Posted inଖେଳ

ଓଡ଼ିଶା ହକିର ଏକ ଗ୍ଲୋବାଲ ହବ୍‌: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦ା୮ (ସ୍ପୋଟର୍‌ସ ବ୍ୟୁରୋ)-ଜାତୀୟ କ୍ରୀଡ଼ା ଦିବସ ଅବସରରେ ଶନିବାର ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ଉତ୍ସବ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନୁଷ୍ଠିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଉଲ୍ଲେଖନୀୟ ସଫଳତା ହାସଲ କରିଥିବା କ୍ରୀଡ଼ା ବ୍ୟକ୍ତିତ୍ୱ ଏବଂ କୋଚ୍‌ମାନଙ୍କୁ ବିଜୁ ପଟ୍ଟନାୟକ ପୁରସ୍କାର ପ୍ରଦାନ କରିଛନ୍ତି। ଜୟନ୍ତୀ ବେହେରା ଓ ଦୀପ୍‌ ଗ୍ରେସ୍‌ ଏକ୍କା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ପାଇଛନ୍ତି। ଉଭୟଙ୍କୁ ୨ ଲକ୍ଷ ଟଙ୍କା ଲେଖାଏ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ବିଜୁ ପଟ୍ଟନାୟକ ସାହସିକ ପୁରସ୍କାର ପାଇଥିବା ପୂର୍ଣ୍ଣିମା ଗିରି ଓ ସବିତା ଗିରି ଏକ ଲକ୍ଷ ଟଙ୍କା ଲେଖାଏ ଆର୍ଥତ୍କ ପୁରସ୍କାର ପାଇଛନ୍ତି। କୋଚିଂରେ ପାରଦର୍ଶିତା ପାଇଁ ବିଜୁପଟ୍ଟନାୟକ ପୁରସ୍କାର ପାଇଛନ୍ତି ସତ୍ୟ ରଞ୍ଜନ ପଟ୍ଟନାୟକ। ସେ ୧ ଲକ୍ଷ ଟଙ୍କା ଆର୍ଥିକ ପୁରସ୍କାର ଗ୍ରହଣ କରିଛନ୍ତି। ଏତଦ୍‌ବ୍ୟତୀତ ଭିନ୍ନକ୍ଷମ କ୍ରୀଡ଼ାବିତ୍‌ଙ୍କୁ କୋଚିଂ ପାଇଁ ଶିବ ପ୍ରସାଦ ଦାସ ୩୨,୫୦,୦୦୦ ଟଙ୍କାର ଆର୍ଥିକ ପୁରସ୍କାର ଲାଭ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ପଦ୍ମିନୀ ରାଉତ, ହୁପି ମାଝି, ରାଜଶ୍ରୀ ମହାପାତ୍ର, ମନୀଷା ମେରେଲ, ପ୍ରତ୍ୟଶା ରାୟ ପ୍ରମୁଖଙ୍କୁ ମଧ୍ୟ ଆର୍ଥିକ ପୁରସ୍କାର ସହ ସମ୍ମାନିତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରସ୍କାର ବିଜେତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଓଡ଼ିଶାକୁ ବିଶ୍ୱର ଏକ ଅନ୍ୟତମ କ୍ରୀଡ଼ା କେନ୍ଦ୍ରରେ ପରିଣତ କରିବା ଲାଗି ସରକାରଙ୍କ ତରଫରୁ ନିଆଯାଇଥିବା ପଦକ୍ଷେପଗୁଡ଼ିକ ସମ୍ପର୍କରେ ଅବତାରଣା କରିଥିଲେ। ହକି କିମ୍ବଦନ୍ତୀ ଧ୍ୟାନଚାନ୍ଦଙ୍କ ଜନ୍ମବାର୍ଷିକୀ ଅବସରରେ ତାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ସେ କହିଥିଲେ ଆମ କିମ୍ବଦନ୍ତୀ ନେତା ବିଜୁବାବୁ ନିଜେ ଜଣେ ମହାନ କ୍ରୀଡ଼ାବିତ୍‌ ଥିଲେ। ତାଙ୍କ ଜୀବନକାଳରେ ସର୍ବଦା ଖେଳକୁ ପ୍ରୋତ୍ସାହିତ କରୁଥିଲେ। ତାଙ୍କ ସ୍ବପ୍ନ ସାକାର କରିବାକୁ ଯାଇ ଆମେ ଓଡ଼ିଶାକୁ କ୍ରୀଡ଼ାର ଏକ ପ୍ରମୁଖ କେନ୍ଦ୍ରରେ ପରିଣତ କରିବା ଲାଗି ଉଦ୍ୟମ ଜାରି ରଖିଛୁ। ଗତ କିଛିବର୍ଷ ହେଲା ଓଡ଼ିଶାରେ ଅନେକ ପରିମାଣରେ କ୍ରୀଡ଼ା କାର୍ଯ୍ୟକଳାପ ବୃଦ୍ଧି ପାଇଛି। ବର୍ତ୍ତମାନ ଓଡ଼ିଶା ବିଶ୍ୱର ଏକ ଅନ୍ୟତମ ହକି ହବ୍‌ ରୂପେ ପରିଚିତି ଲାଭ କରିପାରିଛି। ଆମେ୨୦୨୩ରେ ହକି ବିଶ୍ୱକପ୍‌ର ଅନ୍ୟ ଏକ ସଂସ୍କରଣ ଆୟୋଜନ କରିବାକୁ ଯାଉଛେ। ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରି କହିଥିଲେ, ଓଡ଼ିଶା ଖୁବ ନିକଟରେ ଏଭଳି ଖେଳାଳି ସୃଷ୍ଟି କରିବ ଯେଉଁମାନେ ଅଲିମ୍ପିକ୍ସରେ ଭାଗ ନେଇପାରିବେ ଏବଂ ଭାରତକୁ ବିଜୟୀ କରାଇବାରେ ସହାୟକ ହେବେ। କ୍ରୀଡ଼ା ବିଭାଗର କମିଶନର ତଥା ସଚିବ ବିଶାଳ ଦେବ ସ୍ବାଗତ ଭାଷଣ ଦେଇଥିଲେ। କ୍ରୀଡ଼ା ନିର୍ଦ୍ଦେଶକ ଆର୍‌. ଭିନିଲ କ୍ରିଷ୍ଣା ଭୋଟ୍‌ ଧନ୍ୟବାଦ ପ୍ରସ୍ତାବ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍‌ କରୁଛି। ତେବେ…

ମୁଖ୍ୟମନ୍ତ୍ରୀଙ୍କ ମା’ଙ୍କ ପରଲୋକ, ଭାବପ୍ରବଣ ହୋଇ କହିଲେ ମୋର ସବୁଠୁ ବଡ଼ ଛାଇ….

ରାଞ୍ଚି,୭।୧୦: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ମା’ ରୂପୀ ସୋରେନଙ୍କ ପରଲୋକ ହୋଇଛି । ରାଞ୍ଚିର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ…

ରାହୁଲ ଗାନ୍ଧୀଙ୍କୁ ହିମନ୍ତ ବିଶ୍ବ ଶର୍ମାଙ୍କ ଅଲ୍ଟିମେଟମ୍, କହିଲେ ବଙ୍କା କରିପାରିବେନି….

ନୂଆଦିଲ୍ଲୀ,୭।୧୦: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମା ବଡ଼ ବୟାନ ଦେଇଛନ୍ତି । ବୁଧବାର ଏକ କାର୍ଯ୍ୟକ୍ରମରେ ଉଦ୍‌ବୋଧନ ଦେଇ…

ରାଜ୍ୟରେ ଫେରୁଛି ଛାତ୍ର ସଂସଦ ନିର୍ବାଚନ: ୧୩ ବିଶ୍ୱବିଦ୍ୟାଳୟରେ ଭୋଟ୍‌, ୩ରେ ସିଧାସଳଖ ନେତା ଚୟନ!

ଭୁବନେଶ୍ୱର,୭।୧୦: ରାଜ୍ୟର ବିଶ୍ୱବିଦ୍ୟାଳୟଗୁଡ଼ିକରେ ଛାତ୍ର ସଂସଦ ପ୍ରକ୍ରିୟା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି। ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ୧୩ଟି ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ…

ଚଳନ୍ତା ଟ୍ରେନରୁ ହଠାତ୍ ଡ଼େଇଁ ପଡ଼ିଲେ ଏକାଧିକ ଯାତ୍ରୀ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୭।୧୦: ଉତ୍ତରପ୍ରଦେଶର ବାରାବଙ୍କିରୁ ସାମ୍ନାକୁ ଆସିଛି ଚକିତ କରିଦେବା ଭଳି ଭିଡିଓ । ଚଳନ୍ତା ଟ୍ରେନରୁ ଡେଇଁ ଯାତ୍ରୀମାନେ ଦୌଡ଼ି ପଳାଉଥିବାର ଦୃଶ୍ୟ ଏବେ ସୋସିଆଲ୍ ମିଡିଆରେ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?