ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା ୪୩ଡିଗ୍ରୀ ପାର୍‌ କରିଛି। ରାଜ୍ୟରେ ଆଉ ଗୋଟିଏ ଦିନ ଗ୍ରୀଷ୍ଣ ପ୍ରବାହ ଜାରି ହେବାକୁ ଥିବା ବେଳେ ଏହାପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରା ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ ନୂଆପଡ଼ାରେ ୪୪, ତାଳଚେରରେ ୪୩.୮, ଝାରସୁଗୁଡ଼ା ଓ କେନ୍ଦୁଝରରେ ୪୩.୬, ଅନୁଗୋଳ ୪୩.୩, ବଳାଙ୍ଗୀର ୪୩.୨, ସୁନ୍ଦରଗଡ଼ ଓ ବୌଦ୍ଧରେ ୪୩, ଢେଙ୍କାନାଳ ୪୨.୯, ଟିଟିଲାଗଡ଼ ୪୨.୫, ରାଉରକେଲା ୪୨.୧, ଭବାନିପାଟଣା ଓ ନୟାଗଡ଼ରେ ୪୨, ଚାନ୍ଦବାଲି ଓ ହିରାକୁଦରେ ୪୧.୯, ଭଦ୍ରକ ୪୧.୮, ସମ୍ବଲପୁର ଓ ମାଲକାନଗିରିରେ ୪୧.୭, କଟକ ଓ ଭୁବନେଶ୍ୱରରେ ୪୧.୬, ପାରଳାଖେମୁଣ୍ଡି ଓ ଯାଜପୁରରେ ୪୧, ଫୁଲବାଣୀ, ସୋନପୁର, ବରଗଡ଼ ଓ କେନ୍ଦ୍ରାପଡ଼ାରେ ୪୦.୮, ବାଲେଶ୍ୱର ଓ ଖୋର୍ଦ୍ଧାରେ ୪୦.୫ ଏବଂ ଜଗତସିଂହପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ପୂର୍ବାନୁମାନଯାୟୀ ସୋମବାର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ଉଷ୍ଣ ଏବଂ ଆଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରୁ ପୁଣି ତାତି ବଢ଼ିବ। ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ଣ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ଶନିବାର ରାତିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବାଳ ଦେଖାଯାଇଥିଲା। କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୧୨ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାର କୋଲନରାରେ ୨୪.୪, ରାୟଗଡ଼ାରେ ୨୦.୨, ରାୟଗଡ଼ା(ପିଟିଓ) ୧୫.୮, କଳାହାଣ୍ଡିର ଜାଇପାଟଣାଠାରେ ୧୨ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ଆଳୁ ଦରକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ବୟାନ, ୨ ଦିନ ମଧ୍ୟରେ…

ଭୁବନେଶ୍ୱର,୨୬।୭: ଆଳୁ ଦର ସମୀକ୍ଷା ପରେ ଗଣମାଧ୍ୟମରେ ପ୍ରତିକ୍ରୟା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ୨ ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବ କହଛନ୍ତି...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ସୁଭଦ୍ରା ଯୋଜନାକୁ ନେଇ ଭାଜପା ଉପରେ ବର୍ଷିଲେ ଲେଖାଶ୍ରୀ, କହିଲେ…

ଭୁବନେଶ୍ୱର,୨୬।୭: ରାଜ୍ୟ ସରକାର ବିଧାନସଭାରେ ତାଙ୍କର ପ୍ରଥମ ବଜେଟ ଗୁରୁବାର ଉପସ୍ଥାପନ କରିଥିଲେ । ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସ ବଜେଟ୍‌ରେ ରାଜ୍ୟର...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri