Posted inଖେଳ

ମହିଳା ଫୁଟ୍‌ବଲ ଫାଇନାଲରେ ଓଡ଼ିଶା

ଭୁବନେଶ୍ୱର, ୪।୧୧(ତପନ ସ୍ବାଇଁ): ଗୋଆରେ ଚାଲିଥିବା ଜାତୀୟ କ୍ରୀଡ଼ାରେ ଓଡ଼ିଶା ମହିଳା ଫୁଟ୍‌ବଲ ଦଳର ଚମତ୍କାର ପ୍ରଦର୍ଶନ ଜାରି ରହିଛି। ଶୁକ୍ରବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ପ୍ରଥମ ସେମିଫାଇନାଲରେ ଓଡ଼ିଶା ପେନାଲ୍ଟି ଶୁଟ୍‌ ଆଉଟ ୫-୪ ଗୋଲରେ ବେଙ୍ଗଲକୁ ହରାଇ ଫାଇନାଲରେ ପ୍ରବେଶ କରିଛି। ଓଡ଼ିଶା ଓ ମଣିପୁର ମଧ୍ୟରେ ଫାଇନାଲ ୫ ତାରିଖରେ ଅନୁଷ୍ଠିତ ହେବ। ମ୍ୟାଚ ଆରମ୍ଭରୁ କଡ଼ା ଟକ୍କର ହୋଇଥିଲା। ଗୋଲ ଦେଇ ଅଗ୍ରଣୀ ନେବାକୁ ଉଭୟ ଦଳ ପକ୍ଷରୁ ଆକ୍ରମଣ ପ୍ରତିଆକ୍ରମଣକୁ ଜୋରଦାର କରାଯାଇଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିବା ପରେ ଦ୍ୱିତୀୟାର୍ଦ୍ଧ ମ୍ୟାଚ ସ୍ବାଭାବିକ ଭାବେ ରୋମାଞ୍ଚକ ହୋଇଥିଲା। ମାତ୍ର ନିର୍ଦ୍ଧାରତ ସମୟରେ ମ୍ୟାଚ ଗୋଲଶୂନ୍ୟ ରହିବାରୁ ଫଳାଫଳ ନିର୍ଣ୍ଣୟ ପାଇଁ ପେନାଲ୍ଟି ଶୁଟ୍‌ ଆଉଟ ପଦ୍ଧତି ଅବଲମ୍ବନ କରାଯାଇଥିଲା। ଏଥିରେ ଓଡ଼ିଶାକୁ ଭାଗ୍ୟଦେବୀ ସହାୟ ହୋଇଥିଲେ ଏବଂ ଦଳ ୫-୪ ଗୋଲରେ ବିଜୟୀ ହୋଇଥିଲା। ଶୁଟ୍‌ ଆଉଟ ପର୍ଯ୍ୟାୟରେ ଓଡ଼ିଶା ପକ୍ଷରୁ ଜବାମଣି ଟୁଡୁ, ଅଧିନାୟିକା ସୁପ୍ରିୟା ରାଉତରାୟ, ପ୍ୟାରୀ ଖାଖା, ଗ୍ରେସ୍‌ ଲାଲରାମପରି ହୌହନର ଓ ଏସ୍‌. ଲିଣ୍ଡା କୋମ୍‌ ଗୋଲ ସ୍କୋର କରିଥିଲେ। ବେଙ୍ଗଲ ପକ୍ଷରୁ ସୁମିତ୍ରା ମାରାଣ୍ଡି, ଅଧିନାୟିକା ରନତ୍ା ହାଲଦାର, ଏନ୍‌ଗଙ୍ଗୋମ୍‌ ଆନିବାଲା ଦେବୀ ଓ ସୁଲଞ୍ଜନା ରାଉଳ ଗୋଲ ଦେବାରେ ସକ୍ଷମ ହୋଇଥିଲେ। କ୍ରିସ୍‌ପିନ୍‌ ଛେତ୍ରୀ ଓଡ଼ିଶା ଦଳର କୋଚ୍‌ ଓ ଗୋମତି ବାରା ମ୍ୟାନେଜର ଅଛନ୍ତି। ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମହିଳା ଫୁଟବଲ ତାରକା ଶ୍ରଦ୍ଧାଞ୍ଜଳି ସାମନ୍ତରାୟଙ୍କୁ ସେମିଫାଇନାଲର ଗୋଟିଏ ଦିନ ପୂର୍ବରୁ ମେଣ୍ଟର ଏବଂ ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି। ଗୋଆରେ ପହଞ୍ଚତ୍ବା ପରେ ଖେଳାଳିଙ୍କୁ ତାଙ୍କ ପରାମର୍ଶ ଦଳ ପାଇଁ ବେଶ୍‌ ଉପାଦେୟ ହୋଇଥିବା ଜଣାପଡ଼ିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri