Posted inଜାତୀୟ

ଭୋଟ ପରିଚୟ ନ ଥିଲେ ବି ଦେଇପାରିବେ ଭୋଟ୍‌? ଜାଣନ୍ତୁ କ’ଣ ରହିଛି ବ୍ୟବସ୍ଥା

ନୂଆଦିଲ୍ଲୀ,୧୬।୩: ଆସନ୍ତା ସାଧାରଣ ନିର୍ବାଚନ ଲାଗି ବାଜିଛି ବିଗୁଲ। ଏପ୍ରିଲ ୧୯ ତାରିଖରେ ଦେଶରେ ଲୋକସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଯିବ। ୨୦୨୪ରେ ୭ଟି ପର୍ଯ୍ୟାୟରେ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳବାସୀ ଭୋଟ ଦେବେ। ଓଡ଼ିଶା ବିଷୟରେ କହିଲେ ୪ଟି ପର୍ଯ୍ୟାୟରେ ୧୪୭ ବିଧାନସଭା ଓ ୨୧ ଲୋକସଭା ଆସନ ପାଇଁ ମତଦାନ କରାଯିବ। ଜୁନ ୪ରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ।
ଏହି ନିର୍ବାଚନକୁ ଦୃଷ୍ଟିରେ ରଖିଲେ ଭୋଟର କାର୍ଡର ଗୁରୁତ୍ୱ ବଢ଼ିଛି। ଯଦି ଭୋଟର କାର୍ଡ ନ ଥାଏ ତେବେ ମଧ୍ୟ ଜଣେ ଭୋଟର ମତଦାନ କରିପାରିବେ। ଏଥିଲାଗି ତାଙ୍କ ନାମ ଉକ୍ତ ପୁଲିଂ ବୁଥରେ ରହିଥିବା ଆବଶ୍ୟକ। ଏହାଛଡ଼ା ଜଣେ ଭୋଟରଙ୍କୁ କିଛି ପରିଚୟପତ୍ର ମଧ୍ୟରୁ କୌଣସି ଗୋଟିଏକୁ ପୁଲିଂ ଅଧିକାରୀଙ୍କୁ ଦେଖାଇବାକୁ ପଡ଼ିବ।
ଆଧାର କାର୍ଡ, ମନରେଗା ଜବ୍‌ କାର୍ଡ, ବ୍ୟାଙ୍କ କିମ୍ବା ପୋଷ୍ଟ ଅଫିସରୁ ଜାରି କରାଯାଇଥିବା ଫଟୋ ଥିବା ପାସବୁକ୍‌, ଶ୍ରମ ମନ୍ତ୍ରଣାଳୟ ଜାରି କରିଥିବା ସ୍ବାସ୍ଥ୍ୟ ବୀମା ସ୍ମାର୍ଟ କାର୍ଡ, ଡ୍ରାଇଭିଂ ଲାଇସେନ୍ସ, ପାନ କାର୍ଡ, ଏନ୍‌ପିଆର୍‌ ଅଧୀନରେ ଆର୍‌ଜିଆଇ ଜାରି କରିଥିବା ସ୍ମାର୍ଟ କାର୍ଡ, ଭାରତୀୟ ପାସପୋର୍ଟ, ଫଟୋ ସହ ଥିବା ପେନସନ୍‌ ଡକ୍ୟୁମେଣ୍ଟ, ଫଟୋ ଥିବା ଯେକୌଣସି ସରକାରୀ ବିଭାଗ ପକ୍ଷରୁ ଜାରି ପରିଚୟପତ୍ର, ୟୁଡିଆଇଡି କାର୍ଡ ମଧ୍ୟରୁ ଯେକୌଣସି ଗୋଟିଏକୁ ଦେଖାଇ ମତଦାନ କରିହେବ।

Enter your email to get our daily news in your inbox.

All Right Reserved By Dharitri.Com

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

ଛାତ୍ରୀଛାତ୍ରଙ୍କ ପାଇଁ ଖୁସି ଖବର: ୬ରୁ ୧୯ ଜୁଲାଇ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ, ଜାଣନ୍ତୁ କେବେ ଖୋଲିବ…

ନୂଆଦିଲ୍ଲୀ,୧।୭: କଶ୍ମୀର ଉପତ୍ୟକାରେ ବଢୁଥିବା ଗରମ ଓ ଗୁଳୁଗୁଳି ମଧ୍ୟରେ ସ୍କୁଲ ପିଲାମାନଙ୍କ ପାଇଁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ଆସିଛି। ଜମ୍ମୁ-କଶ୍ମୀର ସରକାର କଶ୍ମୀର…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ଖୁସିର ଦେଶ ଭୁଟାନ

ଭୁଟାନକୁ ଖୁସିର ଦେଶ କୁହାଯାଏ। ଏହି ଦେଶର ଜନସାଧାରଣ ବୌଦ୍ଧଧର୍ମକୁ କେବଳ ଗ୍ରହଣ କରିନାହାନ୍ତି ସେମାନେ ଏହାକୁ ନିଜର ନୀତିଦିନର ବ୍ୟବହାର, କାର୍ଯ୍ୟକଳାପ ଓ ଜୀବନଶୈଳୀରେ ପରିଣତ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri