ରଜରେ ଭିଜିବ ଓଡ଼ିଶା: ଆସନ୍ତା ୩ ଦିନ ଯାଏ ଝଡ଼ ପବନ, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୬ (ସୌମ୍ୟରଞ୍ଜନ ରାଉତ):ରଜରେ ଭିଜିବ ଓଡ଼ିଶା। ତାତିରୁ ମିଳିବ ମୁକ୍ତି, ବର୍ଷା ଆଣୁଛି ଆଶ୍ୱସ୍ତି। ଆସନ୍ତା ଦୁଇରୁ ତିନିଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବ। ଏହାର ପ୍ରଭାବରେ ରଜ ସମୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ପାଗ ମନୋରମ ରହିବାର ସମ୍ଭାବନା ରହିଛି।
ବର୍ତ୍ତମାନ ରାଜ୍ୟରେ ପ୍ରାକ୍‌ ମୌସୁମୀ ବର୍ଷା ସହ କାଳବୈଶାଖୀର ପ୍ରଭାବ ଜାରି ରହିଛି। ଖରା ଓ ଗୁଳୁଗୁଳି ସତ୍ତ୍ୱେ ବିଭିନ୍ନ ଜିଲାରେ ମେଘୁଆ ପାଗ ସହ ବର୍ଷା, ବଜ୍ରପାତ ଓ ଝଡ଼ ପବନ ଦେଖିବାକୁ ମିଳୁଛି। ଆସନ୍ତା ୩ ଦିନ ଯାଏ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ଏହାପରେ ତାପମାତ୍ରା ଆହୁରି ହ୍ରାସ ପାଇବା ସହ ଅସହ୍ୟ ଗରମରୁ ଲୋକଙ୍କୁ ଆଶ୍ୱସ୍ତି ମିଳିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ରଜ ଅବସରରେ ମୌସୁମୀ ବାୟୁର ଆଗମନ ଓ ବର୍ଷା ସମ୍ଭାବନା ଚାଷୀଙ୍କ ମଧ୍ୟରେ ଆଶା ସଞ୍ଚାର କରିଛି।
ଅନ୍ୟପକ୍ଷରେ ବୁଧବାର ମଧ୍ୟ ବିଭିନ୍ନ ଜିଲାରେ ତାପମାତ୍ରାରେ ହ୍ରାସ ପରିଲକ୍ଷିତ ହୋଇଛି। ମାତ୍ର ୪ଟି ଜିଲାରେ ୪୦ ଡିଗ୍ରୀ ଉପରେ ରହିଥିଲା। ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୪୧ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ବୌଦ୍ଧ ୪୦.୨, ନୂଆପଡ଼ା ଓ ଭଦ୍ରକରେ ୪୦ ଡିଗ୍ରୀ ରହିଥିଲା। ଏଥିସହ କେତେକ ଜିଲାରେ କାଳବୈଶାଖୀ ବର୍ଷା ହୋଇଥିଲା। ତେବେ ୧୫ ତାରିଖ ପର୍ଯ୍ୟନ୍ତ କଳାବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ପବନ ଜାରି ରହିବ। ଆସନ୍ତା ୫ଦିନ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ପୁରୀ ଜିଲାରେ ଆକାଶ ମେଘୁଆ ରହିବା ସହ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦିନର ସର୍ବୋଚ୍ଚ ଓ ସର୍ବନିମ୍ନ ତାପମାତ୍ରା ଯଥାକ୍ରମେ ୩୪ ରୁ ୩୯ ଡିଗ୍ରୀ ଓ ୨୪ ରୁ ୨୮ ଡିଗ୍ରୀ ସେଲସିଅସ୍‌ ମଧ୍ୟରେ ରହିବ। ଏଥିସହ ଦିନବେଳା ଅଧିକ ଗରମ ଓ ଆର୍ଦ୍ର ରହିବା ସହିତ ଅପରାହ୍ନ କିମ୍ବା ସାରେ ବିଜୁଳି ଘଡଘଡି ସହିତ ଝଡ ବର୍ଷାର ସମ୍ଭାବନା ରହିଥିବାରୁ ବୋଲି ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri