ନନ୍ଦିନୀଙ୍କ ପାଇଁ ଓଡ଼ିଶା ଗର୍ବିତ

ଢେଙ୍କାନାଳ, ୫ା୮(ରତନ ନାୟାର): ନନ୍ଦିନୀ ଶତପଥୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ। ତାଙ୍କ ପାଇଁ ଓଡ଼ିଶା ଗର୍ବିତ। ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଦେବୀଙ୍କ ସପ୍ତଦଶ ପୁଣ୍ୟତିଥିରେ ଏଭଳି ମତପ୍ରକାଶ ପାଇଛି।
ଢେଙ୍କାନାଳର ସାମାଜିକ ସଙ୍ଗଠନ ଉଫୁନା, ଜିଲା ବୁଦ୍ଧିଜୀବୀ ସଙ୍ଗଠନ, ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ତରଫରୁ ନନ୍ଦିନୀ ଦେବୀଙ୍କ ଶ୍ରାଦ୍ଧ ଦିବସରେ ସ୍ଥାନୀୟ ଷ୍ଟାଡିୟମରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମହିଳା ମହାବିଦ୍ୟାଳୟ, ମୁଖ୍ୟ ଷ୍ଟାଡିୟମ ନିର୍ମାଣ, ଢେଙ୍କାନାଳକୁ ଶିଳ୍ପରେ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ ବୋଲି ଅନୁଷ୍ଠାନର ସଦସ୍ୟମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଉଫୁନାର ରାଷ୍ଟ୍ରୀୟ ଉପସଭାପତି ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ, ଜିଲା ବୁଦ୍ଧିଜୀବୀ ସଙ୍ଗଠନ ସଭାପତି ଡା. ତୁଷାରକାନ୍ତି ନାୟକ, ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ଉପସଭାପତି ସରୋଜ ଶତପଥୀ, ପ୍ରଫୁଲ୍ଲ ମହାନ୍ତି, ସୌନ୍ଦର୍ଯ୍ୟା ସଙ୍ଗଠନର ସଦସ୍ୟା ରୁବିନା ବେଗମ୍‌ ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ମଧ୍ୟ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଅକ୍ଷମ କଲ୍ୟାଣ ସମିତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନନ୍ଦିନୀ ଦେବୀଙ୍କ ସାମାଜିକ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର କହିଲେ, ଭାରତର ମୋଟ ଜନସଂଖ୍ୟାର ୧୦% ଦିବ୍ୟାଙ୍ଗ। ନନ୍ଦିନୀ ଦେବୀଙ୍କ ଦ୍ୱାରା ପ୍ରତିଷ୍ଠିତ ଏହି ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବ୍ୟକ୍ତିତ୍ୱର ବିକାଶରେ ମୁଖ୍ୟ ଭୂମିକା ତୁଲାଉ ବୋଲି ଏସ୍‌ପି ଆଶାବ୍ୟକ୍ତ କରିଛନ୍ତି। ସମ୍ମାନିତ ଅତିଥି ଭାବେ ବିଡିଓ ସୁଧୀର କୁମାର ନାୟକ କହିଲେ, ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟକୁ ‘୫-ଟି’ରେ ସାମିଲ କରାଯିବ। ସ୍କୁଲ କମିଟି ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ବକ୍ତା ଭାବେ କୋଷାଧ୍ୟକ୍ଷ ଆଇନଜୀବୀ ମଳୟ ପାଣିଗ୍ରାହୀ, ସଦସ୍ୟ କୃଷ୍ଣଚନ୍ଦ୍ର ଦ୍ୱିବେଦୀ, ଗୋଲାପମଣି ସାହୁ, କ୍ଷେତ୍ରବାସୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ବିଶ୍ୱନାଥ ବେହେରା ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଗୁରୁ ରତ୍ନାକର ପ୍ରଧାନ ଏବଂ ଅନ୍ତେବାସୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ସାହୁ, ଦିବାକର ସାହୁଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri