ଜୁନ୍‌ରେ ଉତ୍ତପ୍ତ ଓଡ଼ିଶା: ସ୍ବାଭାବିକଠାରୁ ଅଧିକ ତାତି

ଭୁବନେଶ୍ୱର,୧ା୭ (ଅନିଲ ଦାସ): ଜୁନ୍‌ ମାସରେ ରାଜ୍ୟକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେବାକୁ ପଡିଛି। ଜୁନ୍‌ ପହିଲାରୁ ୩୦ ତାରିଖ ମଧ୍ୟରେ ରାଜ୍ୟରେ ୧୪ ଦିନ ହିଟ୍‌ଓ୍ବେଭ ବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇଛି। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ଏ ନେଇ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏଥିଯୋଗୁ ରାଜ୍ୟବାସୀଙ୍କୁ କଲବଲ ହେବାକୁ ପଡ଼ିଛି। ରାଜ୍ୟରେ ଜୁନ୍‌ ମାସରେ ସ୍ବାଭାବିକ ତାପମାତ୍ରା ୩୬ରୁ ୩୮ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିଥାଏ। ତେବେ ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ସର୍ବୋଚ୍ଚ ତାପମାତ୍ରା ସ୍ବାଭାବିକଠାରୁ ୪ରୁ ୬ ଡିଗ୍ରୀ ସେଲ୍‌ସିୟସ ଯାଏ ବୃଦ୍ଧି ହେବା ସହିତ ଆର୍ଦ୍ରତା ପରିମାଣ ପ୍ରାୟ ୮୦ ପ୍ରତିଶତକୁ ଛୁଇଁଛି। ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ୪୨ ଡିଗ୍ରୀ ଉପରେ ରହିବା ସହ କେତେକ ସ୍ଥାନରେ ୪୪ରୁ ୪୬ ଡିଗ୍ରୀ ସେଲ୍‌ସିୟସକୁ ମଧ୍ୟ ଛୁଇଁଛି। ତାତି ବଢ଼ିବା ଯୋଗୁ ପଶ୍ଚିମ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହୋଇଥିବା ବେଳେ ଆର୍ଦ୍ରତା ବଢ଼ିବା ଯୋଗୁ ଉପକୂଳ ଓଡ଼ିଶାରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହୋଇଛି।
ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଜୁନ୍‌ରେ ଦେଶର ସର୍ବାଧିକ ଉତ୍ତପ୍ତ ୮ଟି ରାଜ୍ୟ ମଧ୍ୟରେ ଓଡ଼ିଶା ଅନ୍ୟତମ। ଜୁନ୍‌ ମାସରେ ପୂର୍ବ ବର୍ଷ ଅପେକ୍ଷା ଅଧିକ ଦିନ ହିଟ୍‌ଓ୍ବେଭ ବା ଗ୍ରୀଷ୍ମ ପ୍ରବାହ ହୋଇଛି। ପୂର୍ବ ଭାରତରେ ସ୍ବାଭାବିକଠାରୁ ଅଧିକ ଉତ୍ତପ୍ତ ବାୟୁ ପ୍ରବାହିତ ହୋଇଛି। ପଶ୍ଚିମବଙ୍ଗ, ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ରେ ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ବହୁ ମାତ୍ରାରେ ବଢ଼ିଯାଇଛି। ଜୁନ୍‌ ମାସରେ ବିହାରରେ ୧୯ ଦିନ ହିଟ୍‌ଓ୍ବେଭ ପ୍ରବାହିତ ହୋଇଥିବା ବେଳେ ପଶ୍ଚିମବଙ୍ଗ ୧୭, ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଆନ୍ଧ୍ର ପ୍ରଦେଶରେ ୧୪ ଦିନ ହିଟ୍‌ଓ୍ବେଭ ପ୍ରବାହିତ ହୋଇଛି । ଏଥିସହିତ ମଧ୍ୟପ୍ରଦେଶ, ବିଦର୍ଭ ଏବଂ ତେଲଙ୍ଗାନାରେ ମଧ୍ୟ ସ୍ବାଭାବିକଠାରୁ ଅଧିକ ଗ୍ରୀଷ୍ମ ପ୍ରବାହ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହରାଞ୍ଚଳରେ ସ୍ବଚ୍ଛ ବାୟୁ ପାଇଁ ‘ଲିକ୍ୱିଡ୍‌ ଟ୍ରି’

ଧାନବାଦ,୮ା୭(ପିଟି): କାଉନ୍‌ସିଲ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ ଏବଂ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମାଇନିଂ ଆଣ୍ଡ ଫୁଏଲ ରିସର୍ଚ୍ଚ (ସିଏସ୍‌ଆଇଆର-ସିଆଇଏମ୍‌ଏଫ୍‌ଆର)ର ଗବେଷକମାନେ ଭାରତର ପ୍ରଥମ ମୋବାଇଲ…

ଜଳବାୟୁ ପରିବର୍ତ୍ତନ ରୋକିବାକୁ ବୃକ୍ଷରୋପଣ ଏକମାତ୍ର ସମାଧାନ

ଭୁବନେଶ୍ୱର,୮।୭(ସୁନିତ୍‌ ମିଶ୍ର): ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ଗ୍ରୀଷ୍ମ ଲହରର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ ସମାଧାନ। ବିକାଶ ଓ ପରିବେଶ ପରସ୍ପରର…

ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ପ୍ରଶଂସା କଲେ ମୋଦି: କହିଦେଲେ ଏମିତି, ଚାରିଆଡେ ଚର୍ଚ୍ଚା

ଜାକର୍ତ୍ତା,୮ା୭: ଇଣ୍ଡୋନେସିଆ ସ୍ବାଧୀନତା ସଂଗ୍ରାମରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତାଙ୍କୁ ଉଚ୍ଚ ପ୍ରଶଂସା କରିଛନ୍ତି। ବିଜୁଙ୍କ…

ଆଜି ଏହି ୨ ଜିଲାରେ ଝଡ଼ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୮ା୭(ବନ୍ଦନା ସେଠୀ): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତରଓଡ଼ିଶା -ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଅବପାତ ଦୁର୍ବଳ…

ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ଆବେଦନ ଆରମ୍ଭ: ଶେଷ ତାରିଖ ରହିଛି…

ଭୁବନେଶ୍ୱର,୮ା୭(ସୁଚିସ୍ମିତା ସାହୁ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ ଗବେଷଣା ଫେଲୋଶିପ୍‌ ୨୦୨୬-୨୭ ପାଇଁ ସରକାରୀ ବିଶ୍ୱବିଦ୍ୟାଳୟରେ ପିଏଚ୍‌ଡିରେ ପଞ୍ଜୀକୃତ ଗବେଷକମାନେ ସାମ୍ସ ପୋର୍ଟାଲ ମାଧ୍ୟମରେ…

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri