କଳାହାଣ୍ଡିରେ କଂଗ୍ରେସ ପକ୍ଷରୁ ଓଡିଶା ବନ୍ଦ

ଭବାନୀପାଟଣା,୧୫।୨: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଆଜି ଓଡିଶା ବନ୍ଦ ଡାକରା ଦିଆଯାଇଛି। କଳାହାଣ୍ଡି ଜିଲାରେ ଏହାର ପ୍ରଭାବ ପଡିଛି। କେନ୍ଦ୍ରର ଭାଜପା ସରକାର କୃଷକମାନଙ୍କ ଚାଷଜମି ଗୁଡିକୁ ପୁଞ୍ଜିପତି ମାନଙ୍କ ନିକଟରେ ବନ୍ଧକ କରିଦେବା ଚକ୍ରାନ୍ତ କରି ତିନୋଟି କଳା କୃଷି ଆଇନ ଲାଗୁ କରିବା ସହ ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସର ମାତ୍ରାଧିକ ଦର ବୃଦ୍ଧି ଓ ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀ ଗୁଡିକର ଦର ବୃଦ୍ଧି ପ୍ରତିବାଦରେ ଏହି ବନ୍ଦ ଡାକରା ଦିଆଯାଇଛି। ସମଗ୍ର କଳାହାଣ୍ଡି ଜିଲାରେ ଯାନବାହନ ଚଳାଚଳ ବନ୍ଦ ରହିବା ସହ ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ , ଶିକ୍ଷା ଅନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ ଗୁଡିକ ବନ୍ଦ ରହିଥିବା ଦେଖିବାକୁ ମିଳିଛି । ଜିଲାର ସମସ୍ତ ବ୍ଲକ ଓ ମ୍ୟୁନିସିପାଲଟି ଅଞ୍ଚଳ ଗୁଡିକରେ କଂଗ୍ରେସ କର୍ମୀମାନେ ଏହି ବନ୍ଦରେ ସାମିଲ ହୋଇ ସଫଳ କରିଥିଲେ। ଜିଲ୍ଲା ସଭାପତି ପୂର୍ବତନ ବିଧାୟକ ଶ୍ରୀ ଭାରତ ଭୂଷଣ ବେମାଲଙ୍କ ନେତୃତ୍ୱରେ ବରିଷ୍ଠ କଂଗ୍ରେସ ନେତା ଉଛବ ସାହୁ, ମହମ୍ମଦ ଅଲ୍ଲୀ, ପରମାନନ୍ଦ ମାଝୀ, ସିଦ୍ଧାର୍ଥ ନାୟକ, ପ୍ରଦେଶ ଯୁବ କଂଗ୍ରେସ ସମ୍ପାଦକ ମହମ୍ମଦ ସାହେବ, ବ୍ରଜ ସାହୁ, ନିମାଞ୍ଚଳ ନାଏକ, ପ୍ରକାଶ ହରପାଳ, ଅବଦୁଲ ସାଜିଦ, ମହମ୍ମଦ ସବୀର, ଶ୍ରୀମତୀ ସୁକାନ୍ତି ସରାଫ, ପଦ୍ମିନୀ ଯୋଶୀ, ସୁରେଶ ପଟ୍ଟନାୟକ, ସରୋଜ ବାଗ, ଗଣପତି ନାଏକ, ପ୍ରୀତମ ବେହେରା, ଚନ୍ଦ୍ର ଯୋଶୀଙ୍କ ସମେତ ଶତାଧିକ କଂଗ୍ରେସ କର୍ମୀ ଓ ନେତା ଏହି ବନ୍ଦର ନେତୃତ୍ୱ ନେଇଥିଲେ। ସଦର ବ୍ଲକ କଂଗ୍ରେସ କମିଟି ସଭାପତି ସୁବାଷ ପ୍ରଧାନଙ୍କ ନେତୃତ୍ୱରେ କରଳାପଡାଠାରେ ବିକ୍ଷୋଭ ଓ ପ୍ରତିବାଦ କରାଯାଇ ବନ୍ଦକୁ ସଫଳ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକସ୍ତରୀୟ ପ୍ରବେଶ ଉତ୍ସବରେ ଖଡ଼ିଛୁଇଁଲେ ଶିଶୁ

କର୍ଲାମୁଣ୍ଡା:୪।୪(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଶନିବାର ବ୍ଲକସ୍ତରୀୟ ପ୍ରବେଶ ଉତ୍ସବ ଏବଂ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri