ଓଡ଼ିଶାରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର

ଭୁବନେଶ୍ୱର,୧ା୪(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ର ଗୁରୁବାର ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବା ପରେ ଏହା ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ସଚିବ ଚନ୍ଦ୍ର ମନ୍ତ୍ରଣାଳୟ ଅଧୀନ ରାଜ୍ୟର ସମସ୍ତ ବିଭାଗର କାର୍ଯ୍ୟ ସମୀକ୍ଷା କରିବାର କାର୍ଯ୍ୟକ୍ରମ ରହିଛି। ସେ ୧୯୮୮ ବ୍ୟାଚ ଭାରତୀୟ ପ୍ରଶାସନିକ ସେବା ମହାରାଷ୍ଟ୍ର କ୍ୟାଡରର ବରିଷ୍ଠ ଅଧିକାରୀ। ଏହାପୂର୍ବରୁ ସେ ଶ୍ରମ ଓ ନିୟୋଜନ ମନ୍ତ୍ରଣାଳୟର ସଚିବ, ପ୍ରତିରକ୍ଷା ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ, ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରଣାଳୟ ତଥା ମହାରାଷ୍ଟ୍ର ସରକାରଙ୍କ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଦାୟିତ୍ୱ ନିର୍ବାହ କରିଥିଲେ।