ହାଇଦ୍ରାବାଦରେ ‘ଓଡ଼ିଶା ନିବେଶକ ସମ୍ମିଳନୀ’: ପ୍ରଥମ ଦିନରେ ମିଳିଲା ୧୯,୫୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୧୮ା୧୨: ହାଇଦ୍ରାବାଦରେ ଆୟୋଜିତ ଦୁଇ ଦିନିଆ ‘ଓଡ଼ିଶା ଇନଭେଷ୍ଟର ମିଟ୍’ର ପ୍ରଥମ ଦିନରେ ରାଜ୍ୟ ପାଇଁ ପୁଞ୍ଜିନିବେଶର ସୁଅ ଛୁଟିଛି। ଏହି ଅବସରରେ ଓଡ଼ିଶା ପ୍ରାୟ ୧୯,୫୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ ହାସଲ କରିଥିବା ବେଳେ ଏହାଦ୍ୱାରା ପ୍ରାୟ ୭,୫୦୦ ନିଯୁକ୍ତି ସୁଯୋଗ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଏହା ସହିତ ପ୍ରଥମ ଦିନରେ ୭ଟି ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇଛି, ଯେଉଁଥିରେ ୧୯,୨୦୦ କୋଟି ଟଙ୍କାର ନିବେଶ ସାମିଲ ଅଛି। ଏହି ପ୍ରକଳ୍ପଗୁଡ଼ିକ ମାଧ୍ୟମରେ ପ୍ରାୟ ୧୨,୭୦୦ ଲୋକଙ୍କୁ କର୍ମସଂସ୍ଥାନ ମିଳିବ ବୋଲି ଆଶା କରାଯାଉଛି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଏହି ରୋଡ୍‌ ଶୋ’ରେ ଯୋଗଦେଇ ପ୍ରମୁଖ ଶିଳ୍ପ ସଂସ୍ଥାର ମୁଖ୍ୟମାନଙ୍କ ସହ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବିଶେଷ କରି, ଫାର୍ମାସ୍ୟୁଟିକାଲ୍ସ ଓ ମେଡିକାଲ ଉପକରଣ, ଗ୍ରୀନ ଏନର୍ଜି ଓ ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ ଓ ଅଟୋମୋବାଇଲ୍ ପାର୍ଟସ୍, ଇଞ୍ଜିନିୟରିଂ ସାମଗ୍ରୀ କ୍ଷେତ୍ରର ପ୍ରତିଷ୍ଠିତ କମ୍ପାନୀଗୁଡ଼ିକ ସହ ଓ୍ବାନ୍‌-ଟୁ-ଓ୍ବାନ୍‌ ଆଲୋଚନା କରିଛନ୍ତି।

ଏହି ସମ୍ମିଳନୀରେ ସରକାର ଓ ଶିଳ୍ପ ସଂସ୍ଥା ମଧ୍ୟରେ ୧୫ଟି ଗୁରୁତ୍ୱପୂର୍ଣ୍ଣ (G2B) ବୈଠକ ହୋଇଛି। ଏଥିରେ ଇଣ୍ଡୋରାମା ଇଣ୍ଡଷ୍ଟ୍ରିଜ୍, ଜିନ୍ଦଲ ପଲି ଫିଲ୍ମସ, ଏବିଆଇ ସୋୱାଟେକ୍ ଏବଂ ମାରୁତି ଭଳି ବଡ଼ ବଡ଼ କମ୍ପାନୀ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଏବଂ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିଳ୍ପପତିଙ୍କ ଏହି ଉତ୍ସାହଜନକ ପ୍ରତିକ୍ରିୟା ଓଡ଼ିଶାର ଶିଳ୍ପ ନୀତି ଉପରେ ବିଶ୍ୱାସକୁ ଦର୍ଶାଉଛି। ରାଜ୍ୟରେ ଏକ ସୁଦୃଢ଼ ପରିବେଶ ଏବଂ ନୂତନ ଫାର୍ମାସ୍ୟୁଟିକାଲ୍ ନୀତି ମାଧ୍ୟମରେ ନିବେଶକଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯାଉଛି।

ଶୁକ୍ରବାର ମଧ୍ୟ ଏହି ନିବେଶକ ସମ୍ମିଳନୀ ଜାରି ରହିବ, ଯେଉଁଥିରେ ଆହୁରି ଅନେକ ବଡ଼ ଚୁକ୍ତି ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri