ଟିକା ପାଇଁ କେନ୍ଦ୍ରକୁ ଚିଠି ଲେଖିଲା ଓଡ଼ିଶା

ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍‌ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ରାଜ୍ୟ ସରକାର ଏନେଇ ସର୍ତକତାମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଶୁକ୍ରବାର କେନ୍ଦ୍ର ସରକାରଙ୍କୁ ଚିଠି ଲେଖି କୋଭିଡ୍‌ ପ୍ରିକଶନ ଟିକା ବା ବୁଷ୍ଟର ଡୋଜ୍‌ ଟିକାକରଣ କାର୍ଯ୍ୟକ୍ରମ ପୁଣିଥରେ ଆରମ୍ଭ କରିବାକୁ ଅନୁରୋଧ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି କହିଛନ୍ତି, ରାଜ୍ୟରେ ଏପର୍ଯ୍ୟନ୍ତ ୮.୧୪ କୋଟି କୋଭିଡ୍‌ ଟିକା ଦିଆସରିଛି। ୧୨ବର୍ଷ ବୟସରୁ ଊର୍ଦ୍ଧ୍ୱ ୩.୫୨ କୋଟି(୯୭%) ଲୋକ ପ୍ରଥମ ଡୋଜ୍‌ ନେଇଥିବାବେଳେ ୩.୩୦କୋଟି ଲୋକ(୯୧%) ଦ୍ୱିତୀୟ ଡୋଜ୍‌ ନେଇସାରିଛନ୍ତି। ସେହିପରି ୧୮ବର୍ଷ ବୟସରୁ ଅଧିକ ୧.୩୧ କୋଟି ଲୋକ(୪୧%) ପ୍ରିକଶନ୍‌ ଡୋଜ୍‌ ନେଇଛନ୍ତି। ତେବେ ଭାରତ ସରକାର ଦେଇଥିବା କୋଭିଡ୍‌ ଟିକା ୨୦୨୨ ନଭେମ୍ବର ୨୮ ସୁଦ୍ଧା ଶେଷ ହୋଇସାରିଛି। ଏବେ ରାଜ୍ୟରେ ସରକାରୀ ଭାବେ କୋଭିଡ୍‌ ଟିକା ମହଜୁଦ ନାହିଁ। କିନ୍ତୁ ଏବେ ବିଦେଶରେ ସଂକ୍ରମଣ ବ୍ୟାପୁଥିବାରୁ ପ୍ରିକଶନ୍‌ ଡୋଜ୍‌ ନେବା ପାଇଁ ଲୋକମାନେ ଆଗ୍ରହ ଦେଖାଇବା ସହ ଚାପ ପକାଉଛନ୍ତି। ରାଜ୍ୟରେ ୧୮ବର୍ଷ ବୟସରୁ ଅଧିକ ୩.୨୫କୋଟି ଲୋକ ପ୍ରିକଶନ ଡୋଜ୍‌ ପାଇଁ ଯୋଗ୍ୟ ଥିବାବେଳେ ମାତ୍ର ୧.୩୧ କୋଟି ଲୋକଙ୍କୁ ଦେବା ସମ୍ଭବ ହୋଇଛି। ଏବେବି ୧.୯୩ କୋଟି ଲୋକ (୫୯%) ଟିକା ନେଇନାହାନ୍ତି। ତେଣୁ ସରକାରୀ ଟିକା କେନ୍ଦ୍ରରେ ଏହି ବାକି ଥିବା ଲୋକଙ୍କୁ ପ୍ରିକଶନ ଡୋଜ୍‌ ଦେବା ନିମନ୍ତେ ଆବଶ୍ୟକ ଟିକା ଯୋଗାଇ ଦେବାକୁ ପଦକ୍ଷେପ ନେବା ପାଇଁ ସ୍ବାସ୍ଥ୍ୟ ସଚିବ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri