ଇ-ପଞ୍ଜୀକରଣରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ୨ ମାସ ମଧ୍ୟରେ ଇ-ଶ୍ରମ ପୋର୍ଟାଲରେ ସାରା ଦେଶରୁ ୪ କୋଟିରୁ ଅଧିକ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଶ୍ରମିକ ପଞ୍ଜୀକରଣ କରିବାରେ ଅନ୍ୟ ରାଜ୍ୟଗୁଡ଼ିକ ତୁଳନାରେ ଓଡ଼ିଶା ସର୍ବାଗ୍ରେ ରହିଛି। ମିଳିଥିବା ତଥ୍ୟ ମୁତାବକ, ଏହି ପୋର୍ଟାଲରେ ଓଡ଼ିଶାର ୮୮ ଲକ୍ଷ ୩୫ ହଜାର ୫୭୨ ଶ୍ରମିକ ପଞ୍ଜୀକରଣ କରିଥିବା ଟୁଇଟ୍‌ କରି କେନ୍ଦ୍ର ଶ୍ରମ ମନ୍ତ୍ରୀ ଭୂପିନ୍ଦର ଯାଦବ ସୂଚନା ଦେଇଛନ୍ତି। ଏହି ପୋର୍ଟାଲରେ ପଞ୍ଜୀକରଣ କରିବା ପରେ ଅସଙ୍ଗଠିତ କ୍ଷେତ୍ରର ଶ୍ରମିକମାନେ ସହଜରେ ସରକାରୀ ଯୋଜନାଗୁଡ଼ିକର ଲାଭ ପାଇପାରିବେ। ନିର୍ମାଣ, ବସ୍ତ୍ର ଉତ୍ପାଦନ, ମତ୍ସ୍ୟଚାଷ, ଗିଗ୍‌ ଓ ପ୍ଲାଟଫର୍ମ କାମ, ଉଠାଦୋକାନୀ, ଘରୋଇ କର୍ମଜୀବୀ, କୃଷି ଏବଂ ଆନୁଷଙ୍ଗିକ, ପରିବହନ ଆଦି ବିଭିନ୍ନ କ୍ଷେତ୍ରର ଶ୍ରମିକମାନେ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ କେତେକ କ୍ଷେତ୍ରରେ ବହୁସଂଖ୍ୟାରେ ପ୍ରବାସୀ ଶ୍ରମିକ ନିୟୋଜିତ ଅଛନ୍ତି। ପ୍ରବାସୀ ଶ୍ରମିକଙ୍କ ସମେତ ଅସଙ୍ଗଠିତ କ୍ଷେତ୍ରର ସମସ୍ତ ଶ୍ରମିକ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ କରିବା ଜରିଆରେ ସରକାରଙ୍କ ବିଭିନ୍ନ ସାମାଜିକ ସୁରକ୍ଷା ଏବଂ ନିଯୁକ୍ତି ଆଧାରିତ ଯୋଜନାର ଲାଭ ପାଇବାକୁ ସକ୍ଷମ ହେବେ। ୪.୦୯ କୋଟି ଶ୍ରମିକ ଏହି ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଏଥିମଧ୍ୟରୁ ୫୦.୦୨ ପ୍ରତିଶତ ହିତାଧିକାରୀ ମହିଳା ଏବଂ ୪୯.୯୮ ପ୍ରତିଶତ ହିତାଧିକାରୀ ପୁରୁଷ। ପ୍ରାୟତଃ ସମାନ ସଂଖ୍ୟକ ପୁରୁଷ ଏବଂ ମହିଳା ଏହି ଅଭିଯାନର ଅଂଶବିଶେଷ ହେବା ବିଶେଷ ଉତ୍ସାହଜନକ। ପୁରୁଷ ଓ ମହିଳା ଶ୍ରମିକମାନେ ତୁଳନାତ୍ମକ ଭାବେ ପଞ୍ଜୀକରଣ କରୁଛନ୍ତି।
ଶ୍ରମିକ ପଞ୍ଜୀକରଣ କରିବାରେ ଓଡ଼ିଶା ସବୁଠୁ ଆଗରେ ଥିବାବେଳେ ଏହା ପଛକୁ ପଶ୍ଚିମବଙ୍ଗ, ଉତ୍ତର ପ୍ରଦେଶ, ବିହାର ଏବଂ ମଧ୍ୟପ୍ରଦେଶ ରହିଛି। ଛୋଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡ଼ିକରେ ମଧ୍ୟ ଶ୍ରମିକ ପଞ୍ଜୀକରଣ ସଂଖ୍ୟା ଉତ୍ସାହଜନକ ରହିଛି। କୃଷି ଏବଂ ନିର୍ମାଣ ଶ୍ରମିକ କ୍ଷେତ୍ରର ସର୍ବାଧିକ ସଂଖ୍ୟକ ଶ୍ରମିକ ପୋର୍ଟାଲରେ ପଞ୍ଜୀକରଣ କରିଛନ୍ତି। ଭାରତରେ ଏହି ଦୁଇଟି କ୍ଷେତ୍ରରେ ସର୍ବାଧିକ ସଂଖ୍ୟକ ଲୋକଙ୍କୁ ନିଯୁକ୍ତି ମିଳିଥାଏ। ପଞ୍ଜୀକରଣ କରିଥିବା ୬୫.୬୮ ପ୍ରତିଶତ ଶ୍ରମିକଙ୍କ ବୟସ ୧୬ରୁ ୪୦ ବର୍ଷ ମଧ୍ୟରେ ହେବ। ୩୪.୩୨ ପ୍ରତିଶତ ଶ୍ରମିକଙ୍କ ବୟସ ୪୦ ବର୍ଷ କିମ୍ବା ତଦୂଦ୍ଧର୍‌ବ ରହିଛି। ଅନ୍ୟାନ୍ୟ ପଛୁଆବର୍ଗ ଏବଂ ସାଧାରଣ ବର୍ଗରୁ ଯଥାକ୍ରମେ ୪୩ ଏବଂ ୨୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ସେହିପରି ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗରୁ ଯଥାକ୍ରମେ ୨୩ ଏବଂ ୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଜନସେବା କେନ୍ଦ୍ର ଜରିଆରେ ସର୍ବାଧିକ ୭୭ ପ୍ରତିଶତ ଶ୍ରମିକ ପଞ୍ଜୀକରଣ କରିଛନ୍ତି। ଜନସେବା କେନ୍ଦ୍ରଗୁଡ଼ିକ ଜରିଆରେ ଶ୍ରମିକମାନେ ଅଧିକରୁ ଅଧିକ ସଂଖ୍ୟାରେ ଆସି ପଞ୍ଜୀକରଣ କରିବା ଲାଗି ସରକାରଙ୍କ ପକ୍ଷରୁ ପ୍ରୋତ୍ସାହିତ କରାଯାଉଛି। ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକରଣ ପରେ ଅସଂଗଠିତ କ୍ଷେତ୍ରର ଶ୍ରମିକମାନେ ଏକ ଡିଜିଟାଲ ଇ-ଶ୍ରମ କାର୍ଡ ପାଇବେ। ସେମାନେ ପୋର୍ଟାଲ କିମ୍ବା ମୋବାଇଲ ଆପ୍‌ ମାଧ୍ୟମରେ ସେମାନଙ୍କ ପ୍ରୋଫାଇଲ ଅପଡେଟ୍‌ କରିପାରିବେ। ଦେଶରେ ସାମାଜିକ ସୁରକ୍ଷା ଯୋଜନାର ଲାଭ ପାଇବା ପାଇଁ ଏହା ଗ୍ରହଣୀୟ ହେବ। ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ଶ୍ରମିକ ଦୁର୍ଘଟଣାରେ ମୃତ୍ୟୁବରଣ କଲେ ତାଙ୍କର ନିକଟ ସମ୍ପର୍କୀୟମାନେ ୨ ଲକ୍ଷ ଟଙ୍କାର ବୀମା ରାଶି ପାଇବେ। ଆଂଶିକ ଅକ୍ଷମତା କ୍ଷେତ୍ରରେ ଶ୍ରମିକମାନଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri