Posted inରାଜ୍ୟ

ହାଇକୋର୍ଟଙ୍କ ଗୁରୁତ଼୍ବପୂର୍ଣ୍ଣ ରାୟ, ଏଥର ମିଳିବ ୬ମାସ ଛୁଟି

ଭୁବନେଶ଼୍ବର, ୦୬।୦୭: ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କ ପାଇଁ ମାତୃକାଳୀନ ଛୁଟିକୁ ନେଇ ଓଡ଼ିଶା ହାଇକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି । କୋର୍ଟ ତାଙ୍କ ନିଷ୍ପତ୍ତିରେ କହିଛନ୍ତି ଯେ, ସରୋଗେସି ପଦ୍ଧତିରେ ମାଆ ହେଉଥିବା ମହିଳା କର୍ମଚାରୀ ମାତୃକାଳୀନ ଛୁଟି ନେବାକୁ ହକ୍‌ଦାର । ଏହି ନିୟମ କେବଳ ମହିଳାଙ୍କ ପାଇଁ ଲାଭଦାୟକ ନୁହେଁ ବରଂ ନବଜାତ ଶିଶୁର ସ଼୍ବାସ୍ଥ୍ୟ ପାଇଁ ମଧ୍ୟ ଅତ୍ୟାବଶ୍ୟକ । ଜଣେ ମହିଳା କର୍ମଚାରୀ ଦାଏର କରିଥିବା ମାମଲାର ଶୁଣାଣି କରି ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ସଞ୍ଜିବ୍‌ କୁମାର ପାଣିଗ୍ରାହୀଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି ।

କୋର୍ଟ ଏହି ନିଷ୍ପତ୍ତିରେ କହିଛନ୍ତି ଯେ, ସମ଼୍ବିଧାନର ଆର୍ଟିକିଲ୍‌ ୨୧ ଅନୁସାରେ, ଜୀବନର ଅଧିକାର, ମାଆ ହେବାର ଅଧିକାର ସହିତ ଶିଶୁର ମଧ୍ୟ ସମ୍ପୂର୍ଣ୍ଣ ବିକାଶର ଅଧିକାର ରହିଛି । ଏଥିସହିତ କୋର୍ଟ ଆହୁରି କହିଛନ୍ତି ଯେ, ସରକାର ସାଧାରଣ ଭାବେ ମାତୃତ଼୍ବ ପାଇଁ ଛୁଟି ଦେଉଥିବା ବେଳେ ସରୋଗେସିରେ ମାଆ ହେଉଥିବା କର୍ମଚାରୀଙ୍କୁ ଏହି ଅଧିକାରରୁ ବଞ୍ଚିତ କରିବା ଅନୁଚିତ୍‌ ।

ଗୋପବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେସନ୍‌ରେ ଆକାଉଣ୍ଟ ବିଭାଗର ଜଏଣ୍ଟ ଡାରେକ୍ଟର ଥିବା ଜଣେ ମହିଳା କର୍ମଚାରୀ ଏହି ମାମଲା ଦାଏର କରିଥିଲେ । ଉକ୍ତ ମହିଳା କର୍ମଚାରୀ ୨୦ ଅକ୍ଟୋବର ୨୦୧୮ରେ ସରୋଗେସିରେ ମାଆ ହୋଇଥିଲେ । ସେ୨୫ ଅକ୍ଟୋବରରୁ ୨୦୧୮ରୁ ୨୨ ଏପ୍ରିଲ୍‌ ୨୦୧୯ ପର୍ଯ୍ୟନ୍ତ ମାତୃତ଼୍ବକାଳୀନ ଛୁଟି ପାଇଁ ଆବେଦନ କରିଥିଲେ । ହେଲେ ଆକାଉଣ୍ଟସ୍‌ ବିଭାଗ ସରୋଗେସିରେ ମାଆ ହେଉଥିବା ମହିଳା କର୍ମଚାରୀଙ୍କୁ ଛୁଟି ପ୍ରଦାନ ଲାଗି ସେମିତି ନିୟମ ନାହିଁ ବୋଲି କହି ତାଙ୍କ ଆବେଦନ ଦରଖାସ୍ତ ଫେରାଇ ଦେଇଥିଲେ । ଏହାକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ଼୍ବାରସ୍ଥ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

OSRTC ବସ୍‌ ଦୁର୍ଘଟଣା: ୨୯ ଯାତ୍ରୀଙ୍କ ମଧ୍ୟରୁ…

କୋରାପୁଟ/ପଟ୍ଟାଙ୍ଗି,୧୫ା୨(ଅମିତାଭ ବେହେରା/ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସାଲୁର୍‌ ବାଇପାସ ରାସ୍ତାରେ ଶନିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଡ଼ିଶା…

ଗଞ୍ଜାମ ଉତ୍ସବମୁଖର: ଶିବାଳୟରେ ଭକ୍ତଙ୍କ ପ୍ରବଳ ଭିଡ଼

ଗଞ୍ଜାମ,୧୫ା୨(ଅନାଥ ତରାଇ): ପବିତ୍ର ମହାଶିବରାତ୍ରି ଅବସରରେ ରବିବାର ଗଞ୍ଜାମ ସହର ଉତ୍ସବମୁଖର ହୋଇଉଠିଛି। ସ୍ଥାନୀୟ ପ୍ରସିଦ୍ଧ ଖଣ୍ଡେଶ୍ୱର ମନ୍ଦିରରେ ଭୋର୍‌ ସମୟରୁ ଶତାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ…

ମହାଶିବରାତ୍ରିରେ ଏହି ୩ ରାଶିର ଖୋଲିବ ଭାଗ୍ୟ, ପାଖକୁ ଆସିବ ପ୍ରଚୁର ଟଙ୍କା

ଶିବ ପୁରାଣ ଅନୁସାରେ ଭଗବାନ ଶିବ ବିଷ୍ଣୁ ଏବଂ ବ୍ରହ୍ମାଙ୍କ ସମ୍ମୁଖରେ ଏକ ଲିଙ୍ଗ ରୂପରେ ପ୍ରକଟ ହୋଇଥିଲେ। ସେହି ଦିନ ଫାଲ୍‌ଗୁନ ମାସର କୃଷ୍ଣପକ୍ଷର ଚତୁର୍ଦ୍ଦଶୀ…

ଦେବଗଡ଼ର ପରିତ୍ୟକ୍ତ ଶିଶୁ ବଢ଼ିବ ଆମେରିକାରେ, ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କରି…

ଦେବଗଡ଼,୧୫ା୨(ଶଶାଙ୍କ ଶେଖର ଝାଙ୍କର): ଜିଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ରଙ୍କ ଆବେଦନ ଓ ଜିଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅନୁମୋଦନ ପରେ ବିଗତ ତିନି ବର୍ଷରୁ…

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri