ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ ୧୯,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିଥିବା ବେଳେ ଏହାଦ୍ୱାରା ପ୍ରାୟ ୭,୫୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ସହିତ ପ୍ରଥମ ଦିନରେ ୭ଟି ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି, ଯେଉଁଥିରେ ୧୯,୨୦୦ କୋଟି ଟଙ୍କାର ନିବେଶ ସାମିଲ ଅଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ପ୍ରାୟ ୧୨,୭୦୦ ଲୋକଙ୍କୁ କର୍ମସଂସ୍ଥାନ ମିଳିବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏହି ରୋଡ୍‌ ଶୋ’ରେ ଯୋଗଦେଇ ପ୍ରମୁଖ ଶିଳ୍ପ ସଂସ୍ଥାର ମୁଖ୍ୟମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଶେଷ କରି, ଫାର୍ମାସ୍ୟୁଟିକାଲ୍ସ ଓ ମେଡିକାଲ ଉପକରଣ, ଗ୍ରୀନ ଏନର୍ଜି ଓ ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ ଓ ଅଟୋମୋବାଇଲ୍ ପାର୍ଟସ୍, ଇଞ୍ଜିନିୟରିଂ ସାମଗ୍ରୀ କ୍ଷେତ୍ରର ପ୍ରତିଷ୍ଠିତ କମ୍ପାନୀଗୁଡ଼ିକ ସହ ଓ୍ବାନ୍‌-ଟୁ-ଓ୍ବାନ୍‌ ଆଲୋଚନା କରିଛନ୍ତି।

ଏହି ସମ୍ମିଳନୀରେ ସରକାର ଓ ଶିଳ୍ପ ସଂସ୍ଥା ମଧ୍ୟରେ ୧୫ଟି ଗୁରୁତ୍ୱପୂର୍ଣ୍ଣ (G2B) ବୈଠକ ହୋଇଛି। ଏଥିରେ ଇଣ୍ଡୋରାମା ଇଣ୍ଡଷ୍ଟ୍ରିଜ୍, ଜିନ୍ଦଲ ପଲି ଫିଲ୍ମସ, ଏବିଆଇ ସୋୱାଟେକ୍ ଏବଂ ମାରୁତି ଭଳି ବଡ଼ ବଡ଼ କମ୍ପାନୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଳ୍ପପତିଙ୍କ ଏହି ଉତ୍ସାହଜନକ ପ୍ରତିକ୍ରିୟା ଓଡ଼ିଶାର ଶିଳ୍ପ ନୀତି ଉପରେ ବିଶ୍ୱାସକୁ ଦର୍ଶାଉଛି। ରାଜ୍ୟରେ ଏକ ସୁଦୃଢ଼ ପରିବେଶ ଏବଂ ନୂତନ ଫାର୍ମାସ୍ୟୁଟିକାଲ୍ ନୀତି ମାଧ୍ୟମରେ ନିବେଶକଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଶୁକ୍ରବାର ମଧ୍ୟ ଏହି ନିବେଶକ ସମ୍ମିଳନୀ ଜାରି ରହିବ, ଯେଉଁଥିରେ ଆହୁରି ଅନେକ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

ଗଞ୍ଜାମ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଡ. ପ୍ରବୀଣ ଭାଇ ତୋଗଡ଼ିଆ: ଦେବେ ଉଦ୍‌ବୋଧନ 

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରକୁ ପ୍ରଥମ ଥର ପାଇଁ ଆସୁଛନ୍ତି ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧ୍ୟକ୍ଷ ତଥା ଅଗଣିତ ହିନ୍ଦୁ ମାନଙ୍କ ହୃଦୟର ମଣିଷ ଡ.…

ରାପର-ସିଙ୍ଗରଙ୍କ ହାତରେ ଦେଶର ଶାସନ ଭାର

କାଠମାଣ୍ଡୁ,୨୭।୩: ଆଜି ନେପାଳୀ ରାଜନୀତିରେ ଏକ ଐତିହାସିକ ମୁହୂର୍ତ୍ତ ପ୍ରକାଶ ପାଇଛି। ବାଲେନ ଶାହ – ଜଣେ ରାପର୍‌ ଇଞ୍ଜିନିୟର – ଶୁକ୍ରବାର ନେପାଳର ପ୍ରଧାନମନ୍ତ୍ରୀ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri