୫ ଲକ୍ଷ ‘ଓମିସିଓର’ କିଟ୍‌ ମଗାଇଲା ଓଡ଼ିଶା

ଭୁବନେଶ୍ୱର, ୧୧।୧(ବ୍ୟୁରୋ): ଦେଶରେ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଭୂତାଣୁ ଚିହ୍ନଟ ପାଇଁ କରୋନା ଆକ୍ରାନ୍ତଙ୍କ ନମୁନାକୁ ଜିନୋମ ସିକ୍ୱେନ୍ସିଂ ପାଇଁ ଲାବ୍‌କୁ ପଠାଯାଉଛି। ରିପୋର୍ଟ ଆସିବାକୁ କିଛିଦିନ ସମୟ ଲାଗୁଥିବାରୁ ସଂକ୍ରମଣ ବଢ଼ିଯାଉଛି। କିନ୍ତୁ ଏହି ଭୂତାଣୁକୁ ଏବେ ସହଜରେ ଓ ଶୀଘ୍ର ଚିହ୍ନଟ କରିବ ‘ଓମିସିଓର’। କିଛିଦିନ ତଳେ ଟାଟା ପ୍ରସ୍ତୁତ କରିଥିବା ଏହି ଟେଷ୍ଟିଂ କିଟ୍‌କୁ ଇଣ୍ଡିଆନ କାଉନ୍‌ସିଲ୍‌ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ମଞ୍ଜୁରୀ ପ୍ରଦାନ କରିଛି। ତେବେ ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ‘ଓମିସିଓର’ କିଟ୍‌ କିଣିବାକୁ ଯାଉଛି। ସୋମବାର ଓଡ଼ିଶା ଷ୍ଟେଟ୍‌ ମେଡିକାଲ କର୍ପୋରେଶନ ଲିମିଟେଡ୍‌ (ଓଏସ୍‌ଏମ୍‌ସିଏଲ୍‌) ୫ ଲକ୍ଷ କିଟ୍‌ ପାଇଁ ଟାଟା ମେଡିକାଲ ଆଣ୍ଡ୍‌ ଡାଇଗ୍ନୋଷ୍ଟିକ୍ସ ଲିମିଟେଡ୍‌ (ଟାଟା ଏମ୍‌ଡି)କୁ ଅର୍ଡର ଦେଇଥିବା ଜଣାପଡ଼ିଛି। ଏହି କିଟ୍‌ ଆସିବା ପରେ ରାଜ୍ୟକୁ ଆଉ ଆକ୍ରାନ୍ତ ଲୋକଙ୍କ ନମୁନାର ଜିନୋମ ସିକ୍ୱେନ୍ସିଂ ପାଇଁ ଲାବ୍‌କୁ ପଠାଇ ଅପେକ୍ଷା କରିବାକୁ ପଡ଼ିବ ନାହିଁ। ଏହି କିଟ୍‌ ଦ୍ବାରା ଲୋକେ ଓମିକ୍ରନରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଜଣାପଡ଼ିଯିବ।
ଟାଟା ଏମ୍‌ଡିର ସିଇଓ ତଥା ପରିଚାଳନା ନିର୍ଦ୍ଦେଶକ ଗିରୀଶ କ୍ରିଷ୍ଣମୂର୍ତ୍ତି କହିଛନ୍ତି, ଓମିସିଓର ହେଉଛି ଏକମାତ୍ର ଟେଷ୍ଟ କିଟ୍‌, ଯାହା ଓମିକ୍ରନ୍‌ ଭାରିଆଣ୍ଟକୁ ସହଜରେ ଚିହ୍ନଟ କରିପାରିବ। ଏହା ଉପରେ ଭରସା କରି ପ୍ରଥମ ରାଜ୍ୟ ଭାବେ ଓଡ଼ିଶା ଏହାକୁ ଅର୍ଡର କରିଥିବାରୁ ଓଡ଼ିଶା ସରକାରଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛୁ। ଏବେ ଓମିକ୍ରନ ଭୂତାଣୁ ଚିହ୍ନଟ ନିମନ୍ତେ ଅନ୍ୟ କିଟ୍‌ ବ୍ୟବହାର କରାଯାଉଛି। ଭାରତରେ ଓମିକ୍ରନ୍‌ ଭାରିଆଣ୍ଟକୁ ଚିହ୍ନଟ କରିବା ପାଇଁ ବ୍ୟବହୃତ ହେଉଥିବା କିଟ୍‌ ଆମେରିକାର ଥର୍ମୋ ଫିସର କମ୍ପାନୀ ବିକଶିତ କରିଛି। ଭାରିଆଣ୍ଟକୁ ଚିହ୍ନିବା ପାଇଁ ଏହା ଏସ୍‌ ଜିନ୍‌ ଟାର୍ଗେଟ୍‌ ଫେଲିୟୋର ଷ୍ଟ୍ରାଟେଜି (ଏସ୍‌ଜିଟିଏଫ୍‌) କୌଶଳ ବ୍ୟବହାର କରୁଛି। ଏବେ ଆଇସିଏମ୍‌ଆର୍‌ ଟାଟାର ଯେଉଁ କିଟ୍‌କୁ ମଞ୍ଜୁରୀ ପ୍ରଦାନ କରିଛନ୍ତି, ତାହାର ନାମ ଟାଟା ଏମ୍‌ଡି ଚେକ୍‌ ଆର୍‌ଟି-ପିସିଆର୍‌ ଓମିସିଓର ରହିଛି ବୋଲି କ୍ରିଷ୍ଣମୂର୍ତ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri