Odisha Elections 2024

ଏହି କ୍ଷେତ୍ରରେ ଅନ୍ୟ ରାଜ୍ୟଠୁ ଆଗରେ ଓଡ଼ିଶା

ଭୁବନେଶ୍ୱର,୧୬ା୨(ଅନିଲ ଦାସ) ଶିଳ୍ପାୟନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇପାରିଥିବାରୁ ଓଡ଼ିଶାରେ ଗତ ୭ ବର୍ଷ ମଧ୍ୟରେ ଖାଦ୍ୟ ପ୍ରକ୍ରିୟାକରଣ, ଗ୍ରୀନ୍‌ ହାଇଡ୍ରୋଜେନ, ଅକ୍ଷୟ ଶକ୍ତି, ଇଭି ଯାନ, ପ୍ଲାଷ୍ଟିକ ଓ କେମିକାଲ, ପର୍ଯ୍ୟଟନ ତଥା ମେଟାଲ ଡାଉନଷ୍ଟ୍ରିମ୍‌ ଶିଳ୍ପ କ୍ଷେତ୍ରରେ ୧୧.୬୩ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି। ଏଥିଯୋଗୁ ୭ ଲକ୍ଷରୁ ଊର୍ଦ୍ଧ୍ୱ ନିଯୁକ୍ତି ସୁଯୋଗ ସୃଷ୍ଟି ହୋଇଛି। ଗୁରୁବାର ଶଙ୍ଖ ଭବନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଜାତୀୟ ମୁଖପାତ୍ର ସଂତୃପ୍ତ ମିଶ୍ର ଏହି ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ଆର୍‌ବିଆଇ ରିପୋର୍ଟ ଅନୁଯାୟୀ, ପୁଞ୍ଜି ନିବେଶ କ୍ଷେତ୍ରରେ ସର୍ବଭାରତୀୟ ସ୍ତରରେ ଓଡ଼ିଶା ତୃତୀୟ ସ୍ଥାନରେ ରହିଥିବା ବେଳେ ସିଏମ୍‌ଆଇ ଓ ସିଆଇଆଇ ରିପୋର୍ଟରେ ଓଡ଼ିଶା ଦ୍ୱିତୀୟ ସ୍ଥାନରେ ରହିଛି। ଗତ ୭ ବର୍ଷ ଭିତରେ ରପ୍ତାନି ପରିମାଣ ପାଖାପାଖି ଦୁଇ ଗୁଣ ହୋଇପାରିଛି। ଗତ ଦୁଇ ଦଶନ୍ଧି ମଧ୍ୟରେ ସିମେଣ୍ଟ ଉପତ୍ାଦନ ୨୨ ଗୁଣା ବୃଦ୍ଧି ହେବା ସହ ଷ୍ଟିଲ୍‌ ଉପତ୍ାଦନରେ ପ୍ରାୟ ୧୫ ଗୁଣା ବୃଦ୍ଧି ହୋଇପାରିଛି। ଟେକ୍ସଟାଇଲ, କେମିକାଲ, ପ୍ଲାଷ୍ଟିକ, ଗ୍ରୀନ୍‌ ହାଇଡ୍ରୋଜେନ, ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ବହୁ ବଡ଼ ବଡ଼ ପୁଞ୍ଜିନିବେଶକାରୀ ଓଡ଼ିଶାରେ ପୁଞ୍ଜିନିବେଶ କରୁଛନ୍ତି। ବନ୍ଦର ପରିଚାଳନା କ୍ଷମତା ୨୦ ମେଟ୍ରିକ ଟନ୍‌ରୁ ବୃଦ୍ଧି ପାଇ ୧୭୬ ମେଟ୍ରିକ ଟନ୍‌ରେ ପହଞ୍ଚି ପାରିଛି। ରାଜ୍ୟ ସରକାର ଯୁବଶକ୍ତିର ଦକ୍ଷତା ବିକାଶକୁ ଗୁରୁତ୍ୱ ଦେବା ଫଳରେ ନୂତନ ପୁଞ୍ଜିନିବେଶକାରୀମାନେ ରାଜ୍ୟର ‘ଦକ୍ଷତା ବିକାଶ ବିଭାଗ’ ସହିତ ସମନ୍ବୟ ରକ୍ଷା କରି ‘ସ୍କିଲ୍‌ଡ ଇନ୍‌ ଓଡ଼ିଶା’ ମାଧ୍ୟମରେ ଯୁବଶକ୍ତିକୁ ନିଯୁକ୍ତି ମିଳିପାରୁଛି। ଶାସନରେ ସ୍ବଚ୍ଛତା ଅବଲମ୍ବନ କରାଯିବା ଫଳରେ ରାଜସ୍ବ ବଳକା ରାଜ୍ୟ ହେବା ସହ ଓଡ଼ିଶା ଆଜି ଆର୍ଥିକ ପରିଚାଳନାରେ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିପାରିଛି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଓ ସୁଶାସନ ଲାଗି ବହୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ନିବେଶକମାନେ ଓଡ଼ିଶାରେ ପୁଞ୍ଜି ନିବେଶ କରିବାକୁ ଆକୃଷ୍ଟ ହେଉଛନ୍ତି। ବ୍ୟାପକ ଶିଳ୍ପାୟନ ପାଇଁ ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ଲାଗି ଓଡ଼ିଶା ଅର୍ଥନୀତିକୁ ଶିଳ୍ପ କ୍ଷେତ୍ରରୁ ୪୧.୩ ପ୍ରତିଶତ ରାଜସ୍ବ ମିଳିପାରୁଛି, ଯାହାକି ଅନ୍ୟ ରାଜ୍ୟ ଓ ଜାତୀୟ ସ୍ତରରେ ଶିଳ୍ପ କ୍ଷେତ୍ରରୁ ୨୮.୫ ପ୍ରତିଶତ ରାଜସ୍ବ ମିଳୁଛି ା ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଗେଇ ଚାଲିଛି ବୋଲି ସଂତୃପ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

ଡବଲ ଇଞ୍ଜିନ ସରକାର ଗଠନ ପାଇଁ ଭୋଟରଙ୍କୁ ଅନୁରୋଧ କଲେ ଆସାମ ମୁଖ୍ୟମନ୍ତ୍ରୀ

ଭେଡେନ,୧୬ା୫(ସୁଦନ ମହାକୁର): ବରଗଡ଼ ଜିଲ୍ଲା ଅତାବିରା ନିର୍ବାଚନ ମଣ୍ଡଳୀ ଭେଡେନ ବ୍ଲକ ଡାଳବ ପଞ୍ଚାୟତ ଅନ୍ତର୍ଗତ ବାନିପାଲି ଖେଳ ପଡ଼ିଆରେ ଗୁରୁବାର ଭାଜପାର ବିଜୟ ସଙ୍କଳ୍ପ...

ଖାର୍ଗେ ଦେଲେ ବଡ଼ ବୟାନ, କହିଲେ ଓଡ଼ିଶାରେ ବିଜେଡି-ଭାଜପା…

ଭୁବନେଶ୍ୱର,୧୬।୫: ଓଡ଼ିଶା ଗସ୍ତରେ ଆସି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଉଭୟ ବିଜେଡି ଓ ଭାଜପା ଉପରେ ବର୍ଷଛନ୍ତି। ଖାର୍ଗେ କହିଛନ୍ତି, ଓଡ଼ିଶାରେ ବିଜେଡି ୨୪...

ହସ୍ପିଟାଲରେ ଥାଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧୬।୫: ବ୍ରହ୍ମପୁରର ଭାଜପା ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ସେ ସୁରକ୍ଷା ଦାବି କରିଛନ୍ତି। ପ୍ରଦୀପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri