କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ ଭାବେ ଉଭା ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ସୋମବାର ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ବିକଶିତ ଭାରତ: ଦିଗନ୍ତ ପହୁଞ୍ଚ’ ଶୀର୍ଷକ କର୍ମଶାଳାରେ ମୁଖ୍ୟ ଶାସନ ସଚିବ ଯୋଗଦେଇ ଏହା କହିଛନ୍ତି।
ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ମଧ୍ୟ ଦକ୍ଷତା ବିକାଶ କ୍ଷେତ୍ରରେ ଓଡ଼ିଶା ସରକାର ବହୁ ପଦକ୍ଷେପ ନେଇଥିବା ଆଲୋକପାତ କରିଥିଲେ। କର୍ମଶାଳାରେ ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଆସାମ, ବିହାର, ହିମାଚଳ ପ୍ରଦେଶ, ଗୋଆ, ଜମ୍ମୁ ଓ କଶ୍ମୀର, ପଞ୍ଜାବ, ତ୍ରିପୁରା, ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗ, ମଣିପୁର ତଥା କେନ୍ଦ୍ର ଶାସିତ ଅଞ୍ଚଳ ଆଣ୍ଡାମାନ ନିକୋବର ଦ୍ୱୀପପୁଞ୍ଜ, ଡାମନ-ଡିଉ-ଦାଦ୍ରା-ନଗର ହାବେଳୀ, ଲାକ୍ଷାଦ୍ୱୀପ, ଲଦାଖର ପ୍ରତିନିଧିମାନେ ଯୋଗଦେଇ ଦକ୍ଷତା ବିକାଶ ସ୍ଥିତି ନେଇ ବକ୍ତବ୍ୟ ରଖିଥିଲେ। କୌଶଳ ବିକାଶ ଓ ଉଦ୍ୟମିତା ମନ୍ତ୍ରାଳୟର ଶାସନ ସଚିବ ଅତୁଲ ତିୱାରୀ ଯୋଗଦେଇ ଦକ୍ଷତା ବିକାଶ କ୍ଷେତ୍ରରେ କେନ୍ଦ୍ରୀୟ ଯୋଜନା ଓ ପଦକ୍ଷେପ ସମ୍ପର୍କରେ କହିଥିଲେ। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ସ୍ବାଗତ ଭାଷଣରେ ରାଜ୍ୟରେ ଦକ୍ଷତା ବିକାଶ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ହୋଇଥିବା ଦର୍ଶାଇଥିଲେ। ବିଭାଗୀୟ ବୈଷୟିକ ଶିକ୍ଷା ନିର୍ଦ୍ଦେଶକ ରେଘୁ ଜିଙ୍କ ସମେତ କେନ୍ଦ୍ର ତଥା ରାଜ୍ୟ ସରକାରଙ୍କ ବରିଷ୍ଠ ପଦାଧିକାରୀମାନେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଅପରାହ୍ନର ଉଦ୍‌ଯାପନ ଅଧିବେଶନ ପରେ ପ୍ରତିନିଧି ଦଳ ଜଟଣୀସ୍ଥିତ ଦକ୍ଷତା ବିକାଶ ପ୍ରତିଷ୍ଠାନ ଓ ମଞ୍ଚେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ବିଭିନ୍ନ ତଥ୍ୟ ସମ୍ପର୍କରେ ଅବଗତ ହୋଇଥିଲେ ଏବଂ ଉଭୟ ଅନୁଷ୍ଠାନର କାର୍ଯ୍ୟକ୍ରମକୁ ଭୂୟସୀ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri