ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୮ଟାରୁ ଅପରାହ୍ନ ୩ଟା ଯାଏ ରାସ୍ତାଘାଟ ଶୂନଶାନ୍‌ ହୋଇପଡୁଛି। ପ୍ରବଳ ଖରାରେ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ମଙ୍ଗଳବାର ରାଜ୍ୟରେ ୪୬ ଡିଗ୍ରୀ ସେଲ୍‌ସିୟସ୍‌ ପାର୍‌ କରିଛି ତାପମାତ୍ରା, ଯାହାକି ଚଳିତ ବର୍ଷର ସର୍ବାଧିକ ତାପମାତ୍ରା। ବାରିପଦାରେ ସର୍ବାଧିକ ୪୬.୪ ଡିଗ୍ରୀ, ବାଲେଶ୍ୱରରେ ୪୬ ଏବଂ ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ସେଲସିୟସ୍‌ ଛୁଇଁଛି। ତେବେ ବାଲେଶ୍ୱରରେ ରେକର୍ଡ ହୋଇଥିବା ୪୬ ଡିଗ୍ରୀ ତାପମାତ୍ରା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ କରାଯାଇଛି। ମଙ୍ଗଳବାର ବିଶ୍ୱର ପ୍ରଥମ ୧୦ଟି ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ରହିଛି। ବାରିପଦା ଦ୍ୱିତୀୟ, ବାଲେଶ୍ୱର ତୃତୀୟ ଏବଂ ଭୁବନେଶ୍ୱର ଦଶମ ସ୍ଥାନରେ ରହିଥିଲା। ପ୍ରଥମ ସ୍ଥାନରେ ଓମାନ୍‌ର ଜୋବା ସହର ରହିଥିଲାବେଳେ ଏଠାରେ ତାପମାତ୍ରା ୪୯.୨ ଡିଗ୍ରୀ ସେଲ୍‌ସିୟସ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି।
ମଙ୍ଗଳବାର ବାରିପଦାରେ ରେକର୍ଡ ହୋଇଥିବା ୪୬.୪ ଡିଗ୍ରୀ ହେଉଛି ବାରିପଦାର ସର୍ବକାଳୀନ ରେକର୍ଡ। ଏହା ପୂର୍ବରୁ ୨୦୧୦ ଏପ୍ରିଲ ୨୧ରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୬.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା। ସେହିଭଳି ବାଲେଶ୍ୱରରେ ରେକର୍ଡ ହୋଇଥିବା ୪୬ ଡିଗ୍ରୀ ତାପମାତ୍ରା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ। ଏହାପୂର୍ବରୁ ୨୦୧୦ ଏପ୍ରିଲ ୨୦ରେ ୪୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଭୁବନେଶ୍ୱରରେ ରେକର୍ଡ ହୋଇଥିବା ତାପମାତ୍ରା ଏପ୍ରିଲ ମାସର ଦ୍ୱିତୀୟ ସର୍ବାଧିକ ତାପମାତ୍ରା। ୨୦୧୬ ଏପ୍ରିଲ ୧୧ରେ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଅପରପକ୍ଷେ ରାଜ୍ୟରେ ଟିଟିଲାଗଡ଼ରେ ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ହୋଇଥିଲା। ୧୯୭୬ ଏପ୍ରିଲ ୨୬ରେ ଟିଟିଲାଗଡ଼ରେ ୪୯. ୬ ଡିଗ୍ରୀ ସହ ରାଜ୍ୟର ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ହୋଇଥିଲା। ସେହିପରି ୧୯୭୩ ଏପ୍ରିଲ ୨୨ରେ ବଲାଙ୍ଗୀର ୪୯ ଡିଗ୍ରୀ ସେଲ୍‌ସିୟସ୍‌ ସହ ରାଜ୍ୟର ଦ୍ୱିତୀୟ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା।
ମଙ୍ଗଳବାର ରାଜ୍ୟର ୧୫ଟି ସହରରେ ତାପମାତ୍ରା ୪୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। କେବଳ ସେତିକି ନୁହେଁ, ରାଜ୍ୟର ୨୯ଟି ସହରରେ ତାପମାତ୍ରା ୪୨ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ୨ ଦିନ ଆକାଶରୁ ଅଗ୍ନିବର୍ଷା ହେବ। ରାଜ୍ୟରେ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଜାରି ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟର ଅନେକ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେପଟେ ଆଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟ୍‌ ୱେଭ ଜାରି କରିଛି ପାଣିପାଗ ବିଭାଗ। ଏନେଇ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ବୌଦ୍ଧ ଆଦି ୧୧ ଜିଲାକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କନ୍ଧମାଳ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କିଛି ଜିଲା ଅରେଞ୍ଜ ଏବଂ ଆଉ କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ସହ ସାମାନ୍ୟ ତାପମାତ୍ରାରେ ହ୍ରାସ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri