ଜଳୁଛି ଓଡ଼ିଶା, ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରେ ଜଳୁଛି ଓଡ଼ିଶା। ବୁଧବାର ରାଜ୍ୟରେ ଗରମ ପବନ ବହିବା ସାଙ୍ଗକୁ ୨୪ ଘଣ୍ଟାରେ ତାପମାତ୍ରା ୪ ଡିଗ୍ରୀ ବୃଦ୍ଧି ଆଶଙ୍କା କରାଯାଉଛି। ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ଗ୍ରୀଷ୍ମପ୍ରବାହ ନେଇ ୨୧ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆଜି ରେକର୍ଡ ଭାଙ୍ଗିଛି ଭୁବନେଶ୍ୱର। ଆଜି ରାଜଧାନୀରେ ତାପମାତ୍ରା ୪୪.୨ ଡିଗ୍ରୀ ଥିଲା।ଅନୁଗୋଳ, କନ୍ଧମାଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା,ବଲାଙ୍ଗୀର, ବରଗଡ଼, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଆଦି ଜିଲା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ତେବେ ଏନେଇ ବୟୋଜ୍ୟେଷ୍ଠ, ଶିଶୁ, ରୋଗାକ୍ରାନ୍ତମାନଙ୍କ ପ୍ରତି ଦୃଷ୍ଟି ଦେବାକୁ ସତର୍କ କରାଇ ଦିଆଯାଇଛି। ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଆବଶ୍ୟକ ପଦକ୍ଷେପ ନେବାକୁ ପାଣିପାଗ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କମିଲା ବନ୍ୟାଜଳ ପ୍ରବେଶର ପରିମାଣ, ହୀରାକୁଦ ବନ୍ଦ କଲା ୪ ଗେଟ୍‌

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି। ଫଳରେ ଗୁରୁବାର ରାତିରେ ୨ ଓ ଶୁକ୍ରବାର ସକାଳେ ପୁଣି ୪ଟି…

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri