ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍‌ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ, ଶକ୍ତି, ଏମ୍‌ଏସ୍‌ଏମ୍‌ଇ ଓ ଗୃହ ବିଭାଗ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି, ଓଡ଼ିଶାରେ ୯୫ଲକ୍ଷ ଲୋକଙ୍କୁ ବିଦ୍ୟୁତ ସେବା ଯୋଗାଇ ଦିଆଯାଉଛି। ଦିନ ଥିଲା ବାତ୍ୟା ସମୟରେ ବିଦ୍ୟୁତ ବିଚ୍ଛିନ୍ନ ହେଲେ ପୁଣି ସଂଯୋଗ ପାଇଁ ଦିନ ଦିନ ବିତିଯାଉଥିଲା। କିନ୍ତୁ ବର୍ତ୍ତମାନ ୨୪ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ମିଳିପାରୁଛି। ଅନ୍ଧାରରେ ରହୁଥିବା ଓଡ଼ିଶାରେ ଆଜି ଆଲୋକୀକରଣ ହୋଇଛି। ୨୦୨୧-୨୨ ପାଇଁ ୧ଲକ୍ଷ ୫୦ହଜାର କୋଟିର ବଜେଟ ଉପସ୍ଥାପନା କରାଯାଇଥିବା ବେଳେ ୨୦୨୨-୨୩ ପାଇଁ ୨ଲକ୍ଷ ହଜାର କୋଟି ହୋଇଛି। ଏହି ବଜେଟକୁ ଦେଖିଲେ ରାଜ୍ୟର ବିକାଶର ଅଭିବୃଦ୍ଧି ସ୍ପଷ୍ଟ ଅନୁମେୟ ବୋଲି ମନ୍ତ୍ରୀ ମିଶ୍ର ଆଲୋକପାତ କରିଥିଲେ। ସମ୍ମାନିତ ଅତିଥି ଶିଳ୍ପ, ଦକ୍ଷତା, ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ଓଡ଼ିଶା ଜଳବିଦ୍ୟୁତ୍‌ ନିଗମର ପରିଚାଳନା ନିର୍ଦ୍ଦେଶକ ଅମରେଶ କୁମାର ଉପସ୍ଥିତ ଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଆୟୋଜିତ ସଭାକୁ ପୌରୋହିତ୍ୟ କରିଥିଲେ। ଶ୍ରେଷ୍ଠତା ପ୍ରତିପାଦନ କରିଥିବା ଚିପିଲିମା ହାଇଡ୍ରୋ ଇଲେକ୍ଟ୍ରିକ ପ୍ରୋଜେକ୍ଟକୁ ପ୍ରଥମ ପୁରସ୍କାର ଦିଆଯାଇଥିବା ବେଳେ ଅପର ଇନ୍ଦ୍ରାବତୀ ହାଇଡ୍ରୋ ଇଲେକ୍ଟ୍ରିକ ପ୍ରୋଜେକ୍ଟ, ମୁଖିଗୁଡ଼ା ଦ୍ୱିତୀୟ ଓ ହୀରାକୁଦ ହାଇଡ୍ରୋ ଇଲେକ୍ଟ୍ରିକ ପ୍ରୋଜେକ୍ଟ, ବୁର୍ଲା ତୃତୀୟ ସ୍ଥାନରେ ରହି ପୁରସ୍କୃତ ହୋଇଥିଲେ। ସଭାକାର୍ଯ୍ୟ ପରେ ନିଗମର ଡିଜିଏମ(ଇଲେକ୍ଟ୍ରିକାଲ) ସୁରଜିତ୍‌ ପଲ ଧନ୍ୟବାଦ ଅର୍ପଣ କରିବା ସହ ମଞ୍ଚାସୀନ ଅତିଥିମାନଙ୍କୁ ସମ୍ବର୍ଦ୍ଧନା ଜଣାଇଥିଲେ। ଏହା ପରେ ଆରମ୍ଭ ହୋଇଥିଲା ସାଂସ୍କୃତିକ କାର୍ଯ୍ୟକ୍ରମ ଝଙ୍କାର। ନୂପୁର ଡ୍ୟାନ୍ସ ଏକାଡେମୀ ପକ୍ଷରୁ ଓଡ଼ିଶା ମୋ ଓଡ଼ିଶାର ନୃତ୍ୟାଭିନୟ ଦର୍ଶକଙ୍କ ମନରେ ଓଡ଼ିଆପଣିଆର ସମ୍ଭାର ସୃଷ୍ଟି କରିଥିଲା। ଲାସ୍ୟକଳା ଡ୍ୟାନ୍ସ ଭିଜନ ପକ୍ଷରୁ ସମ୍ବଲପୁରୀ ନୃତ୍ୟ ଓ ଜିତେନ୍ଦ୍ର ଓଝାଙ୍କର କମେଡିରେ ଦର୍ଶକ ଖୁବ୍‌ ମଜା ନେଇଥିଲେ। କିଶୋର କୁମାରଙ୍କ ସଙ୍ଗୀତକୁ ଦର୍ଶକଙ୍କ ସାମ୍ନାରେ ଉପସ୍ଥାପନା କରି ଡ. ଅଚ୍ୟୁତାନନ୍ଦ ମିଶ୍ର ଓ ସାଥୀ ସାଂସ୍କୃତିକ କାର୍ଯ୍ୟକ୍ରମର ପରିସମାପ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri