ଓଡ଼ିଶା ସ୍ବାସ୍ଥ୍ୟ ମିଶନ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଡାକରା

ନୂଆପଡ଼ା,,୮ା୩(ମକାରୁ ବେମାଲ): ଓଡ଼ିଶା ସ୍ବାସ୍ଥ୍ୟ ମିଶନ ପରିଚାଳନା କର୍ମଚାରୀ ଦୀର୍ଘ ୨୦ବର୍ଷ ହେବ କାର୍ଯ୍ୟରତ ଥାଇ ମଧ୍ୟ ସରକାରୀ ମାନ୍ୟତା ପାଇନାହାନ୍ତି ା ଏହାକୁ ନେଇ ସେମାନେ କାର୍ଯ୍ୟବନ୍ଦ ଡାକରା ଦେଇଛନ୍ତି। ଜିଲା ସ୍ବାସ୍ଥ୍ୟ ସମିତି ସଭାଗୃହଠାରେ ଶୁକ୍ରବାର ଏକ ଖବରଦାତା ସମ୍ମିଳନୀ କରି କର୍ମଚାରୀମାନେ ଏହି ସୂଚନା ଦେଇଛନ୍ତି ା ୨୦୦୫ରୁ ଜାତୀୟ ସ୍ବାସ୍ଥ୍ୟ ମିଶନ ଓଡ଼ିଶା ଅଧୀନରେ ୪୨ ଶହ କର୍ମଚାରୀ କାର୍ଯ୍ୟ କରିଆସୁଛନ୍ତି ା ଜନସ୍ବାସ୍ଥ୍ୟ ପରିଚାଳନା ପଦବୀ ସୃଷ୍ଟି ଓ ଚାକିରି ସ୍ଥାୟୀ ପାଇଁ ଦୀର୍ଘବର୍ଷ ହେବ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ସେଥିପାଇଁ ସଂଘ ନିର୍ଦ୍ଦେଶକ୍ରମେ ମାର୍ଚ୍ଚ ୩ରୁ ୯ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ୍‌ ପରିଧାନ କରିବା ସହ ୧୦ରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଶାନ୍ତିପୂର୍ଣ୍ଣ ଭାବରେ ଭୁବନେଶ୍ୱର ଲୋୟର ପିଏମ୍‌ଜି ଠାରେ ଧାରଣାରେ ବସିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଖବରଦାତା ସମ୍ମିଳନୀରେ ସଭାପତି ଦିବ୍ୟରଞ୍ଜନ ନାଏକ, ସମ୍ପାଦକ ନରେନ୍ଦ ପ୍ରଧାନ, ଉପସଭାପତି ଦେବୀ ପ୍ରସାଦ ମିଶ୍ର, ହେମନ୍ତ ଯୋଶୀ, ସୁଜିତ କୁମାର ସୁପକାର, ସନ୍ତୋଷ କୁମାର ସାହୁ, ଦିଲିପ ଦୁବେ ପ୍ରମୁଖ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ହୋଇଗଲା କି Ayesha Khanଙ୍କ ନିର୍ବନ୍ଧ? ମିଷ୍ଟ୍ରି ମ୍ୟାନ୍‌ଙ୍କ ସହ ରୋମାଣ୍ଟିକ ଫଟୋ ଶେୟାର କରି ଚମକାଇଲେ

ମୁମ୍ବାଇ: ଟିଭି ଏବଂ ବଲିଉଡ଼ର ଜଣାଶୁଣା ଅଭିନେତ୍ରୀ ଆୟଶା ଖାନ ପ୍ରାୟତଃ କୌଣସି ନା କୌଣସି କାରଣରୁ ଚର୍ଚ୍ଚାରେ ରୁହନ୍ତି। ’ବିଗ ବସ 17’ ରୁ ଆରମ୍ଭ…

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

ପାଳିବନ୍ଧ ପଞ୍ଚାୟତ ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ ଆଣିଲେ ପୂର୍ବତନ ସମିତି ସଭ୍ୟ, କେଉଁ ନିୟମରେ ସର୍ଭେ…

ଗଞ୍ଜାମ,୧୮।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ହେଉଥିବା ଅଭିଯୋଗ ହୋଇଆସୁଥିବା ବେଳେ ଏବେ ଆବାସ ଯୋଜନାରେ ବ୍ୟାପକ ଦୁର୍ନୀତି…

ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ଆଲୋକୀକରଣ ବ୍ୟବସ୍ଥା: ୧୦ ଲକ୍ଷର ସୋଲାର ହାଇମାକ୍ସ ଲାଇଟ୍ ଅଚଳ, ତହସିଲରୁ ମାର୍କେଟ୍ ଯାଏ ଅନ୍ଧାର

ଥୁଆମୂଳ ରାମପୁର,୧୮।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ସଦର ମହକୁମାରେ ଆଲୋକୀକରଣ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଗୋଟିଏ ପଟେ ମାନ୍ୟବର ରାଜ୍ୟସଭା MP ସୁଜିତ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri