ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଡାକରା

ନୂଆପଡ଼ା,,୮ା୩(ମକାରୁ ବେମାଲ): ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଦୀର୍ଘ ୨୦ବର୍ଷ ହେବ କାର୍ଯ୍ୟରତ ଥାଇ ମଧ୍ୟ ସରକାରୀ ମାନ୍ୟତା ପାଇନାହାନ୍ତି ା ଏହାକୁ ନେଇ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ସମିତି ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି କର୍ମଚାରୀମାନେ ଏହି ସୂଚନା ଦେଇଛନ୍ତି ା ୨୦୦୫ରୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ଅଧୀନରେ ୪୨ ଶହ କର୍ମଚାରୀ କାର୍ଯ୍ୟ କରିଆସୁଛନ୍ତି ା ଜନସ୍ବାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରି ସ୍ଥାୟୀ ପାଇଁ ଦୀର୍ଘବର୍ଷ ହେବ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ସେଥିପାଇଁ ସଂଘ ନିର୍ଦ୍ଦେଶକ୍ରମେ ମାର୍ଚ୍ଚ ୩ରୁ ୯ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପରିଧାନ କରିବା ସହ ୧୦ରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବରେ ଭୁବନେଶ୍ୱର ଲୋୟର ପିଏମ୍‌ଜି ଠାରେ ଧାରଣାରେ ବସିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଖବରଦାତା ସମ୍ମିଳନୀରେ ସଭାପତି ଦିବ୍ୟରଞ୍ଜନ ନାଏକ, ସମ୍ପାଦକ ନରେନ୍ଦ ପ୍ରଧାନ, ଉପସଭାପତି ଦେବୀ ପ୍ରସାଦ ମିଶ୍ର, ହେମନ୍ତ ଯୋଶୀ, ସୁଜିତ କୁମାର ସୁପକାର, ସନ୍ତୋଷ କୁମାର ସାହୁ, ଦିଲିପ ଦୁବେ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri