ଜଳଜୀବନ ମିଶନ୍‌ରେ ଓଡ଼ିଶାକୁ ୮୩୧ କୋଟି

ଭୁବନେଶ୍ୱର, ୧।୧(ବ୍ୟୁରୋ): ଓଡ଼ିଶାରେ ଜଳଜୀବନ ମିଶନକୁ ତ୍ୱରାନ୍ବିତ କରିବା ପାଇଁ କେନ୍ଦ୍ର ସରକାର ୮୩୦ କୋଟି ୮୫ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଆଗାମୀ ୨୦୨୪ ସୁଦ୍ଧା ଓଡିଶା ‘ହର୍‌ ଘର ଜଲ’ ରାଜ୍ୟ ହେବା ପାଇଁ ଲକ୍ଷ୍ୟ ରଖିଛି। ରାଜ୍ୟରେ ୮୫.୬୭ ଲକ୍ଷ ଗ୍ରାମଞ୍ଚଳ ଘର ମଧ୍ୟରୁ ୩୫. ୩୭ ଲକ୍ଷ (୪୧. ୨୮%)ଘରେ ଟ୍ୟାପ ଯୋଗେ ପାଣି ଯୋଗାଣ ହେଉଛି। ଗ୍ରାମାଞ୍ଚଳରେ ପାଇପ୍‌ ପାଣି ଯୋଗାଇ ଦେବା ପାଇଁ ଜଳ ଯୋଗାଣ କାର୍ଯ୍ୟ ପୂର୍ଣ୍ଣମାତ୍ରାରେ ଚାଲୁଛି। ଶତପ୍ରତିଶତ ଗ୍ରାମାଞ୍ଚଳ ଘରେ ଜଳ ଯୋଗାଇଦେବା ନିମନ୍ତେ ବ୍ୟବସ୍ଥା କରାଯାଇଛି। ଜଳ ଜୀବନ ମିଶନ ଅଧୀନରେ ଗ୍ରାମା ଳରେ ଘରେ ଘରେ ପାଇପ ଯୋଗେ ପାଣି ଯୋଗାଇ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ଅଗ୍ରାଧିକାର ଦେଉଛନ୍ତି। ବଜେଟ୍‌ରେ ଏଥିପାଇଁ ୨୦୨୧-୨୨ ଆର୍ଥିକ ବର୍ଷରେ ୩, ୩୨୩.୪୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଥିବା ବେଳେ ଗତବର୍ଷ ଓଡ଼ିଶା ପାଇଁ ଏହା ୮୧୨. ୧୫ କୋଟି ଟଙ୍କା ଥିଲା। ଜନସ୍ବାସ୍ଥ୍ୟକୁ ଗୁରୁତ୍ୱ ଦେଇ ଟ୍ୟାପ ଯୋଗେ ପାଣି ଯୋଗାଣକୁ ଅଗ୍ରାଧିକାର ଦିଆଯାଇ ଦେଶରେ ଜଳର ଗୁଣାତ୍ମକମାନ ପରୀକ୍ଷା ପାଇଁ ୨୦୦୦ ପରୀକ୍ଷାଗାର ସ୍ଥାପନ କରାଯାଇଛି। ଜନସାଧାରଣ ଯେତେବେଳେ ଚାହିଁବେ ସେଠାରୁ ଜଳନମୁନା ନେଇ ସ୍ପଳ୍ପ ଦେୟରେ ନମୁନା ପରୀକ୍ଷା କରିପାରିବେ। ଓଡିଶାରେ ଏହିପରି ୭୭ଟି ପରୀକ୍ଷାଗାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

ଉଜ୍ଜୈନରୁ ଅହମଦାବାଦ, ବଙ୍ଗଳାରୁ ଓଡ଼ିଶା ପର୍ଯ୍ୟନ୍ତ ଝଲସିଲା ସାରା ଦେଶ; ମୋଦିଙ୍କ ଜନ୍ମଦିନରେ ଜଳିଲା କୋଟି କୋଟି ଦୀପ

ନୂଆଦିଲ୍ଲୀ,୧୭।୯: ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୬ ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ଏହି ସ୍ବତନ୍ତ୍ର ଅବସରକୁ ପାଳନ କରିବା ପାଇଁ ସାରା ଦେଶରେ ‘ସେବା-ସଂକଳ୍ପ ଅଭିଯାନ’…

NHAI ଉପରେ ସୁପ୍ରିମକୋର୍ଟଙ୍କ ପ୍ରଭାବ: ପ୍ରତି ୧୦୦ କିଲୋମିଟରରେ ଗୋଟିଏ ‘ପଶୁ ଆଶ୍ରୟସ୍ଥଳ’ ନିର୍ମାଣ କରାଯିବ

ନୂଆଦିଲ୍ଲୀ,୧୭।୯: ଜାତୀୟ ରାଜପଥରେ ବୁଲୁଥିବା ବୁଲା ପଶୁଙ୍କ ସମସ୍ୟା ଦେଶର ଅନେକ ରାଜ୍ୟକୁ ପ୍ରଭାବିତ କରୁଛି। ଏହି ପଶୁମାନଙ୍କ ଯୋଗୁ ଘଟୁଥିବା ଦୁର୍ଘଟଣାକୁ ନେଇ ସ୍ବତଃପ୍ରବୃତ୍ତ ଭାବେ…

ପାଣିରେ ବୁଡ଼ି ଚାଲିଗଲା ଯୁବତୀଙ୍କ ଜୀବନ

ଲାଞ୍ଜିଗଡ଼, ୧୭ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳର ଏକ ନାଳପାଣିରେ ବୁଡି ଜଣେ ଯୁବତୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ, ଧରାପଡ଼ିଲେ ଅଭିଯୁକ୍ତ

ବଞ୍ଚୋ,୧୭।୯(ପ୍ରଦୋଷ ବିଶ୍ୱାଳ ): ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ଅଭିଯୋଗରେ କେନ୍ଦୁଝର ଜିଲା ଘସିପୁରା ଥାନା ପୋଲିସ ଗୁରୁବାର ଜଣେ ଯୁବକଙ୍କୁ ଗିରଫ କରିଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ହସ୍ପିଟାଲରୁ ମହିଳାଙ୍କ ମୃତଦେହ ଜବତ, ବିଷକ୍ରିୟା ସନ୍ଦେହ…

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୁରୁବାର ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ପ୍ରହଲ୍ଲାଦ ସେଠୀଙ୍କ ସ୍ତ୍ରୀ ସାବିତ୍ରୀ ସେଠୀ(୪୫)ଙ୍କ ମୃତଦେହ ବ୍ରହ୍ମପୁର ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?