କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ବିକଶିତ ଭାରତ: ଦିଗନ୍ତ ପହୁଞ୍ଚ’ ଶୀର୍ଷକ କର୍ମଶାଳାରେ ମୁଖ୍ୟ ଶାସନ ସଚିବ ଯୋଗଦେଇ ଏହା କହିଛନ୍ତି।
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସରକାର ବହୁ ପଦକ୍ଷେପ ନେଇଥିବା ଆଲୋକପାତ କରିଥିଲେ। କର୍ମଶାଳାରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ହିମାଚଳ ପ୍ରଦେଶ, ଗୋଆ, ଜମ୍ମୁ ଓ କଶ୍ମୀର, ପଞ୍ଜାବ, ତ୍ରିପୁରା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ, ମଣିପୁର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ଡାମନ-ଡିଉ-ଦାଦ୍ରା-ନଗର ହାବେଳୀ, ଲାକ୍ଷାଦ୍ୱୀପ, ଲଦାଖର ପ୍ରତିନିଧିମାନେ ଯୋଗଦେଇ ଦକ୍ଷତା ବିକାଶ ସ୍ଥିତି ନେଇ ବକ୍ତବ୍ୟ ରଖିଥିଲେ। କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟର ଶାସନ ସଚିବ ଅତୁଲ ତିୱାରୀ ଯୋଗଦେଇ ଦକ୍ଷତା ବିକାଶ କ୍ଷେତ୍ରରେ କେନ୍ଦ୍ରୀୟ ଯୋଜନା ଓ ପଦକ୍ଷେପ ସମ୍ପର୍କରେ କହିଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ସ୍ବାଗତ ଭାଷଣରେ ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ଦର୍ଶାଇଥିଲେ। ବିଭାଗୀୟ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁ ଜିଙ୍କ ସମେତ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅପରାହ୍ନର ଉଦ୍‌ଯାପନ ଅଧିବେଶନ ପରେ ପ୍ରତିନିଧି ଦଳ ଜଟଣୀସ୍ଥିତ ଦକ୍ଷତା ବିକାଶ ପ୍ରତିଷ୍ଠାନ ଓ ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ତଥ୍ୟ ସମ୍ପର୍କରେ ଅବଗତ ହୋଇଥିଲେ ଏବଂ ଉଭୟ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri