ଅର୍ଥନୀତିରେ ଓଡ଼ିଶା ସମୃଦ୍ଧ ହୋଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮: ସ୍ବାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି। ପ୍ରଥମେ ସ୍ବାଧୀନତା ସଂଗ୍ରାମୀ ଏବଂ ଶହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ମୁଖ୍ୟମନ୍ତ୍ରୀ ନିଜର ଅଭିଭାଷଣ ଆରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଭାରତର ସ୍ବାଧୀନତା ସଂଗ୍ରାମ ବିଶ୍ୱରେ ନୂଆ ଯୁଗ ଆରମ୍ଭ ସୃଷ୍ଟି କରିଥିଲା। ଏ ସଂଗ୍ରାମ ସମସ୍ତଙ୍କ ପାଇଁ ପ୍ରେରଣା ଆଣିଦେଇଥିଲା। ଆଜି ଭାରତ ବିଶ୍ୱରେ ନିଜକୁ ପ୍ରମୁଖ ଶକ୍ତି ଭାବେ ପ୍ରତିଷ୍ଠିତ କରିପାରିଛି। ବିଭିନ୍ନ କ୍ଷେତ୍ରରେ ଭାରତର ଆତ୍ମବିଶ୍ୱାସ ବୃଦ୍ଧି ପାଇଛି। ଭାରତ ଚନ୍ଦ୍ରୟାନ-୩ ମହାକାଶ ବିଜ୍ଞାନ କ୍ଷେତ୍ରରେ ଗୌରବ ବଢାଇଛି। ଓଡ଼ିଶାର ବିକାଶରେ ସମସ୍ତେ ନିଜକୁ ସାମିଲ କରିଛନ୍ତି। ରାଜ୍ୟ ଅର୍ଥନୀତିରେ ସମୃଦ୍ଧଶାଳୀ ହୋଇଛି। ଲକ୍ଷ ଲକ୍ଷ କୋଟି ଟଙ୍କା ପୁଞ୍ଜି ଓଡ଼ିଶାକୁ ଆସୁଛି। ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି। ବିଏସ୍‌କଓ୍ବୋଇ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି। ଗରିବ, ଚାଷୀ, ମହିଳା ଏବଂ ଜନଜାତିଙ୍କୁ ନେଇ ଆମେ ଆଗକୁ ବଢୁଛୁ। ଏସ୍‌ଏଚ୍‌ଜି ମହିଳା ଏବଂ ଚାଷୀଙ୍କ ପାଇଁ ସରକାର ସର୍ବଦା ସଂକଳ୍ପବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

ହାତୀନଦୀରେ ବଡ଼ ବନ୍ୟା, ଶହଶହ ଏକର ଚାଷ ଜମି ଜଳମଗ୍ନ

ଭବାନୀପାଟଣା,୨୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗତ ୩ ଦିନ ଧରି ଲଗାଣ ବର୍ଷା ଏବଂ ଇନ୍ଦ୍ରାବତୀ ମଙ୍ଗଳପୁର ବ୍ୟାରେଜରୁ ୪ଟି ଗେଟ ଖୋଲାଯିବା ପରେ ଶୁକ୍ରବାର…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ…

୪ଦିନ ହେଲା ବର୍ଷା ଜାରି: କୁଳଲଙ୍ଘି ଗର୍ଜନ କରୁଛି ରୁଷିକୁଲ୍ୟା

ପୁରୁଷୋତ୍ତମପୁର,୨୫।୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ୪ଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ଯୋଗୁ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି…

ଲଗାଣ ବର୍ଷାରେ ମୟୂରଭଞ୍ଜ ବେହାଲ, ନଦୀରେ ବଢୁଛି ଜଳସ୍ତର, ଅନେକ ଅଞ୍ଚଳକୁ ବିଚ୍ଛିନ୍ନ କଲା ବନ୍ୟାଜଳ

ବାରିପଦା,୨୫।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ବେହାଲ ହୋଇପଡିଛି। ପ୍ରବଳ ବର୍ଷା ଯୋଗୁ ଜିଲାର ଏକାଧିକ ନଦୀରେ ଜଳସ୍ତର ବୃଦ୍ଧି…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ଦିନ ମିଳିବ ବକେୟା ଭତ୍ତା

ଭୁବନେଶ୍ୱର, ୨୫।୯: ଆସନ୍ତା ଅକ୍ଟୋବର ମାସ ସୁଦ୍ଧା ମିଳିବ ବକେୟା ଥିବା ଭତ୍ତା। ଏନେଇ ବିଧାନସଭାରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ରାଜ୍ୟରେ ସମୁଦାୟ ୨୦…

ବିପଦ ସଙ୍କେତ ଟପିଲା ବୈତରଣୀ, ସାଳନ୍ଦୀ ନଦୀ: ଭଦ୍ରକରେ ପୁଣି ବନ୍ୟା

ଭଦ୍ରକ,୨୫।୯(ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ବୁଡାଉ ଥିବା ୨ ପ୍ରମୁଖ ନଦୀରେ ଶୁକ୍ରବାର ପୁଣି ବନ୍ୟା ଆସିଛି l ବୁଧବାର ରାତିରୁ କ୍ରମାଗତ ବର୍ଷା ଲାଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?