ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଅଛି: ଏସ୍. ଜୟଶଙ୍କର

ଭୁବନେଶ୍ୱର,୪।୫: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ଏହି ସମୟରେ ସେ ଓଡ଼ିଶାର କଳା, ସଂସ୍କୃତି ଏବଂ ଲୋକମାନଙ୍କ ଅମଧ୍ୟରେ ଥିବା ଦକ୍ଷତା ବିଷୟରେ ଆଲୋକପାତ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟିରେ ଓଡ଼ିଶା କିପରି ଭିନ୍ନ ସେ କହିଛନ୍ତି। ଏହି କ୍ରମରେ ଜି-୨୦ରେ କୋଣାର୍କ ଚକ୍ରକୁ ସ୍ଥାନିତ କରିଥିଲେ ପ୍ରଧାନମନ୍ତ୍ରୀ। ଓଡ଼ିଶାର କଳା, ସଂସ୍କୃତିକୁ ମୋଦିଙ୍କ ଭଲ ପାଇବାର ଏହା ନିଦର୍ଶନ। ତେବେ ଓଡ଼ିଶା ଲୋକଙ୍କ ମଧ୍ୟରେ ବହୁତ ଟ୍ୟାଲେଣ୍ଟ, ସ୍କିଲ୍‌ ଥିବା ଜୟଶଙ୍କର କହିଛନ୍ତି।

ଓଡ଼ିଶାରେ ୫୩ ଲକ୍ଷ ମହିଳାଙ୍କୁ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ୍‌ ମିଳିଛି। ସ୍ୱନିଧି ଯୋଜନାରେ ୫୪ ହଜାର ଉପଭୋକ୍ତା ମଧ୍ୟ ଓଡ଼ିଶାର ଅଛନ୍ତି। ତେଣୁ ମୋଦିଙ୍କ ସହଯୋଗୀ ଭଳି ଓଡ଼ିଶାରେ ସରକାର ହେବା ଉଚିତ ବୋଲି ସେ କହିଛନ୍ତି। ସେହିଭଳି ଓଡ଼ିଶା ସହଯୋଗରେ ସଂସଦରେ ୪ଶହ ପାର୍‌ ହେବା ଏବଂ ଓଡ଼ିଶା ଲୋକ ମୋଦିଙ୍କୁ ସଶକ୍ତ କରିବା ବିଶ୍ୱାସ ତାଙ୍କର ରହିଛି।

‘ଗତ ୧୦ ବର୍ଷ ମଧ୍ୟରେ କେନ୍ଦ୍ରରୁ ଓଡ଼ିଶାକୁ ୧୮ ଲକ୍ଷ କୋଟିର କେନ୍ଦ୍ରୀୟ ଅନୁଦାନ ମିଳିଛି। ସାଗରମାଳା ପ୍ରକଳ୍ପରେ ୫୪ ହଜାର କୋଟିର ଅନୁଦାନ ମିଳିଛି। ୨.୭ ଲକ୍ଷ ଲୋକଙ୍କୁ ଆବାସ ଯୋଜନାରେ ଘର ମିଳିଛି। ତେବେ ଓଡ଼ିଶାରେ ଥିବା ସଂପଦ ତୁଳନାରେ ରାଜ୍ୟର ବିକାଶ ହୋଇ ନାହିଁ। ସେହିପରି ଦେଶ ସୁରକ୍ଷା ନେଇ ମୋଦି ସରକାର କୌଣସି ସାଲିସ କରିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ପ୍ରକୃତ ଚିତ୍ର : ଭିତ୍ତିଭୂମି ଥାଇ ମଧ୍ୟ ଟ୍ରମା ସେଣ୍ଟର ନିର୍ମାଣରେ ବିଳମ୍ବ

କେସିଙ୍ଗା, ୬।୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ସହରରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସମସ୍ତ ପ୍ରକାର ମୌଳିକ ଭିତ୍ତିଭୂମି ଥିବା ସତ୍ତ୍ୱେ ବିଭିନ୍ନ ସମସ୍ୟା ଦେଖାଦେଉଛି।…

୧୯ଟିକିଆ ହାତୀପଲର ହାବୁଡ଼ରେ ମଣିଷ ଜୀବନ

କେନ୍ଦୁଝର,୬।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭୂୟାଁ ଓ ଜୁଆଙ୍ଗ ପିଢ଼ ଅନ୍ତର୍ଗତ ନିଲାମୁଣ୍ଡି ସାହି ନିକଟରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଶୁକ୍ରରର ସନ୍ଧ୍ୟା…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri