ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୧୫।୨(ବ୍ୟୁରୋ): ପେଟ୍ରୋଲ, ଡିଜେଲ ସହ ଏଲ୍‌ପିଜି ଗ୍ୟାସ୍‌ ଦର ଅହେତୁକ ଭାବେ ବଢ଼ି ଚାଲିଛି। ଏଥିରେ ସାଧାରଣ ଲୋକେ ଅତିଷ୍ଠ ହୋଇପଡ଼ିଥିବାବେଳେ ଏହାର ପ୍ରତିବାଦରେ ସୋମବାର କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ରାଜ୍ୟରେ ସବୁକିଛି ବନ୍ଦ ରଖିବାକୁ କଂଗ୍ରେସ ପକ୍ଷରୁ ଅନୁରୋଧ କରାଯାଇଛି। ଏହି ବନ୍ଦ ପାଳନକୁ ଶାନ୍ତିପୂର୍ଣ୍ଣ କରିବା ପାଇଁ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ବାନ ଦେଇଛନ୍ତି। ତେବେ ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହନ, ଔଷଧ ଦୋକାନ, ଅତ୍ୟାବଶ୍ୟକ ସେବାରେ ନିୟୋଜିତ ଥିବା ଗାଡ଼ିକୁ ଏଥିରୁ ବାଦ୍‌ ଦିଆଯିବ। ସେହିପରି ଯେଉଁ ଗାଡ଼ିରେ ଫୁଲ ସଜା ହୋଇଥିବ, ତାକୁ ମଧ୍ୟ ବନ୍ଦ ଡାକରାରୁ ବାଦ୍‌ ଦିଆଯିବ। ଅର୍ଥାତ୍‌ ବିବାହ ପାଇଁ ଯାଉଥିବା ଗାଡିକୁ ଏଥିରୁ ବାଦ୍‌ ଦିଆଯିବ। ସାଧାରଣ ଲୋକଙ୍କ ଲାଗି ଯେପରି ଅସୁବିଧା ହେବ ନାହିଁ ତାହା ଉପରେ ଧ୍ୟାନ ଦିଆଯିବ ବୋଲି ପିସିସି ସଭାପତି କହିଛନ୍ତି। କିଛିଦିନ ତଳେ ନିରଞ୍ଜନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ତେଲ ଦର ଉପରୁ ଲିଟର ପିଛା ୧୦ ଟଙ୍କା ଦର ହ୍ରାସ କରି ଲୋକଙ୍କ ଉପରୁ ବୋଝ କମାଇବାକୁ ଅନୁରୋଧ କରିଥିଲେ ନଚେତ୍‌ ୧୫ରେ ରାଜ୍ୟ ବନ୍ଦ କରାଯିବ ବୋଲି କହିଥିଲେ। ତେବେ ଏବେ କେବଳ ପେଟ୍ରୋଲ, ଡିଜେଲ, ଏଲ୍‌ପିଜି ଗ୍ୟାସ୍‌ର ଦର ବୃଦ୍ଧି ନୁହେଁ, ବରଂ ବେକାରି

ସମସ୍ୟା, ରାଜ୍ୟରେ ବଢ଼ି ଚାଲିଥିବା ନାରୀ ଓ ଶିଶୁ ନିର୍ଯାତନା, ବିଗିଡିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ବନ୍ଦ ପାଳନ କରାଯାଉଥିବା କଂଗ୍ରେସ ପକ୍ଷରୁ କୁହାଯାଇଛି। ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ବନ୍ଦ ରଖାଯାଇଥିବା ବେଳେ ରାଜ୍ୟରେ ଘରୋଇ ବସ୍‌ ଚଳାଚଳ ମଧ୍ୟ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ରାଜ୍ୟ ବସ୍‌ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟ କହିଛନ୍ତି, ବନ୍ଦ ଡାକରାକୁ ସମର୍ଥନ ଦେଇ କେବଳ ବନ୍ଦ ସମୟରେ ବସ୍‌ ଚଳାଚଳ ନ କରିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ବନ୍ଦ ସମୟରେ ଢେଲା ମାଡ଼ କିମ୍ବା ବସ୍‌ ପୋଡ଼ାଜଳାର ଆଶଙ୍କା ରହିଛି। ସେହିପରି ବନ୍ଦ ଡାକରା ପରେ ଲୋକଙ୍କ ଯାତାୟାତରେ ଯେପରି କୌଣସି ଅସୁବିଧା ନ ହେବ ସେଥିପାଇଁ ଦିନ ୧ଟା ପରେ ବସ୍‌ ଚଳାଚଳକୁ ସ୍ବାଭାବିକ କରାଯିବ ବୋଲି ବୋଲି ଆଚାର୍ଯ୍ୟ କହିଛନ୍ତି। ସମାନଭାବେ ସରକାରୀ କର୍ମଚାରୀଙ୍କ ଯାତାୟାତକୁ ଦୃଷ୍ଟିରେ ରଖି ରାଜ୍ୟ ଗୃହ ବିଭାଗ ପକ୍ଷରୁ ମଧ୍ୟ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସବୁ କର୍ମଚାରୀଙ୍କୁ ସକାଳ ୯ଟା ୧୫ ସୁଦ୍ଧା ଅଫିସରେ ପହଞ୍ଚିବାକୁ କୁହାଯାଇଛି। ସେହିପରି ଲୋକସେବା ଭବନର ସମ୍ମୁଖ ଗେଟ୍‌ ବନ୍ଦ ରହିବା ଲାଗି ନିଷ୍ପତ୍ତି ହୋଇଛି। ସବୁ କର୍ମଚାରୀ ନିଜର ପାସ୍‌ ଏବଂ ଯଦି ଚାରି ଚକିଆରେ ଆସନ୍ତି ତେବେ କାର୍‌ ପାସ୍‌ ଆଣି ଆସିବେ। ରାସ୍ତାରେ କିମ୍ବା କେଉଁ ସ୍ଥାନରେ କର୍ମଚାରୀ ଯଦି କିଛି ଅସୁବିଧାର ସମ୍ମୁଖୀନ ହୁଅନ୍ତି ତେବେ ସେମାନଙ୍କ ପାଇଁ ଲୋକସେବା ଭବନ ସିକ୍ୟୁରିଟି ଅଫିସରଙ୍କ ଲ୍ୟାଣ୍ଡଲାଇନ ନମ୍ବର ଜାରି କରାଯାଇଛି। ସେମାନେ ଯୋଗାଯୋଗ କରିପାରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ୨୦୨୦ ନଭେମ୍ବରଠାରୁ ଏବେ ସୁଦ୍ଧା ପେଟ୍ରୋଲ, ଡିଜେଲ ଦର ପ୍ରାୟ ୨୭ ଥର ବୃଦ୍ଧି ହୋଇସାରିଛି। ଜାନୁୟାରୀରୁ ଏବେ ସୁଦ୍ଧା ତୈଳ ଦର କେନ୍ଦ୍ର ସରକାର ୧୮ ଥର ବୃଦ୍ଧି କରିଛନ୍ତି। ୨୦୨୧-୨୨ ବଜେଟରେ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ଉପରେ ୨ ଟଙ୍କା ୫୦ ପଇସା ଏବଂ ୪ଟଙ୍କା କୃଷି ସେସ୍‌ ଲଗାଇବା ନେଇ ଘୋଷଣା କରିଛନ୍ତି। ଏପରି କି ଏହି ସେସ୍‌ ପ୍ରଭାବ ଖାଉଟିଙ୍କ ଉପରେ ସିଧାସଳଖ ପଡ଼ିବ ନାହିଁ କିମ୍ବା ତେଲ ଦର ବଢ଼ିବନି ବୋଲି କୁହାଯାଇଛି। ସେହିପରି ବର୍ଦ୍ଧିତ ସେସ୍‌ ତୈଳ କମ୍ପାନୀଗୁଡ଼ିକ ବହନ କରିବେ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସ୍ପଷ୍ଟ କରିଥିଲେ। ଏହା ଭିତରେ ୮ଟି ପର୍ଯ୍ୟାୟରେ ଉପଭୋକ୍ତାଙ୍କ ମୁଣ୍ଡ ଉପରେ ଅତିରିକ୍ତ ବୋଝ ପଡ଼ିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri