Posted inଜାତୀୟ

ଭୋଟ ପରିଚୟ ନ ଥିଲେ ବି ଦେଇପାରିବେ ଭୋଟ୍‌? ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୧୬।୩: ଆସନ୍ତା ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ ତାରିଖରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯିବ। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଦେବେ। ଓଡ଼ିଶା ବିଷୟରେ କହିଲେ ୪ଟି ପର୍ଯ୍ୟାୟରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ମତଦାନ କରାଯିବ। ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ଏହି ନିର୍ବାଚନକୁ ଦୃଷ୍ଟିରେ ରଖିଲେ ଭୋଟର କାର୍ଡର ଗୁରୁତ୍ୱ ବଢ଼ିଛି। ଯଦି ଭୋଟର କାର୍ଡ ନ ଥାଏ ତେବେ ମଧ୍ୟ ଜଣେ ଭୋଟର ମତଦାନ କରିପାରିବେ। ଏଥିଲାଗି ତାଙ୍କ ନାମ ଉକ୍ତ ପୁଲିଂ ବୁଥରେ ରହିଥିବା ଆବଶ୍ୟକ। ଏହାଛଡ଼ା ଜଣେ ଭୋଟରଙ୍କୁ କିଛି ପରିଚୟପତ୍ର ମଧ୍ୟରୁ କୌଣସି ଗୋଟିଏକୁ ପୁଲିଂ ଅଧିକାରୀଙ୍କୁ ଦେଖାଇବାକୁ ପଡ଼ିବ।
ଆଧାର କାର୍ଡ, ମନରେଗା ଜବ୍‌ କାର୍ଡ, ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରୁ ଜାରି କରାଯାଇଥିବା ଫଟୋ ଥିବା ପାସବୁକ୍‌, ଶ୍ରମ ମନ୍ତ୍ରଣାଳୟ ଜାରି କରିଥିବା ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ କାର୍ଡ, ଏନ୍‌ପିଆର୍‌ ଅଧୀନରେ ଆର୍‌ଜିଆଇ ଜାରି କରିଥିବା ସ୍ମାର୍ଟ କାର୍ଡ, ଭାରତୀୟ ପାସପୋର୍ଟ, ଫଟୋ ସହ ଥିବା ପେନସନ୍‌ ଡକ୍ୟୁମେଣ୍ଟ, ଫଟୋ ଥିବା ଯେକୌଣସି ସରକାରୀ ବିଭାଗ ପକ୍ଷରୁ ଜାରି ପରିଚୟପତ୍ର, ୟୁଡିଆଇଡି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏକୁ ଦେଖାଇ ମତଦାନ କରିହେବ।

Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri