ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣରେ ଓଡ଼ିଶା ଏକ ନମ୍ବର

ଭୁବନେଶ୍ୱର,୧୯ା୧(ବ୍ୟୁରୋ): ରାଜ୍ୟରେ ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ନିମନ୍ତେ ଓଡ଼ିଶାର ୧୯ ଜିଲା ଜାତୀୟ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛି। ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ଓଡ଼ିଶା ଲ୍ୟାଣ୍ଡ ରେକଡର୍‌ସ ମର୍ଡନାଇଜେଶନ ସୋସାଇଟି(ଓଏଲ୍‌ଆର୍‌ଏମ୍‌ଏସ୍‌)ର ଗଭର୍ନିଂବଡି ବୈଠକରେ ଏହି ସୂଚନା ଦିଆଯାଇଛି।

ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ କହିଛନ୍ତି, ଦେଶରେ ୬ଟି ବର୍ଗରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ମୋଟ ୭୫ ଜିଲାକୁ ପ୍ଲାଟିନମ୍‌ ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ସେଥିରୁ ଓଡ଼ିଶାର ୧୯ ଜିଲା ପୁରସ୍କାର ପାଇଁ ମନୋନୀତ ହୋଇଛି। ଏହି ସବୁ ଜିଲାଗୁଡ଼ିକର ଜମିଜମା ରେକର୍ଡ କମ୍ପ୍ୟୁଟରୀକରଣରେ କାର୍ଯ୍ୟଦକ୍ଷତା ୯୯ ପ୍ରତିଶତରୁ ଅଧିକ ରହିଛି। ଆଗାମୀ ଦିନରେ ଏହି ସବୁ ଜିଲାର ଜିଲାପାଳମାନଙ୍କୁ ନୂଆଦିଲ୍ଲୀରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଉତ୍ସବରେ ସମ୍ମାନିତ କରାଯିବ। ପ୍ଲାଟିନମ୍‌ ପୁରସ୍କାର ନିମନ୍ତେ ବିବେଚିତ ହୋଇଥିବା ଜିଲାଗୁଡ଼ିକ ହେଲେ ଅନୁଗୋଳ, ବୌଦ୍ଧ, ବରଗଡ଼, ଭଦ୍ରକ, ଦେବଗଡ଼, ଢେଙ୍କାନାଳ, ଗଜପତି, ଗଞ୍ଜାମ, ଜଗତ୍‌ସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନବରଙ୍ଗପୁର, ନୟାଗଡ଼, ନୂଆପଡ଼ା, ରାୟଗଡ଼ା ଓ ସମ୍ବଲପୁର। ବର୍ତ୍ତମାନ ହାଇଟେକ୍‌ ସର୍ଭେ ୫ଟି ଜିଲା ଯଥା ଦେବଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, ସମ୍ବଲପୁର ଓ ସୁବର୍ଣ୍ଣପୁରରେ କାର୍ଯ୍ୟକାରୀ ହେଉଛି। ଦେବଗଡ଼ ଜିଲାରେ ସର୍ଭେ କାର୍ଯ୍ୟ ଶେଷ ହୋଇଥିଲା ବେଳେ ସୁବର୍ଣ୍ଣପୁର ଜିଲାରେ ଏହି କାର୍ଯ୍ୟ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

କେନ୍ଦୁଝର ବିଜେଡିକୁ ଶକ୍ତ ଝଟକା, ୯ କାଉନସିଲରଙ୍କ ସାମୂହିକ ଇସ୍ତଫା

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି କେନ୍ଦୁଝରଗଡ ପୌର ଉପାଧ୍ୟକ୍ଷ ବରଦା ପ୍ରସନ୍ନଙ୍କଙ୍କ ସହ ୯ ଜଣ ବିଜେଡି କାଉନସିଲର ସମୂହ ଇସ୍ତଫା ଘଟଣା ଚର୍ଚ୍ଚାର ବିଷୟ ହୋଇଛି…

ଲାଞ୍ଜିଗଡରେ ଅନନ୍ୟ ପରମ୍ପରା; ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ, ଭକ୍ତଙ୍କ ପିଠିରେ ଚଢ଼ି ଫେରିଲେ ମା’

ଲାଞ୍ଜିଗଡ,୨୯।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡର ମା’ ଠାକରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ରବିବାର ମହା ସମାରୋହରେ ସମ୍ପନ୍ନ ହେଇଯାଇଛି । ଲାଞ୍ଜିଗଡ ଇଷ୍ଟଦେବୀ…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri