ସାରା ବିଶ୍ୱରେ ଓଡ଼ିଶା ଚାଉଳର ଚାହିଦା ସର୍ବାଧିକ

ଭୁବନେଶ୍ୱର,୫।୯ (ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ମଧ୍ୟ ଅଲ ଓଡ଼ିଶା ରାଇସ ମିଲର୍ସ ଆସୋଶିଏଶନ (ଅରୋମା/ଏଓଆରଏମଏ)ର ୨ ଦିନିଆ ଅଲ ଓଡିଶା ରାଇସ ମିଲର୍ସ କନକ୍ଲେଭ-୨୦୨୪ ବୁଧବାର ଉଦ୍‌ଯାପିତ ହୋଇଯାଇଛି।
ଉଲ୍ଲେଖଯୋଗ୍ୟ, ଉଭୟ ସରକାରୀ ଓ ଘରୋଇ ପ୍ରତିଷ୍ଠାନର ମିଳିତ ସହଯୋଗରେ ସେପ୍ଟେମ୍ବର ୩ରୁ ଆୟୋଜିତ ଏହି ୨ ଦିନିଆ ସମ୍ମିଳନୀରେ ରାଜ୍ୟର ପ୍ରାୟ ୫୦୦ ମିଲର୍ସ ଓ ୧୫୦୦ରୁ ଅଧିକ ପ୍ରତିନିଧି ଯୋଗ ଦେଇଥିଲେ। ସମ୍ମିଳନୀର ୨ୟ ଦିନ ବା ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଥିଲେ, ଓଡ଼ିଶାର ଚାଉଳ ସାରା ବିଶ୍ୱରେ ସର୍ବାଧିକ ଚାହିଦା ବହନ କରିଥାଏ। କାରଣ ଆମ ମିଲର୍ସମାନେ ଉନ୍ନତମାନ ଚାଉଳ ଉତ୍ପାଦନ ସହ ରପ୍ତାନି ମଧ୍ୟ କରିଥାନ୍ତି। ବିଶେଷକରି ଗୁଣାତ୍ମକମାନର କଞ୍ଚାମାଲ ଓ ଠିକ୍‌ ଭାବେ ତା’ର ପ୍ରସ୍ତୁତି ଯୋଗୁ ଚାଉଳମାନ ଉଚ୍ଚ କୋଟିର ହୋଇଥାଏ ବୋଲି ସାମଲ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ସେହିଭଳି ବାଚସ୍ପତି ସୁରମା ପାଢ଼ୀ କହିଥିଲେ ମିଲର୍ସମାନେ କୃଷକଙ୍କର ମେରୁଦଣ୍ଡ ଭାବେ କାର୍ଯ୍ୟ କରିଥାନ୍ତି। ସେମାନେ ଆମର ଚାଷୀଭାଇଙ୍କଠାରୁ ଧାନ କ୍ରୟ କରି ଠିକ୍‌ ଭାବେ ତା’ର ପ୍ରକ୍ରିୟାକରଣ କରି ଉଭୟ ଘରୋଇ ଓ ବିଦେଶ ବଜାରର ଚାହିଦା ମେଣ୍ଟାଇଥାନ୍ତି। ଅପରପକ୍ଷରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ଗୋକୁଳାନନ୍ଦ ମଲିକ ଉଭୟ ଚାଷୀ ଓ ମିଲର୍ସଙ୍କ ସମ୍ପର୍କ ସହିତ ସରକାରଙ୍କ ସହଯୋଗ ଆଦି ବିଷୟରେ ବିସ୍ତୃତ ଭାବେ ଆଲୋକପାତ କରିଥିଲେ। ଏ ସମ୍ପର୍କରେ ଅରୋମାର ସଭାପତି ମହେଶ କୁମାର ବଂଶଲ ମିଲର୍ସମାନଙ୍କର ଆବଶ୍ୟକତା ଓ ବିଭିନ୍ନ ସମସ୍ୟା ଉପରେ ବିସ୍ତୃତ ଆଲୋଚନା କରିଥିଲାବେଳେ ସମ୍ପାଦକ ଲକ୍ଷ୍ମୀନାରାୟଣ ଦୀପକ ରଞ୍ଜନ ଦାସ ଦରବୃଦ୍ଧି ଓ ସବ୍‌ସିଡି ଓ ସରକାରୀ ସୁବିଧା ଆଦି ସମ୍ପର୍କରେ ବିସ୍ତୃତ ଭାବେ ମତପ୍ରକାଶ କରିଥିଲେ। ସେହିଭଳି ବିଭିନ୍ନ ବିଷୟ ଉପରେ ସ୍ବତନ୍ତ୍ର ଆଲୋଚନା ଓ ଅଧିବେଶନ ଆୟୋଜନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ବୋଟ୍‌ରୁ କାଢ଼ୁଥିଲେ ମାଛ ହଠାତ୍‌ ଟଳିପଡ଼ିଲେ…

ବାଲେଶ୍ୱର,୨୩।୩(ବାଞ୍ଛାନିଧି ଦେ): ବିଷାକ୍ତ ଗ୍ୟାସ ଯୋଗୁ ଦୁଇ ଜଣ ବୋଟ କର୍ମଚାରୀଙ୍କ ମତ୍ୟୁ ଅଭିଯୋଗ ହୋଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମେରାଇନ ଥାନା ନାଉପାଳଗଡ଼ିରେ ଏଭଳି ଘଟଣା…

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri