୧୨ ଯାଏ ଥରିବ ଓଡ଼ିଶା: ଓ୍ବେଭ୍‌ ପାଇଁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୦।୧୨ (ବନ୍ଦନା ସେଠୀ): ପ୍ରବଳ ଶୀତରେ ଥରୁଛି ସାରା ଓଡ଼ିଶା। ଆହୁରି ୩ ଦିନ ପର୍ଯ୍ୟନ୍ତ ଶୀତ ଲହରି ବା କୋଲ୍ଡ ଓ୍ବେଭ୍‌ ଜାରି ରହିବ। ଉତ୍ତର-ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ତାରିଖ ଯାଏ ଶୀତ ଲହରି ଜାରି ରହିବ। ଏନେଇ ଆସନ୍ତା ୪୮ଘଣ୍ଟା ପର୍ଯ୍ୟନ୍ତ ୭ ଜିଲା ଝାରସୁଗୁଡ଼ା, ଅନୁଗୋଳ, ସୁନ୍ଦରଗଡ଼, ସୋନପୁର, କଳାହାଣ୍ଡି, କନ୍ଧମାଳ ଏବଂ କୋରାପୁଟକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ରାଜ୍ୟରେ ବର୍ତ୍ତମାନ କୌଣସି ପାଣିପାଗ ନିୟାମକ ସକ୍ରିୟ ନ ଥିବାବେଳେ ଆସନ୍ତା ୭ ଦିନ ଯାଏ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, କୋଲ୍ଡ ଓ୍ବେଭ୍‌ ସହ ଘନ କୁହୁଡ଼ିର ପ୍ରଭାବ ଦେଖିବାକୁ ମିଳିବ। ଆସନ୍ତା ୨୪ଘଣ୍ଟା ପାଇଁ ସୁନ୍ଦରଗଡ଼, କନ୍ଧମାଳ ଏବଂ ଝାରସୁଗୁଡ଼ାରେ ଘନ କୁହୁଡ଼ି ଦୃଶ୍ୟମାନ ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ୧୦ଟି ସହରରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪.୮ ଡିଗ୍ରୀ ରହିଥିବାବେଳେ ସେମିଳିଗୁଡ଼ାରେ ୬.୨ ଡିଗ୍ରୀ, ଫୁଲବାଣୀ ୬.୮, ଚିପିଲିମା ୭.୩, ରାଉରକେଲା ୭.୬, ଦାରିଙ୍ଗବାଡ଼ି ଓ ଝାରସୁଗୁଡ଼ାରେ ୮ଡିଗ୍ରୀ, ଅନୁଗୋଳ ଓ ଭବାନୀପାଟଣାରେ ୯ଡିଗ୍ରୀ ଏବଂ କିରେଇରେ ୯.୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ୧୩.୭ ଓ କଟକରେ ୧୨.୬ ଡିଗ୍ରୀ ତାପମାତ୍ରା ରହିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି।…

OJEE ପାଇଁ ଆରମ୍ଭ ହେଲା ଆବେଦନ: ମେ’ ୪ରୁ ପରୀକ୍ଷା, ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୨୮ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)- ୨୦୨୬ ପାଇଁ ବୁଧବାରଠାରୁ ଆବେଦନ ଆରମ୍ଭ ହୋଇଛି। ମାର୍ଚ୍ଚ ୨୨ ଆବେଦନର ଶେଷ ତାରିଖ ରହିଛି। ଏପ୍ରିଲରେ…

ମୟୂରଭଞ୍ଜରେ ହେବ ପାଇଲଟ୍ ପ୍ରଶିକ୍ଷଣ, ବ୍ରହ୍ମପୁରରେ ଡ୍ରୋନ୍ ସେଣ୍ଟର

ଭୁବନେଶ୍ୱର,୨୮ା୧: ହାଇଦ୍ରାବାଦରେ ଚାଲିଥିବା ଏସିଆର ସବୁଠାରୁ ବଡ଼ ବେସାମରିକ ବିମାନ ଚଳାଚଳ ପ୍ରଦର୍ଶନୀ ‘ୱିଙ୍ଗସ ଇଣ୍ଡିଆ ୨୦୨୬’ ଅବସରରେ ଓଡ଼ିଶା ସରକାର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର (MoU)…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri