Posted inଖେଳ

ଓଡ଼ିଶା-ହିମାଚଳ ପ୍ରଦେଶ ମ୍ୟାଚ ଡ୍ର

ଭୁବନେଶ୍ୱର, ୨ ୮।୩(କ୍ରୀଡ଼ା ପ୍ରତିନିଧି): ଫତୋର୍ଦାର ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଚାଲିଥିବା ଜାତୀୟ ସିନିୟର ମହିଳା ଫୁଟ୍‌ବଲ ଟୁର୍ନାମେଣ୍ଟରେ ସୋମବାର ଓଡ଼ିଶା-ହିମାଚଳ ପ୍ରଦେଶ ମ୍ୟାଚ୍‌ ୩-୩ ଗୋଲରେ ଡ୍ର ରହିଛି। ମ୍ୟାଚ୍‌ ଆରମ୍ଭରୁ ଓଡ଼ିଶା ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ୨ୟ ମିନିଟ୍‌ରେ ମାଳତୀ ମୁଣ୍ଡା ଗୋଟିଏ ଗୋଲ ଦେଇ ଦଳକୁ ଅଗ୍ରଣୀ କରିଥିବାବେଳେ ୨୦ତମ ମିନିଟରେ ଯଶୋଦା ମୁଣ୍ଡା ଏକ ଗୋଲସ୍କୋର କରି ଓଡ଼ିଶାର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ। ୨୬ତମ ମିନିଟ୍‌ରେ ହିମାଚଳ ପ୍ରଦେଶ ଅଧିନାୟିକା ରିୟା ଶର୍ମା ଗୋଟିଏ ଗୋଲ ପରିଶୋଧ କରିଥିଲେ। ତେବେ ୩୨ତମ ମିନିଟରେ ସୁମିତ୍ରା ହେମ୍ବ୍ରମ୍‌ ଏକ ଗୋଲ ଦେବାରୁ ପ୍ରଥମାର୍ଦ୍ଧ ଖେଳ ଶେଷବେଳକୁ ଓଡ଼ିଶା ୩-୧ରେ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟାର୍ଦ୍ଧରେ କିନ୍ତୁ ବିପରୀତ ଫଳ ମିଳିଥିଲା। ଓଡ଼ିଶା ଖେଳାଳିମାନେ ଭଲ ଖେଳିଥିଲେ ହେଁ ଫିନିଶିଂ କରିପାରି ନ ଥିଲେ। ଅନ୍ୟପକ୍ଷରେ ୫୩ତମ ମିନିଟରେ ପୁନମ୍‌ ହିମାଚଳ ପ୍ରଦେଶ ପକ୍ଷରୁ ଦ୍ୱିତୀୟ ଗୋଲ ପରିଶୋଧ କରିଥିଲେ। ୭୦ତମ ମିନିଟ୍‌ରେ ହିମାଚଳର ଅଞ୍ଜୁ ଗୋଲ ଦେବାରେ ସକ୍ଷମ ହେବାରୁ ମ୍ୟାଚ୍‌ ସମାନସ୍ତରକୁ ଚାଲିଆସିଥିଲା। ଏହାପରେ ଆକ୍ରମଣ ପ୍ରତିଆକ୍ରମଣ ତୀବ୍ରତର ହୋଇଥିଲେ ହେଁ କୌଣସି ଦଳ ଗୋଲସ୍କୋର କରିପାରି ନ ଥିଲେ। ପ୍ରକାଶଯୋଗ୍ୟ, ଗତ ୨୫ ତାରିଖରେ ଓଡ଼ିଶା ଏହାର ପ୍ରଥମ ମ୍ୟାଚ୍‌ରେ ୮-୦ ଗୋଲରେ ଆନ୍ଧ୍ର ପ୍ରଦେଶକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆୟ ବର୍ହିଭୂତ ସମ୍ପତ୍ତି ଠାବ, PEO କାର୍ତ୍ତିକେଶ୍ୱର ବେହେରା ଗିରଫ

ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କଟାବାହାଲ ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) କାର୍ତ୍ତିକେଶ୍ୱର ବେହେରାଙ୍କୁ ଗିରିଫ କରିଛି ଭିଜିଲାନ୍ ଟିମ୍ । ତାଙ୍କ ଜଣାଶୁଣା ଆୟର…

କେସିଙ୍ଗାରେ ରେକର୍ଡ ବର୍ଷା, ଆତଙ୍କିତ ସ୍ଥାନୀୟ ବାସିନ୍ଦା

କେସିଙ୍ଗା,୨୩।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ବର୍ଷାରେ କେସିଙ୍ଗା ବ୍ଲକର ୨୬ଟି ଗ୍ରାମ ପଞ୍ଚାୟତରେ ଦୀର୍ଘ ଦୁଇଦିନ ଧରି ବର୍ଷା ଲାଗି ରହିଛି ।କେତେବେଳେ ବର୍ଷା ହେଉଛି ତ ଆଉ…

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?