୋଇଥାଏ। ଉଲ୍ଲେଖଯୋଗ୍ୟ, ପଶ୍ଚିମ ଓଡ଼ିଶାର ସମ୍ବଲପୁର ଏବଂ ଦକ୍ଷିଣ ଓଡ଼ିଶାର ବ୍ରହ୍ମପୁରଠାରେ ବେଞ୍ଚ୍‌ ପ୍ରତିଷ୍ଠା ଲାଗି ସମ୍ପୃକ୍ତ ଅଞ୍ଚଳର ଆଇନଜୀବୀମାନେ ଦାବି କରିଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?