ସ୍ଥଳଭାଗ ମୁହାଁ ‘ନିଭାର’, ଓଡ଼ିଶାକୁ ବାତ୍ୟା ଭୟ ନାହିଁ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ବଙ୍ଗୋପସାଗର ଦକ୍ଷିଣ-ପଶ୍ଚିମରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ନିଭାର’ ମଙ୍ଗଳବାର ରାତିରୁ ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହୋଇଛି। ଏବେ ଉପକୂଳ ଆଡ଼େ ମାଡ଼ି ଆସୁଥିଲେ ମଧ୍ୟ ତା’ର ସିଧାସଳଖ ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ବୋଲି ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆରସି) ପ୍ରଦୀପ କୁମାର ଜେନା ସ୍ପଷ୍ଟ କରିଛନ୍ତି। ତଥାପି ସମସ୍ତ ଜିଲାପାଳଙ୍କୁ ପରିସ୍ଥିତିର ଅନୁଧ୍ୟାନ କରିବା ସହ କୌଣସି ପ୍ରକାରର ଅଘଟଣର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ସତର୍କ କରାଇ ଦିଆଯାଇଛି।

ତେବେ ୨୫ ଓ ୨୬ ତାରିଖ ଦୁଇଦିନ ରାଜ୍ୟର କେତେକ ଜିଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ମତ୍ସ୍ୟଜୀବୀଙ୍କ ପାଇଁ ମଧ୍ୟ କୌଣସି ସତର୍କ ସୂଚନା ନାହିଁ। ମାତ୍ର ସେମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନ ଯିବା ପାଇଁ କୁହାଯାଇଛି।

ଗୁରୁବାର ସକାଳ ସୁଦ୍ଧା ଏହି ବାତ୍ୟା ପୁଡୁଚେରୀର ପୂର୍ବଦକ୍ଷିଣରେ ୨୫୦କିମି ଓ ଚେନ୍ନାଇର ଦକ୍ଷିଣ-ପୂର୍ବରେ ୩୦୦କିମି ଦୂରରେ ରହିଥିଲା। ଏହା ଗତ ୬ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୧କିମି ବେଗରେ ଉପକୂଳ ଅଭିମୁଖେ ଆସୁଥିବାବେଳେ ଆସନ୍ତା ୬ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ଆଶଙ୍କା ରହିଛି। ଏହା ୨୫ ତାରିଖ ମଧ୍ୟରାତ୍ର କିମ୍ବା ୨୬ତାରିଖ ଭୋର୍‌ ସମୟରେ ତାମିଲନାଡୁ ଓ ପୁଡୁଚେରୀର ଉପକୂଳର କାରାଇକଲ ଓ ମାମଲାପୁରମ ମଧ୍ୟରେ ସ୍ଥଳଭାଗ ଛୁଇଁବ। ସେହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୨୦-୧୩୦ ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri