‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବୁଧବାର ଏହି ସଂସଦୀୟ କ୍ଷେତ୍ର ଅଧୀନ ଅନୁଗୋଳ ଜିଲା ଛେଣ୍ଡିପଦାରେ ନିର୍ବାଚନ ପ୍ରଚାର କରିଛନ୍ତି। ଏହି ପ୍ରଚାର ବେଳେ ପ୍ରଣବ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପରୋକ୍ଷରେ ସମାଲୋଚନା କରିଥିଲେ। ଏଥିସହ କେନ୍ଦ୍ର ସରକାରଙ୍କ ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ ବୋଲି କହିଥିଲେ।
ସକାଳେ ତାଳଚେରସ୍ଥିତ ମା’ ହିଙ୍ଗୁଳା ମନ୍ଦିରରେ ପ୍ରଣବ ପହଞ୍ଚି ମା’ଙ୍କ ଦର୍ଶନ କରିଥିଲେ। ଏହାପରେ ସେ ଛେଣ୍ଡିପଦା ଜଗନ୍ନାଥ ମନ୍ଦିର ଯାଇ ଦର୍ଶନ କରିବା ପରେ ଆୟୋଜିତ ସଭାରେ ଯୋଗଦେଇ ଭାଜପା ଉପରେ ବର୍ଷିଥିଲେ। ପ୍ରଣବ କହିଥିଲେ, ୨୦୧୯ରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭୋଟରମାନେ ଭାଜପା ଏମ୍‌ପିଙ୍କୁ ଜିତାଇଥିଲେ। ହେଲେ ସେହି ଏମ୍‌ପିଙ୍କୁ ଲୋକେ ଦେଖିବାକୁ ପାଇନାହାନ୍ତି। ଭାଜପା ଏମ୍‌ପିମାନେ ଓଡ଼ିଶାର ସ୍ବାର୍ଥ ସମ୍ପର୍କରେ ସ୍ବର ଦିଲ୍ଲୀରେ ଉଠାଇ ନାହାନ୍ତି। ଜିଲାରୁ ଜଣେ ନେତା ଦୀର୍ଘବର୍ଷ ହେଲା କେନ୍ଦ୍ରରେ ମନ୍ତ୍ରୀ ରହିଥିବା ବେଳେ ୫୫ ନମ୍ବର ଜାତୀୟ ରାଜପଥରେ ନିତି ଜିଲାର କେହି ନା କେହି ଦୁର୍ଘଟଣାରେ ପ୍ରାଣ ହରାଉଛନ୍ତି। ତେଣୁ କେନ୍ଦ୍ର ସରକାରଙ୍କ ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ। କିନ୍ତୁ ନବୀନ ସରକାରଙ୍କ ପାଇଁ ଓଡ଼ିଶା ଓ ଓଡ଼ିଶାବାସୀ ମୁଖ୍ୟ। ଏଣୁ ଲୋକମାନେ କାହା ସପକ୍ଷରେ ଯିବେ ସେ ନେଇ ନିଜେ ନିଷ୍ପତ୍ତି ନେବାର ସମୟ ଆସିଛି। ଏହି ସଭାରେ ଛେଣ୍ଡିପଦା ବିଧାୟକ ପ୍ରାର୍ଥୀ ସୁଶାନ୍ତ କୁମାର ବେହେରା ଉପସ୍ଥିତ ରହି ରାଜ୍ୟ ସରକାରଙ୍କ ବିଭିନ୍ନ ଜନହିତକର ଯୋଜନା ସମ୍ପର୍କରେ କହିଥିଲେ। ବିଜେଡି ସହ ପର୍ଯ୍ୟବେକ୍ଷକ କୁନ ବିହାରୀ ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ସଞ୍ଜୟ କୁମାର ଅଗ୍ରୱାଲ, ବିଜେଡି ନେତା ଭାଗୀରଥି ନେପୁ ଦାସ, ସହ ପର୍ଯ୍ୟବେକ୍ଷକ ରୋଶନା ସାହୁ, ବ୍ଲକ ବିଜେଡି ସଭାପତି ଶରତ ଚନ୍ଦ୍ର ଗଡ଼ନାୟକ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମିତ୍ରା ସାହୁ, ଉପାଧ୍ୟକ୍ଷା ଝରଣା ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ମା’ ହିଙ୍ଗୁଳାଙ୍କ ଦର୍ଶନ ସମୟରେ ବିଜେଡିର ତାଳଚେର ବିଧାୟକ ପ୍ରାର୍ଥୀ ବ୍ରଜକିଶୋର ପ୍ରଧାନ, ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଦ୍ବିତୀୟ ସ୍ଥାନ ହାସଲ କରିଥିବା ଅନିମେଶ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଛେଣ୍ଡିପଦା ବିକାଶ ସମିତ ସଭାପତି ସୁବାସ ପ୍ରଧାନ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

ସ୍ବର୍ଣ୍ଣ ଜିତି ସୁନାମ ଅର୍ଜନ କଲେ ଛତ୍ରପୁର ବାସିନ୍ଦା ରମେଶ: ଦେଶ ପାଇଁ ଆଣିଲେ ଗୌରବ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଛତ୍ରପୁର, ୧୩।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନାଇଜେରିଆର ଲାଗୋସ ସହରରେ ଆୟୋଜିତ କମନୱେଲଥ ପାରା ଫେନ୍ସିଂ ଚାମ୍ପିଅନସିପ ୨୦୨୬ରେ କୃତିତ୍ୱ ଅର୍ଜନ କରିଛନ୍ତି ଓଡ଼ିଆ ପୁଅ ଭି.…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଲୀନ ହେବା ପୂର୍ବରୁ ବଞ୍ଚାଅ: ଦୀର୍ଘକାଳୀନ ପଦକ୍ଷେପ ଦାବି

ଛତ୍ରପୁର, ୧୩।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ଛତ୍ରପୁର ନିକଟସ୍ଥ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ସମୁଦ୍ର କ୍ରମଶଃ କୂଳ ଲଙ୍ଘି ଗାଁ ଆଡକୁ ମାଡ଼ି ଆସୁଥିବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ…

ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ: ଯୋଗଦେଲେ ଫୁଲବାଣୀ ବିଧାୟକ

ଜି.ଉଦୟଗିରି,୧୩।୮(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ସମସ୍ତ ସ୍କୁଲ,କଲେଜ ଛାତ୍ରୀଛାତ୍ରମାନଙ୍କୁ ନେଇ ଘର ଘର ତ୍ରିରଙ୍ଗା ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପୂର୍ବାଫାଲ୍ଗୁନୀ ନକ୍ଷତ୍ରରେ ସୂର୍ଯ୍ୟଙ୍କ ଗୋଚର ଦେବ ବଡ଼ ଫାଇଦା, ମେଷ-ମିଥୁନ ସମେତ ୫ ରାଶିଙ୍କ ପାଇଁ ବଲ୍ଲେ-ବଲ୍ଲେ

ବୈଦିକ ଜ୍ୟୋତିଷରେ ପୂର୍ବା ଫାଲ୍ଗୁନୀ ୨୭ଟି ନକ୍ଷତ୍ର ମଧ୍ୟରୁ ୧୧ତମ ନକ୍ଷତ୍ର, ଯାହାର ସ୍ବାମୀ ଶୁକ୍ର। ଏହି ନକ୍ଷତ୍ରର ସମ୍ପର୍କ କଳା, ସଙ୍ଗୀତ, ସୌନ୍ଦର୍ଯ୍ୟ ଏବଂ ସାଜସଜ୍ଜା…

କୋଚିଙ୍ଗ ସେଣ୍ଟର୍‌ ଝରକା ଗ୍ରିଲ କାଟି ୪ ଦଶମ ଶ୍ରେଣୀ ଛାତ୍ର ଫେରାର

ପାଟଣା,୧୩।୮(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇ ପୋଷିସ୍ଥିତ ଏକ ଘରୋଇ ରେସି ଡେଣ୍ଟାଲ କୋଚିଂ ସେଣ୍ଟରରୁ ବୁଧବାର ବିଳମ୍ବିତ ରାତିରେ କୋଚିଂ ସେଣ୍ଟରର ଝରକା…

ଆମ ପୋଲିସ-ଆମ ସାଥୀ ଅଭିଯାନ: ସାଇବର ସୁରକ୍ଷା ନେଇ ସଚେତନତା

ରାଇକିଆ,୧୩।୮: କନ୍ଧମାଳ ଜିଲା ପୋଲିସର ‘ଆମ ପୋଲିସ-ଆମ ସାଥୀ’ ଅଭିଯାନ ପକ୍ଷରୁ ରାଇକିଆ ବ୍ଲକ ସୁଗଡ଼ାବାଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ ହୋଇଛି। ଥାନା ଅଧିକାରୀ…

ଶୋଇଥିବାବେଳେ ବିଳମ୍ବିତ ରାତିରେ ସୁରେନ୍ଦ୍ରଙ୍କ ଘରେ ଲାଗିଲା ନିଆଁ, ଚାହୁଁ ଚାହୁଁ ଚାରିଆଡେ ବ୍ୟାପିଗଲା…

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ପାଣ୍ଡା ଛକ ନିକଟ ଉଲୁକପଲ୍ଲୀ ସାହିର ସୁରେନ୍ଦ୍ର ସାହୁଙ୍କ ଘରେ ବୁଧବାର ବିଳମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri