ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ ଦାଖଲ କରିବାକୁ ମଧ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ଡିସେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ସୂଚନାଯୋଗ୍ୟ, କରୋନା ସମୟରେ ଘରୋଇ ସ୍କୁଲ ଫି ଛା କରିବା ନିମନ୍ତେ ଅଭିଭାବକ ମହାସଂଘ ପକ୍ଷରୁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ଏପରିକି ସ୍କୁଲ ଓ ଗଣଶିକ୍ଷା ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ହାଇକୋର୍ଟରେ ଦାଖଲ କରିଥିବା ରିପୋର୍ଟରେ ବିଭିନ୍ନ ସ୍ଲାବରେ ୩୦ ପ୍ରତିଶତ ପର୍ଯ୍ୟନ୍ତ ଫି କମାଇବା ନେଇ ସୁପାରିଶ କରାଯାଇଥିଲା ।