ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର ୩୨ ସହରରେ ତାପମାତ୍ରା ୪୦ଡିଗ୍ରୀ ଉପରେ ରହିଥିଲା। ସେପଟେ ପୁଣି ୪୩ଡିଗ୍ରୀ ଟପିଛି ରାଜଧାନୀ ଭୁବନେଶ୍ୱରର ତାପମାତ୍ରା। ୪୩.୬ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟର ଉତ୍ତପ୍ତ ସହର ରହିଥିଲା।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ତିନିଦିନ ରାଜ୍ୟରେ ତାତିର ପ୍ରଭାବ ରହିବା ସହିତ ଗୁଳୁଗୁଳି ଏବଂ ଝାଞ୍ଜି ପବନ ମଧ୍ୟ ବହିବାର ସମ୍ଭାବନା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ସତର୍କତା ଜାରି କରାଯାଇଛି। ଶୁକ୍ରବାର ଖୋର୍ଦ୍ଧା, କଟକ, ନୟାଗଡ଼, ମୟୂରଭଞ୍ଜ, ଅନୁଗୋଳ ଓ ବୌଦ୍ଧ ଜିଲାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, ଢେଙ୍କାନାଳ, ଗଜପତି, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି ଏବଂ ଗଞ୍ଜାମ ଜିଲାରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ୨୦ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ଢେଙ୍କାନାଳ, ନୂଆପଡ଼ା, ଅନୁଗୋଳ, ନୟାଗଡ଼, ମୟୂରଭଞ୍ଜ, ବୌଦ୍ଧ ଏବଂ କେନ୍ଦୁଝରକୁ ପ୍ରବଳ ଗ୍ରୀଷ୍ଣ ପ୍ରବାହ ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର। କୋରାପୁଟ, ମାଲକାନଗିରି, ସୋନପୁର, ବଲାଙ୍ଗୀର ଏବଂ କଳାହାଣ୍ଡିରେ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨୧ତାରିଖରେ ମଧ୍ୟ କିଛି ଜିଲାକୁ ଗ୍ରୀଷ୍ମ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଖରା ସମୟରେ ସତର୍କ ରହିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି। ସାଧାରଣ ଲୋକ, ଗର୍ଭବତୀ ମହିଳା, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ଖରାର ପିକ୍‌ ସମୟ(ପୂର୍ବାହ୍ନ ୧୧ରୁ ଅପରାହ୍ନ ୩ଟା) ଯାଏ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ପିକ୍‌ ସମୟରେ ଘରୁ ବାହାରିବା ସମୟରେ ଛତା, ଜୋତା ଓ ପାଣି ବୋତଲ ପରି ଆବଶ୍ୟକୀୟ ସାମଗ୍ରୀ ସାଥିରେ ନେବା ପାଇଁ ପରାମର୍ଶ ଦିଆଯାଇଛି। ସୂଚନାଯୋଗ୍ୟ, ଗତ ୫ତାରିଖରେ ଭୁବନେଶ୍ୱରେ ତାପମାତ୍ରା ୪୩.୫ଡିଗ୍ରୀ ରହିଥିଲା, ଯାହାକି ଦେଶରେ ଦ୍ୱିତୀୟ ଏବଂ ଏସିଆର ଷଷ୍ଠ ସ୍ଥାନରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri