ଜଙ୍ଗଲ ନିଆଁରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୮ା୪(ଅସମାପିକା ସାହୁ)ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଜଙ୍ଗଲ ନିଆଁ ବନ ବିଭାଗକୁ ଚିନ୍ତାରେ ପକାଇଦେଇଛି। ତେବେ ବନ ବିଭାଗର ତ୍ୱରିତ ପଦକ୍ଷେପ ଏବଂ ସମସ୍ତ ବ୍ୟବସ୍ଥା ଯୋଗୁ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ କମ୍‌ ଥିବା ଜଣାପଡ଼ିଛି। ଫରେଷ୍ଟ ସର୍ଭେ ଅଫ୍‌ ଇଣ୍ଡିଆ(ଏଫ୍‌ଏସ୍‌ଆଇ)ର ତଥ୍ୟାନୁସାରେ, ସାରା ଦେଶରେ ଶନିବାର ୧୪୦ଟି ସ୍ଥାନରେ ବଡ଼ ଧରଣର ଜଙ୍ଗଲ ନିଆଁ ଲାଗିଥିବାବେଳେ ଓଡ଼ିଶାରେ ସର୍ବାଧିକ ୪୧ଟି ସ୍ଥାନରେ ଲାଗିଛି। ସେହିପରି ବଡ଼ ଧରଣର ଜଙ୍ଗଲ ନିଆଁ ଲାଗିବାରେ ଗତ ୨୦ତାରିଖରୁ ୭ଦିନ ମଧ୍ୟରେ ଓଡ଼ିଶା ଦେଶରେ ପ୍ରଥମ ସ୍ଥାନରେ ରହିଛି। ତେବେ ଗତବର୍ଷ ତୁଳନାରେ ରାଜ୍ୟରେ ଜଙ୍ଗଲ ନିଆଁ କମ୍‌ ରହିଛି। ଗତବର୍ଷ ଏହି ସମୟରେ ୩୮ହଜାରରୁ ଉର୍ଦ୍ଧ୍ୱ ସ୍ଥାନରେ ନିଆଁ ଲାଗିଥିବା ବେଳେ ଏବର୍ଷ ୧୬ହଜାରରୁ ଅଧିକ ସ୍ଥାନରେ ନିଆଁ ଚିହ୍ନଟ ହୋଇଛି। ସେହିଭଳି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଚଳିତବର୍ଷ ଶନିବାର ସୁଦ୍ଧା ୩୧୮ଟି ପଏଣ୍ଟରେ ନିଆଁ ଚିହ୍ନଟ ହୋଇଛି।

ଏଫ୍‌ଏସ୍‌ଆଇର ଗତ ୫ବର୍ଷର ତଥ୍ୟକୁ ଦେଖିଲେ ଶିମିଳିପାଳରେ ଚଳିତ ବର୍ଷ କମ୍‌ ସ୍ଥାନରେ ନିଆଁ ଲାଗିଥିବା ଦେଖାଯାଇଛି। ୨୦୨୦ରେ ଜାନୁଆରୀରୁ ଏପ୍ରିଲ ମାସ ଭିତରେ ୫୯୯ଟି ସ୍ଥାନରେ ଜଙ୍ଗଲ ନିଆଁ ଚିହ୍ନଟ ହୋଇଥିବାବେଳେ ୨୦୨୧ରେ ୨,୮୬୧, ୨୦୨୨ରେ ୩୧୯, ୨୦୨୩ରେ ୧,୪୫୬ଟି ସ୍ଥାନରେ ନିଆଁ ଲାଗିଥିବା ଚିହ୍ନଟ ହୋଇଛି। ତେବେ ଗତ ଜାନୁଆରୀରୁ ଏପ୍ରିଲ ୨୭ ମଧ୍ୟରେ ଶିମିଳିପାଳରେ ୩୧୮ଟି ସ୍ଥାନରେ ନିଆଁ ଲାଗିଥିବା ଜଣାପଡ଼ିଛି। ବନ ବିଭାଗର ସୂଚନାନୁସାରେ, ଶିମିଳିପାଳରେ ୩୦୦ ଫାୟାର ସ୍କ୍ବାଡ୍‌ ନିୟୋଜିତ ହୋଇଥିବାବେଳେ ୩୦ଜଣ ପୂର୍ବତନ କର୍ମଚାରୀ, ଓଡ୍ରାଫର ୫୨ଜଣ, ୨୨ଟି ସ୍ବତନ୍ତ୍ର ଗାଡ଼ି, ଫାୟାର ସ୍କ୍ବାଡ୍‌ ପାଇଁ ୨୦ଟି ଗାଡ଼ି, ଫାୟାର ବ୍ଲୋୟର୍ସ ୪୬୦ଟି ଦିଆଯାଇଛି। ସେପଟେ ଜଙ୍ଗଲ ନିଆଁ ୯୦ପ୍ରତିଶତ ମନୁଷ୍ୟକୃତ ହୋଇଥାଏ। ଶିକାର କରିବା ପାଇଁ ହେଉ ବା ମହୁଲ ଆଣିବା ପାଇଁ ଜଙ୍ଗଲରେ ଅଧିକାଂଶ ସ୍ଥାନରେ ନିଆଁ ଲଗାଇଥାନ୍ତି। ଏଭଳି ସ୍ଥଳରେ ସେମାନଙ୍କୁ ଧରିବା ପାଇଁ ମଧ୍ୟ ବନ ବିଭାଗ ଏଥର କଡ଼ା ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ ୬୦ରୁ ଊର୍ଦ୍ଧ୍ୱ ଲୋକଙ୍କୁ ବନ ବିଭାଗ ଧରିସାରିଲାଣି। ଶୁକ୍ରବାର ବିଳମ୍ବିତ ରାତିରେ ବନ ବିଭାଗ ତରଫରୁ ତିନିଜଣଙ୍କୁ ଗିରଫ କରାଯାଇଛି। କଳାହାଣ୍ଡି ଜିଲାର କର୍ଲାପାଟ ଅଭୟାରଣ୍ୟରେ ତିନିଜଣ ଜଙ୍ଗଲ ନିଆଁ ଲଗାଇବାକୁ ଯାଉଥିବାବେଳେ କ୍ୟାମେରା ଟ୍ରାପ୍‌ରେ ଧରାପଡ଼ିଥିଲେ। ବିଭାଗ ସେମାନଙ୍କୁ ଧରିବା ସହିତ ଦୁଇଟି ଦେଶୀ ରାଇଫଲ ଜବତ କରିଛି। ସେପଟେ କ୍ୟାମେରା ଯୋଗୁ ଏବେ ଶିକାର କରିବାକୁ ଯାଉଥିବା ଶିକାରୀ ବି ଧରାପଡ଼ିଯାଉଛନ୍ତି। ଶୁକ୍ରବାର ବିଳମ୍ବିତ ରାତିରେ ନୟାଗଡ଼ ଦଶପଲ୍ଲାରେ ତିନିଜଣ ଶିକରୀଙ୍କୁ କ୍ୟାମେରା ଟ୍ରାପ୍‌ରେ କ୍ଷେତ୍ରୀୟ କର୍ମଚାରୀ ଧରିଛନ୍ତି। ସେମାନଙ୍କୁ ଗିରଫ କରିବା ସହିତ ତାଙ୍କ ପାଖରୁ ଗୋଟିଏ ବନ୍ଧୁକ, ଶମ୍ବର ଏବଂ କୁଟୁରା ଶିଙ୍ଘ ମଧ୍ୟ ଜବତ କରାଯାଇଛି। ସୂଚନାଯୋଗ୍ୟ, ଗତ ମାସରେ ବିଭାଗ ଓଡ଼ଗାଁ, ନୟାଗଡ଼, ଖଣ୍ଡପଡ଼ାରୁ ୬ଟି ବନ୍ଧୁକ ଜବତ କରିବା ସହିତ ବହୁଜଣଙ୍କୁ ଗିରଫ କରିବାରେ ସଫଳତା ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri