ବିଶ୍ୱର ୧୦ ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩

ଭୁବନେଶ୍ୱର, ୧ା୫ (ଅସମାପିକା ସାହୁ):ପ୍ରବଳ ଖରାରେ ଜଳୁଛି ସାରା ଓଡ଼ିଶା। ଘରୁ ବାହାରିଲେ ତାତି ସହିତ ଝାଞ୍ଜି ପବନ ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି। ଗତ ୧୬ଦିନ ହେଲା ଆକାଶରୁ ଅଗ୍ନିବର୍ଷା ହେଉଛି। ସକାଳ ୮ଟାରୁ ଅପରାହ୍ନ ୩ଟା ଯାଏ ରାସ୍ତାଘାଟ ଶୂନଶାନ୍‌ ହୋଇପଡୁଛି। ପ୍ରବଳ ଖରାରେ ରାଜ୍ୟବାସୀ ସନ୍ତୁଳି ହେଉଛନ୍ତି। ମଙ୍ଗଳବାର ରାଜ୍ୟରେ ୪୬ ଡିଗ୍ରୀ ସେଲ୍‌ସିୟସ୍‌ ପାର୍‌ କରିଛି ତାପମାତ୍ରା, ଯାହାକି ଚଳିତ ବର୍ଷର ସର୍ବାଧିକ ତାପମାତ୍ରା। ବାରିପଦାରେ ସର୍ବାଧିକ ୪୬.୪ ଡିଗ୍ରୀ, ବାଲେଶ୍ୱରରେ ୪୬ ଏବଂ ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ସେଲସିୟସ୍‌ ଛୁଇଁଛି। ତେବେ ବାଲେଶ୍ୱରରେ ରେକର୍ଡ ହୋଇଥିବା ୪୬ ଡିଗ୍ରୀ ତାପମାତ୍ରା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ କରାଯାଇଛି। ମଙ୍ଗଳବାର ବିଶ୍ୱର ପ୍ରଥମ ୧୦ଟି ଉତ୍ତପ୍ତ ସହର ମଧ୍ୟରେ ଓଡ଼ିଶାର ୩ଟି ସହର ରହିଛି। ବାରିପଦା ଦ୍ୱିତୀୟ, ବାଲେଶ୍ୱର ତୃତୀୟ ଏବଂ ଭୁବନେଶ୍ୱର ଦଶମ ସ୍ଥାନରେ ରହିଥିଲା। ପ୍ରଥମ ସ୍ଥାନରେ ଓମାନ୍‌ର ଜୋବା ସହର ରହିଥିଲାବେଳେ ଏଠାରେ ତାପମାତ୍ରା ୪୯.୨ ଡିଗ୍ରୀ ସେଲ୍‌ସିୟସ ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ ସୋସିଆଲ ମିଡିଆ ‘ଏକ୍ସ’ରେ ସୂଚନା ଦେଇଛନ୍ତି।
ମଙ୍ଗଳବାର ବାରିପଦାରେ ରେକର୍ଡ ହୋଇଥିବା ୪୬.୪ ଡିଗ୍ରୀ ହେଉଛି ବାରିପଦାର ସର୍ବକାଳୀନ ରେକର୍ଡ। ଏହା ପୂର୍ବରୁ ୨୦୧୦ ଏପ୍ରିଲ ୨୧ରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୬.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିଲା। ସେହିଭଳି ବାଲେଶ୍ୱରରେ ରେକର୍ଡ ହୋଇଥିବା ୪୬ ଡିଗ୍ରୀ ତାପମାତ୍ରା ଏପ୍ରିଲ ମାସର ସର୍ବୋଚ୍ଚ ଦିନ ତାପମାତ୍ରାର ସର୍ବକାଳୀନ ରେକର୍ଡ। ଏହାପୂର୍ବରୁ ୨୦୧୦ ଏପ୍ରିଲ ୨୦ରେ ୪୫ ଡିଗ୍ରୀ ରେକର୍ଡ କରାଯାଇଥିଲା। ସେହିପରି ଭୁବନେଶ୍ୱରରେ ରେକର୍ଡ ହୋଇଥିବା ତାପମାତ୍ରା ଏପ୍ରିଲ ମାସର ଦ୍ୱିତୀୟ ସର୍ବାଧିକ ତାପମାତ୍ରା। ୨୦୧୬ ଏପ୍ରିଲ ୧୧ରେ ଭୁବନେଶ୍ୱରରେ ସର୍ବୋଚ୍ଚ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ କରାଯାଇଛି। ଅପରପକ୍ଷେ ରାଜ୍ୟରେ ଟିଟିଲାଗଡ଼ରେ ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ହୋଇଥିଲା। ୧୯୭୬ ଏପ୍ରିଲ ୨୬ରେ ଟିଟିଲାଗଡ଼ରେ ୪୯. ୬ ଡିଗ୍ରୀ ସହ ରାଜ୍ୟର ଏପ୍ରିଲ ମାସର ସର୍ବକାଳୀନ ରେକର୍ଡ ହୋଇଥିଲା। ସେହିପରି ୧୯୭୩ ଏପ୍ରିଲ ୨୨ରେ ବଲାଙ୍ଗୀର ୪୯ ଡିଗ୍ରୀ ସେଲ୍‌ସିୟସ୍‌ ସହ ରାଜ୍ୟର ଦ୍ୱିତୀୟ ସର୍ବୋଚ୍ଚ ଦିନ ତାପମାତ୍ରା ରେକର୍ଡ କରାଯାଇଥିଲା।
ମଙ୍ଗଳବାର ରାଜ୍ୟର ୧୫ଟି ସହରରେ ତାପମାତ୍ରା ୪୪ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇଛି। କେବଳ ସେତିକି ନୁହେଁ, ରାଜ୍ୟର ୨୯ଟି ସହରରେ ତାପମାତ୍ରା ୪୨ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ କରାଯାଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆହୁରି ୨ ଦିନ ଆକାଶରୁ ଅଗ୍ନିବର୍ଷା ହେବ। ରାଜ୍ୟରେ ଗ୍ରୀଷ୍ମପ୍ରବାହ ସହ ଗୁଳୁଗୁଳି ଜାରି ରହିବ। ଭୀଷଣ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟର ଅନେକ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସେପଟେ ଆଗାମୀ ୨୪ ଘଣ୍ଟା ପାଇଁ ସିଭିୟର ହିଟ୍‌ ୱେଭ ଜାରି କରିଛି ପାଣିପାଗ ବିଭାଗ। ଏନେଇ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଓ ବୌଦ୍ଧ ଆଦି ୧୧ ଜିଲାକୁ ଭୀଷଣ ଗ୍ରୀଷ୍ମ ପ୍ରବାହ ନେଇ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ନୂଆପଡ଼ା, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୟାଗଡ଼ ଓ ମାଲକାନଗିରିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କନ୍ଧମାଳ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ବୌଦ୍ଧ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ରେଡ୍‌ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ କିଛି ଜିଲା ଅରେଞ୍ଜ ଏବଂ ଆଉ କିଛି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ୩ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ସହ ସାମାନ୍ୟ ତାପମାତ୍ରାରେ ହ୍ରାସ ହେବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?