Posted inଖେଳ

ସମ୍ମାନ ରଖିଲେ ଶୁଭ୍ରାଂଶୁ, ଧୂପର

ଭୁବନେଶ୍ୱର, ୧୩।୧(ତପନ ସ୍ବାଇଁ): ଇନ୍ଦୋରସ୍ଥିତ ଇମରଲାଣ୍ଡ ହାଇଟ୍ସ ଇଣ୍ଟରନ୍ୟାଶନାଲ ସ୍କୁଲ ଗ୍ରାଉଣ୍ଡରେ ଓଡ଼ିଶା ଓ ମଧ୍ୟପ୍ରଦେଶ ମଧ୍ୟରେ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ପରେ ଶୁଭ୍ରାଂଶୁ ସେନାପତି ଓ ରାଜେଶ ଧୂପର ଶତକୀୟ ଭାଗୀଦାରି ଗଢ଼ି ଦଳର ସମ୍ମାନ ରଖିଛନ୍ତି। ପ୍ରଥମ ଦିବସ ଷ୍ଟମ୍ପ୍ସ ପ୍ରତ୍ୟାହୃତ ହେବା ବେଳକୁ ଓଡ଼ିଶା ପ୍ରଥମ ଇନିଂସରେ ୮୫.୩ ଓଭର ଖେଳି ୬ ଉଇକେଟରେ ୨୦୮ ରନ କରିଛି। ଓଡ଼ିଶା ପାଇଁ ହର୍ଷିତ ରାଠୋଡ୍‌ ଏବଂ ମଧ୍ୟପ୍ରଦେଶ ପକ୍ଷରୁ ଆର୍ଯ୍ୟନ ପାଣ୍ଡେ ଓ ଅମରଜିତ ସିଂ ପ୍ରଥମଶ୍ରେଣୀ କ୍ରିକେଟ କ୍ୟାରିୟର ଆରମ୍ଭ କରିଛନ୍ତି।

ବରୋଦା ବିପକ୍ଷ ମ୍ୟାଚ ଖେଳିଥିବା ଓଡ଼ିଶା ଦଳରେ ୪ ପରିବର୍ତ୍ତନ କରାଯାଇଥିଲା। କାର୍ତ୍ତିକ ବିଶ୍ୱାଳ, ଆଶୀର୍ବାଦ ସ୍ବାଇଁ, ଦେବବ୍ରତ ପ୍ରଧାନ ଓ ରାଜେଶ ମହାନ୍ତିଙ୍କ ସ୍ଥାନରେ ପ୍ରୟାସ ସିଂ, ରାଜେଶ ଧୂପର, ହର୍ଷିତ ରାଠୋଡ ଓ ସୁନୀଲ ରାଉଳଙ୍କୁ ସୁଯୋଗ ଦିଆଯାଇଥିଲା। ଦୁଇଦିନ ତଳେ ଦଳରେ ସାମିଲ ହୋଇଥିବା ହର୍ଷିତ ରାଠୋଡଙ୍କୁ ଓଡ଼ିଶା କ୍ୟାପ୍‌ ପ୍ରଦାନ କରିଥିଲେ ମୁଖ୍ୟ କୋଚ୍‌ ଦୀନେଶ ମୋଙ୍ଗିଆ। ଟସ୍‌ ଜିତି ମଧ୍ୟପ୍ରଦେଶ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଆଦିତ୍ୟ ଶ୍ରୀବାସ୍ତବଙ୍କ ନିଷ୍ପତ୍ତିକୁ ଉଚିତ ସାବ୍ୟସ୍ତ କରି ମଧ୍ୟପ୍ରଦେଶ ବୋଲରମାନେ ମାତ୍ର ୩୮ ରନ ମଧ୍ୟରେ ୪ ଉଇକେଟ ଅକ୍ତିଆର କରି ଓଡ଼ିଶାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ ଘଟାଇଥିଲେ। ଅଧିନାୟକ ଶାନ୍ତନୁ ମିଶ୍ର ୨, ଅନୁରାଗ ଷଡ଼ଙ୍ଗୀ ୯, ସନ୍ଦୀପ ପଟ୍ଟନାୟକ ୧୧ ଓ ଗୋବିନ୍ଦ ପୋଦ୍ଦାର ୫ ରନ କରି ଆଉଟ ହୋଇଥିଲେ। ଅଭିଜ୍ଞ ଶୁଭ୍ରାଂଶୁ ସେନାପତି ଓ ଉଇକେଟ କିପର ରାଜେଶ ଧୂପର ସତର୍କତାର ସହ ବ୍ୟାଟିଂ କରି ବ୍ୟକ୍ତିଗତ ଅର୍ଦ୍ଧଶତକ ହାସଲ କରିବା ସହ ୫ମ ଉଇକେଟରେ ୨୪୫ ବଲ୍‌ରୁ ୧୧୮ ରନ ଯୋଗ କରି ଦଳର ସମ୍ମାନ ରଖିଥିଲେ। ୬୨ତମ ଓଭରରେ ଧୂପର ଆଉଟ ହେବା ସହ ଏହି ଯୋଡ଼ି ଭାଙ୍ଗିଥିଲା। ୧୪୧ଟି ବଲ୍‌ର ସମ୍ମୁଖୀନ ହୋଇଥିବା ଧୂପର ୬ ଚୌକା ଓ ୧ ଛକା ସହାୟତାରେ ୫୧ ରନ କରିଥିଲେ। ଶୁଭ୍ରାଂଶୁଙ୍କ ସହ ୬ଷ୍ଠ ଉଇକେଟରେ ମୂଲ୍ୟବାନ ୫୨ ରନର ପାର୍ଟନରଶିପ୍‌ ଗଢ଼ି ପ୍ରୟାସ ସିଂ ଆଉଟ ହେବା ସହ ଅମ୍ପାୟର ଖେଳକୁ ବନ୍ଦ ରଖିଥିଲେ। ପ୍ରୟାସ ୭୩ ବଲ୍‌ରୁ ୨୭ ରନକରି ପ୍ୟାଭିଲିୟନ ଫେରିଥିବାବେଳେ ଶୁଭ୍ରାଂଶୁ ୮୭ (୨୦୮ ବଲ, ୬ ଚୌକା, ୧ ଛକା) ରନରେ ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

ଆଜି ଦେଶବ୍ୟାପୀ ବିକ୍ଷୋଭ: ମହାତ୍ମା ଗାନ୍ଧୀଙ୍କ ଫଟୋ ଧରି…

ନୂଆଦିଲ୍ଲୀ,୧୭ା୧୨(ପି.ଟି.):ଏମ୍‌ଜିଏନ୍‌ଆର୍‌ଇଜିଏ ନାଁ ବଦଳାଇବା ପାଇଁ କେନ୍ଦ୍ର ସରକାର ଆଣିଥିବା ଭିବି-ଜି ରାମ ଜି ବିଲ୍‌ ବିରୋଧରେ କଂଗ୍ରେସ ବୁଧବାର ଦେଶବ୍ୟାପୀ ବିକ୍ଷୋଭ କରିବାକୁ ଘୋଷଣା କରିଛି।...

ସ୍ବିଫ୍ଟ କାର୍‌ରେ ପାର୍ଟନର୍‌ଙ୍କୁ ବସାଇ ଜଙ୍ଗଲକୁ ନେଲେ ବୟଫ୍ରେଣ୍ଡ: ଆଉ ତା’ପରେ କଲେ ଏମିତି କାଣ୍ଡ

ଲକ୍ଷ୍ନୌ,୧୭ା୧୨:ଉତ୍ତରପ୍ରଦେଶରେ ଏକ ବୀଭତ୍ସ ହତ୍ୟା ଘଟଣା ଘଟିଛି। ଜଣେ ଟ୍ୟାକ୍ସି ଡ୍ରାଇଭର ତାଙ୍କ ସ୍ତ୍ରୀ ଉମା(୩୦)ଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଜଙ୍ଗଲ ମଧ୍ୟରେ ଫିଙ୍ଗିଦେଇଥିଲେ।...

କମ୍ୟୁନିଟି ସେଣ୍ଟର ସ୍ଥାନାନ୍ତର ଉଦ୍ୟମକୁ ବିରୋଧ: ବିରୋଧ କଲା ଜିଲା ଆଦିବାସୀ କଲ୍ୟାଣ ସଂଘ

ଅମରପାଲି,୧୭/୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ହୋତାପାଲି ( ସୁରଧାପାଲି) ଠାରେ ନିର୍ମାଣ ହେବାକୁ ଥିବା ଏକ କମ୍ୟୁନିଟି ସେଣ୍ଟର...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri