ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ଏହି ସଫଳତା ମିଳି ପାରିଛି। ସେହିପରି ବ୍ରହ୍ମପୁର ମହାନଗର ନିଗମକୁ ମଧ୍ୟମ ବର୍ଗରେ ଅଭିନବ ଯୋଜନା ନିମନ୍ତେ ପୁରସ୍କୃତ କରାଯାଇଛି।
କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ୨୦୨୦ ଫଳାଫଳ ଘୋଷଣା କରାଯାଇଛି। ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ପୁରୀ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଉତ୍ସବରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବିଭାଗର ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ପୁରସ୍କାର ଗ୍ରହଣ କରିଛନ୍ତି।
ବ୍ରହ୍ମପୁର ମହାନଗର ନିଗମ ପାଇଁ ଗଞ୍ଜାମ ଜିଲାପାଳ ଓ ମହାନଗର ନିଗମ କମିଶନର ପୁରସ୍କାର ଗୃହଣ କରିଛନ୍ତି। ଏହି ସଫଳତା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ବ୍ରହ୍ମପୁର ମହାନଗର ନିଗମକୁ ଶୁଭେଚ୍ଛା ଜଣାଇଛନ୍ତି।
ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର, ମ୍ୟାଟେରିଆଲ ରିକଭରି ଫାସିଲିଟି ଆଦି ବିକେନ୍ଦ୍ରୀକୃତ ବ୍ୟବସ୍ଥା ମାଧ୍ୟମରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ତରଳ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରାଯାଉଛି। ମୋ ଖତ ଯୋଜନାରେ ଜୈବିକ ଖତ ପ୍ରସ୍ତୁତି, ବିକେନ୍ଦ୍ରୀକୃତ ମଳ ପରିଚାଳନା, ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଭାଗିତା ସ୍ବଚ୍ଛ ଓ ସୁସ୍ଥ ଓଡ଼ିଶା ଗଢ଼ିବା ଲକ୍ଷ୍ୟକୁ ସୁଦୃଢ କରିପାରିଛି ବୋଲି ମନ୍ତ୍ରୀ କହିଛନ୍ତି। ପୁରସ୍କାର ଗ୍ରହଣ ପରେ ମନ୍ତ୍ରୀ ଜେନା ମୁଖ୍ୟମନ୍ତ୍ରୀଙ୍କୁ ଏହି ସଫଳତା ପାଇଁ କୃତଜ୍ଞତା ଜଣାଇଛନ୍ତି।
୨୦୧୬ରୁ ଦେଶରେ ଆରମ୍ଭ ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ ମାଧ୍ୟମରେ ସହରଗୁଡିକରେ ପୌର ସେବା ବ୍ୟବସ୍ଥାର ଉନ୍ନତି, ନାଗରିକମାନଙ୍କ ସକ୍ରିୟ ଅଂଶଗ୍ରହଣ, ପରିମଳ ବ୍ୟବସ୍ଥାକୁ ବଜାୟ ରଖିବା ଲାଗି ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୦୧୬ରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ୭୩ ସହରରେ ଏହି ସର୍ବେକ୍ଷଣ କରାଯାଇଥିବା ବେଳେ ୧ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ୪୩୪ଟି ସହରକୁ ସାମିଲ କରାଯାଇଥିଲା। ସେହିପରି ୨୦୧୮ରେ ୪୨୦୩ ସହରରେ ଏହି ସର୍ବେକ୍ଷଣ ହୋଇଥିଲା। ୨୦୨୦ରେ ସର୍ବେକ୍ଷଣରେ ୪୨୪୨ଟି ସହରକୁ ଅନ୍ତର୍ଭୁକ୍ତ କରାଯାଇଛି। ୨୮ ଦିନ ମଧ୍ୟରେ ଏହି ସର୍ଭେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri