ଓଡ଼ିଶା ଦ୍ରୁତ ଅଗ୍ରଗାମୀ ରାଜ୍ୟ

ଭୁବନେଶ୍ୱର,୨୧ା୮(ବ୍ୟୁରୋ):ସମସ୍ତ ରାଜ୍ୟକୁ ପଛରେ ପକାଇ ଓଡ଼ିଶା ସ୍ବଚ୍ଛ ସର୍ବେକ୍ଷଣ-୨୦୨୦ରେ ଦ୍ରୁତ ଅଗ୍ରଗାମୀ ରାଜ୍ୟ ତାଲିକାରେ ପ୍ରଥମ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଏହି ଘୋଷଣା କରିଛନ୍ତି। କଠିନ ବର୍ଜ୍ୟବସ୍ତୁ ଓ ବର୍ଜ୍ୟଜଳ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଓଡ଼ିଶାକୁ ଏହି ସଫଳତା ମିଳି ପାରିଛି। ସେହିପରି ବ୍ରହ୍ମପୁର ମହାନଗର ନିଗମକୁ ମଧ୍ୟମ ବର୍ଗରେ ଅଭିନବ ଯୋଜନା ନିମନ୍ତେ ପୁରସ୍କୃତ କରାଯାଇଛି।
କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ସ୍ବଚ୍ଛ ସର୍ବେକ୍ଷଣ ୨୦୨୦ ଫଳାଫଳ ଘୋଷଣା କରାଯାଇଛି। ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂ ପୁରୀ ଓଡ଼ିଶାକୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଉତ୍ସବରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ବିଭାଗର ଅନ୍ୟାନ୍ୟ ଅଧିକାରୀଙ୍କ ଉପସ୍ଥିତିରେ ପୁରସ୍କାର ଗ୍ରହଣ କରିଛନ୍ତି।
ବ୍ରହ୍ମପୁର ମହାନଗର ନିଗମ ପାଇଁ ଗଞ୍ଜାମ ଜିଲାପାଳ ଓ ମହାନଗର ନିଗମ କମିଶନର ପୁରସ୍କାର ଗୃହଣ କରିଛନ୍ତି। ଏହି ସଫଳତା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏବଂ ବ୍ରହ୍ମପୁର ମହାନଗର ନିଗମକୁ ଶୁଭେଚ୍ଛା ଜଣାଇଛନ୍ତି।
ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର, ମ୍ୟାଟେରିଆଲ ରିକଭରି ଫାସିଲିଟି ଆଦି ବିକେନ୍ଦ୍ରୀକୃତ ବ୍ୟବସ୍ଥା ମାଧ୍ୟମରେ କଠିନ ବର୍ଜ୍ୟବସ୍ତୁ ପରିଚାଳନା ଓ ତରଳ ବର୍ଜ୍ୟବସ୍ତୁକୁ ପ୍ରକ୍ରିୟାକରଣ କରାଯାଉଛି। ମୋ ଖତ ଯୋଜନାରେ ଜୈବିକ ଖତ ପ୍ରସ୍ତୁତି, ବିକେନ୍ଦ୍ରୀକୃତ ମଳ ପରିଚାଳନା, ମିଶନ ଶକ୍ତି ମାଧ୍ୟମରେ ମହିଳାଙ୍କ ସକ୍ରିୟ ଅଂଶଗ୍ରହଣ ଏବଂ ସହଭାଗିତା ସ୍ବଚ୍ଛ ଓ ସୁସ୍ଥ ଓଡ଼ିଶା ଗଢ଼ିବା ଲକ୍ଷ୍ୟକୁ ସୁଦୃଢ କରିପାରିଛି ବୋଲି ମନ୍ତ୍ରୀ କହିଛନ୍ତି। ପୁରସ୍କାର ଗ୍ରହଣ ପରେ ମନ୍ତ୍ରୀ ଜେନା ମୁଖ୍ୟମନ୍ତ୍ରୀଙ୍କୁ ଏହି ସଫଳତା ପାଇଁ କୃତଜ୍ଞତା ଜଣାଇଛନ୍ତି।
୨୦୧୬ରୁ ଦେଶରେ ଆରମ୍ଭ ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ ମାଧ୍ୟମରେ ସହରଗୁଡିକରେ ପୌର ସେବା ବ୍ୟବସ୍ଥାର ଉନ୍ନତି, ନାଗରିକମାନଙ୍କ ସକ୍ରିୟ ଅଂଶଗ୍ରହଣ, ପରିମଳ ବ୍ୟବସ୍ଥାକୁ ବଜାୟ ରଖିବା ଲାଗି ଏକ ପ୍ରକାର ପ୍ରତିଯୋଗିତା ଆରମ୍ଭ ହୋଇଛି। ୨୦୧୬ରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଜନସଂଖ୍ୟା ବିଶିଷ୍ଟ ୭୩ ସହରରେ ଏହି ସର୍ବେକ୍ଷଣ କରାଯାଇଥିବା ବେଳେ ୧ ଲକ୍ଷରୁ ଅଧିକ ଜନସଂଖ୍ୟା ବିଶିଷ୍ଟ ୪୩୪ଟି ସହରକୁ ସାମିଲ କରାଯାଇଥିଲା। ସେହିପରି ୨୦୧୮ରେ ୪୨୦୩ ସହରରେ ଏହି ସର୍ବେକ୍ଷଣ ହୋଇଥିଲା। ୨୦୨୦ରେ ସର୍ବେକ୍ଷଣରେ ୪୨୪୨ଟି ସହରକୁ ଅନ୍ତର୍ଭୁକ୍ତ କରାଯାଇଛି। ୨୮ ଦିନ ମଧ୍ୟରେ ଏହି ସର୍ଭେ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri