Posted inଖେଳ

ଅବସର ଘୋଷଣା କଲେ ଓଡ଼ିଶାର ହକି ତାରକା ଦୀପ୍‌ ଗ୍ରେସ୍‌ ଏକ୍କା

ଭୁବନେଶ୍ୱର, ୨୭।୧(ତପନ ସ୍ବାଇଁ): ଭାରତୀୟ ମହିଳା ହକି ଦଳର ତାରକା ଡିଫେଣ୍ଡର ଓଡ଼ିଶାର ଦୀପ୍‌ ଗ୍ରେସ୍‌ ଏକ୍କା ଶନିବାର ଅବସର ଘୋଷଣା କରିଛନ୍ତି। ଅନ୍ତର୍ଜାତୀୟ ହକିରେ ସେ ଜଣେ ଦିଗ୍‌ଗଜ ଡିଫେଣ୍ଡର ଓ ପେନାଲ୍ଟି କର୍ନର ସ୍ପେଶାଲିଷ୍ଟଭାବେ ପରିଚିତ ଥିଲେ। ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକର ଲୁଲକିଡିହିରେ ୧୯୯୪ ଜୁନ ୩ରେ ଜନ୍ମଗ୍ରହଣ କରିଥିଲେ ଦୀପ୍‌ଗ୍ରେସ। ତାଙ୍କ ମା’ଙ୍କ ନାମ ଜୟମଣି ଓ ବାପା ଚାର୍ଲେସ ଏକ୍କା।

୧୭ ବର୍ଷ ବୟସରେ ୨୦୧୧ରେ ଦୀପ୍‌ଗ୍ରେସଙ୍କ ଅନ୍ତର୍ଜାତୀୟ ହକି କ୍ୟାରିୟର ଆରମ୍ଭ ହୋଇଥିଲା। ଆର୍ଜେଣ୍ଟିନାରେ ଅନୁଷ୍ଠିତ ଚତୁଃରାଷ୍ଟ୍ରୀୟ ହକି ଟୁର୍ନାମେଣ୍ଟ ତାଙ୍କ ଜୀବନର ପ୍ରଥମ ଅନ୍ତର୍ଜାତୀୟ ହକି ଟୁର୍ନାମେଣ୍ଟ ଥିଲା। ଏହାପରେ ସେ ଥାଇଲାଣ୍ଡର ବ୍ୟାଙ୍କକ୍‌ରେ ୧୮ ବର୍ଷରୁ କମ୍‌ ଏସିଆ କପ୍‌ ଖେଳିଥିଲେ। ସେଠାରେ ପ୍ରଭାବୀ ପ୍ରଦର୍ଶନ ଯୋଗୁ ପରବର୍ତ୍ତୀ ଜାତୀୟ କ୍ୟାମ୍ପ ଗୁଡ଼ିକରେ ସେ ପ୍ରାୟତଃ ନିୟମିତ ସଦସ୍ୟା ଥିଲେ। ୨୦୧୩ରେ ଜର୍ମାନୀରେ ଅନୁଷ୍ଠିତ ଜୁନିୟର ହକି ବିଶ୍ୱକପରେ ଐତିହାସିକ ବ୍ରୋଞ୍ଜ ପଦକ ବିଜୟୀ ଭାରତୀୟ ଦଳର ସେ ସଦସ୍ୟା ଥିଲେ। ଏହି ବର୍ଷ ସେ ଉଭୟ ଜୁନିୟର ଓ ସିନିୟର ଭାରତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ। ୨୦୧୩ରେ ଅନୁଷ୍ଠିତ ମହିଳା ଏସିଆ କପ୍‌ରେ ବ୍ରୋଞ୍ଜ ଏବଂ ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ରୌପ୍ୟ ପଦକ ବିଜୟୀ ଭାରତୀୟ ସିନିୟର ଦଳ ପକ୍ଷରୁ ସେ ଖେଳିଥିଲେ। ରିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ଦଳର ସେ ପ୍ରମୁଖ ସଦସ୍ୟା ଥିଲେ।

ରିଓରେ ଭାରତ ସାହସିକ ପ୍ରଦର୍ଶନ କରି ଚତୁର୍ଥ ସ୍ଥାନରେ ରହିଥିଲା। ସେ ଏସିଆନ ଗେମ୍ସ (୨୦୧୪, ୨୦୧୮, ୨୦୨୨), ରାଜ୍ୟଗୋଷ୍ଠୀ କ୍ରୀଡ଼ା (୨୦୨୨), ଏସିଆ କପ୍‌ (୨୦୧୩, ୨୦୧୭, ୨୦୨୨), ଏସିଆନ ଚାମ୍ପିୟନ୍ସ ଟ୍ରଫି (୨୦୧୩, ୨୦୧୬, ୨୦୧୮, ୨୦୨୨) ଏବଂ ଏଫ୍‌ଆଇଏଚ୍‌ ନେସନ୍ସ କପ୍‌ (୨୦୨୨)ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରି ପଦକ ହାସଲ କରିଥିଲେ। ରକ୍ଷଣଭାଗରେ ଦୀପ୍‌ ଗ୍ରେସ୍‌ଙ୍କ ପ୍ରଦର୍ଶନ ଅତ୍ୟନ୍ତ ପ୍ରଭାବୀ ରହିଥିଲା। ଓଡ଼ିଶାର ସାଇ-ସାଗ୍‌ ସେଣ୍ଟରର ସୃଷ୍ଟି ୨୯ ବର୍ଷୀୟା ଏହି ତାରକା ଡିଫେଣ୍ଡର ଅନେକ ଯୁବ ଖେଳାଳିଙ୍କ ପାଇଁ ପ୍ରେରଣା ସଦୃଶ ହୋଇଛନ୍ତି। ହକିପ୍ରତି ଉଲ୍ଲେଖନୀୟ ଅବସାନ ଯୋଗୁ ୨୦୨୨ରେ ତାଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।

ହକି ଇଣ୍ଡିଆ ପକ୍ଷରୁ ଦୀପ୍‌ ଗ୍ରେସ୍‌ଙ୍କୁ ଅଭିନନ୍ଦନ ଜ୍ଞାପନ କରାଯାଇଛି। ”ଦଶନ୍ଧୀରୁ ଉର୍ଦ୍ଧ୍ୱ ସମୟଧରି ଦୀପ୍‌ ଗ୍ରେସ୍‌ ଭାରତୀୟ ମହିଳା ହକିରେ ଏକ ପରିଚିତ ନାମ ହୋଇ ଯାଇଥିଲେ। ହକିରେ ତାଙ୍କ ସଫଳତା କେବଳ ଓଡ଼ିଶା ନୁହେଁ ସାରା ଭାରତର ଯୁବ ଖେଳାଳିଙ୍କ ପାଇଁ ପ୍ରେରଣା ସଦୃଶ। ସେ ନିଜ କ୍ୟାରିୟରରେ ସର୍ବଦା ଖେଳୁଆଡ଼ ମନୋଭାବ ଦେଖାଇଛନ୍ତି ଏବଂ ଭାରତୀୟ ହକିକୁ ଶକ୍ତିଶାଳୀ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଛନ୍ତି। ହକି ଇଣ୍ଡିଆ ପକ୍ଷରୁ ମୁଁ ତାଙ୍କୁ ଅଭିନନ୍ଦନ ଜଣାଉଛି“ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?