ଜଳୁଛି ଓଡ଼ିଶା: ୪୩ ଉପରେ ୯ସହର ତାପମାତ୍ରା

ଭୁବନେଶ୍ୱର, ୨୧।୪(ଅସମାପିକା ସାହୁ)- ରାଜ୍ୟରେ ବାରିପଦା ପୁଣି ରବିବାର ଉତ୍ତପ୍ତ ସହର ପାଲଟିଛି। ସର୍ବୋଚ୍ଚ ଦିନ ତାପମାତ୍ରା ୪୪.୬ଡିଗ୍ରୀ ସେଲସିୟସ ସହିତ ବାରିପଦା ଉତ୍ତପ୍ତ ସହର ରହିଥିଲା। ୩୦ସହରରେ ତାପମାତ୍ରା ୪୦ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଥିବା ବେଳେ ୯ସହରରେ ତାପମାତ୍ରା ୪୩ଡିଗ୍ରୀ ପାର୍‌ କରିଛି। ରାଜ୍ୟରେ ଆଉ ଗୋଟିଏ ଦିନ ଗ୍ରୀଷ୍ଣ ପ୍ରବାହ ଜାରି ହେବାକୁ ଥିବା ବେଳେ ଏହାପରେ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରା ପୂର୍ବାନୁମାନ କରିଛି।
ପାଣିପାଗ କେନ୍ଦ୍ରର ସୂଚନାନୁସାରେ ନୂଆପଡ଼ାରେ ୪୪, ତାଳଚେରରେ ୪୩.୮, ଝାରସୁଗୁଡ଼ା ଓ କେନ୍ଦୁଝରରେ ୪୩.୬, ଅନୁଗୋଳ ୪୩.୩, ବଳାଙ୍ଗୀର ୪୩.୨, ସୁନ୍ଦରଗଡ଼ ଓ ବୌଦ୍ଧରେ ୪୩, ଢେଙ୍କାନାଳ ୪୨.୯, ଟିଟିଲାଗଡ଼ ୪୨.୫, ରାଉରକେଲା ୪୨.୧, ଭବାନିପାଟଣା ଓ ନୟାଗଡ଼ରେ ୪୨, ଚାନ୍ଦବାଲି ଓ ହିରାକୁଦରେ ୪୧.୯, ଭଦ୍ରକ ୪୧.୮, ସମ୍ବଲପୁର ଓ ମାଲକାନଗିରିରେ ୪୧.୭, କଟକ ଓ ଭୁବନେଶ୍ୱରରେ ୪୧.୬, ପାରଳାଖେମୁଣ୍ଡି ଓ ଯାଜପୁରରେ ୪୧, ଫୁଲବାଣୀ, ସୋନପୁର, ବରଗଡ଼ ଓ କେନ୍ଦ୍ରାପଡ଼ାରେ ୪୦.୮, ବାଲେଶ୍ୱର ଓ ଖୋର୍ଦ୍ଧାରେ ୪୦.୫ ଏବଂ ଜଗତସିଂହପୁରରେ ୪୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ପୂର୍ବାନୁମାନଯାୟୀ ସୋମବାର ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ନୂଆପଡ଼ା, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ପ୍ରବଳ ଗ୍ରୀଷ୍ଣ ପ୍ରବାହ ଅନୁଭୂତ ହେବ। ଏଥିପାଇଁ ଏସବୁ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ଆସନ୍ତା ତିନିଦିନ ପର୍ଯ୍ୟନ୍ତ ରାଜ୍ୟରେ ଉଷ୍ଣ ଏବଂ ଆଦ୍ର ପାଣିପାଗ ରହିବାର ସମ୍ଭାବନା ରହିଥିବା ବେଳେ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରାଯାଇଛି। ତେବେ ୨୫ରୁ ପୁଣି ତାତି ବଢ଼ିବ। ୨୫ରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ ଓ ଯାଜପୁରକୁ ଗ୍ରୀଷ୍ଣ ପ୍ରବାହ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ କେନ୍ଦ୍ର।
ସେପଟେ ଶନିବାର ରାତିରୁ ରାଜ୍ୟର କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବାଳ ଦେଖାଯାଇଥିଲା। କୋରାପୁଟର କୋଟପାଡ଼ରେ ସର୍ବାଧିକ ୧୧୨ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ାର କୋଲନରାରେ ୨୪.୪, ରାୟଗଡ଼ାରେ ୨୦.୨, ରାୟଗଡ଼ା(ପିଟିଓ) ୧୫.୮, କଳାହାଣ୍ଡିର ଜାଇପାଟଣାଠାରେ ୧୨ମିମି ବର୍ଷା ରେକର୍ଡ କରାଯାଇଛି। ଆସନ୍ତା ୨୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାକୁ କାଳବୈଶାଖୀ ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

 


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

ବାତ୍ୟା ଆଶଙ୍କାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ: ୨୪ ତାରିଖ ପରୀକ୍ଷା ସ୍ଥଗିତ

ଭଞ୍ଜନଗର,୨୨।୯ (ବାବୁଲା ପ୍ରଧାନ): ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ନେଇ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ଆରମ୍ଭ ହୋଇଛି। ଉପଜିଲାପାଳ ଉମାଶଙ୍କର ବେହେରା…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଜାଲ ନୋଟ ଦେଇ କିଣୁଥିଲେ ସ୍କୁଟି, ଧରାପଡ଼ିଲେ ଅଭିଯୁକ୍ତ: ପୂରା ଘଟଣା ଜାଣିଲେ…

ବରଗଡ଼,୨୨।୯(ପ୍ରେମାନନ୍ଦ ଖମାରୀ):ଜାଲ ନୋଟ ଦେଇ ବରଗଡ଼ ସହରରେ ଜଣେ ସ୍କୁଟି କିଣି ଧରାପଡ଼ିଡା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସୂଚନ ଅନୁଯାୟୀ, ବରଗଡ ବ୍ୟାଙ୍କ କଲୋନୀ ବାସିନ୍ଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?