ନନ୍ଦିନୀଙ୍କ ପାଇଁ ଓଡ଼ିଶା ଗର୍ବିତ

ଢେଙ୍କାନାଳ, ୫ା୮(ରତନ ନାୟାର): ନନ୍ଦିନୀ ଶତପଥୀ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରିଣୀ। ତାଙ୍କ ପାଇଁ ଓଡ଼ିଶା ଗର୍ବିତ। ପୂର୍ବତନ ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଦେବୀଙ୍କ ସପ୍ତଦଶ ପୁଣ୍ୟତିଥିରେ ଏଭଳି ମତପ୍ରକାଶ ପାଇଛି।
ଢେଙ୍କାନାଳର ସାମାଜିକ ସଙ୍ଗଠନ ଉଫୁନା, ଜିଲା ବୁଦ୍ଧିଜୀବୀ ସଙ୍ଗଠନ, ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ତରଫରୁ ନନ୍ଦିନୀ ଦେବୀଙ୍କ ଶ୍ରାଦ୍ଧ ଦିବସରେ ସ୍ଥାନୀୟ ଷ୍ଟାଡିୟମରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମହିଳା ମହାବିଦ୍ୟାଳୟ, ମୁଖ୍ୟ ଷ୍ଟାଡିୟମ ନିର୍ମାଣ, ଢେଙ୍କାନାଳକୁ ଶିଳ୍ପରେ ସମୃଦ୍ଧ କରିବାରେ ତାଙ୍କର ଅବଦାନ ଚିରସ୍ମରଣୀୟ ବୋଲି ଅନୁଷ୍ଠାନର ସଦସ୍ୟମାନେ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମରେ ଉଫୁନାର ରାଷ୍ଟ୍ରୀୟ ଉପସଭାପତି ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ, ଜିଲା ବୁଦ୍ଧିଜୀବୀ ସଙ୍ଗଠନ ସଭାପତି ଡା. ତୁଷାରକାନ୍ତି ନାୟକ, ଗାନ୍ଧୀ ଅଧ୍ୟୟନ କେନ୍ଦ୍ର ଉପସଭାପତି ସରୋଜ ଶତପଥୀ, ପ୍ରଫୁଲ୍ଲ ମହାନ୍ତି, ସୌନ୍ଦର୍ଯ୍ୟା ସଙ୍ଗଠନର ସଦସ୍ୟା ରୁବିନା ବେଗମ୍‌ ପ୍ରମୁଖ ଉପସ୍ଥିତ ଥିଲେ।
ସେହିପରି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ମଧ୍ୟ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଅକ୍ଷମ କଲ୍ୟାଣ ସମିତି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ନନ୍ଦିନୀ ଦେବୀଙ୍କ ସାମାଜିକ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଥିଲେ। ମୁଖ୍ୟ ବକ୍ତା ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର କହିଲେ, ଭାରତର ମୋଟ ଜନସଂଖ୍ୟାର ୧୦% ଦିବ୍ୟାଙ୍ଗ। ନନ୍ଦିନୀ ଦେବୀଙ୍କ ଦ୍ୱାରା ପ୍ରତିଷ୍ଠିତ ଏହି ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ବ୍ୟକ୍ତିତ୍ୱର ବିକାଶରେ ମୁଖ୍ୟ ଭୂମିକା ତୁଲାଉ ବୋଲି ଏସ୍‌ପି ଆଶାବ୍ୟକ୍ତ କରିଛନ୍ତି। ସମ୍ମାନିତ ଅତିଥି ଭାବେ ବିଡିଓ ସୁଧୀର କୁମାର ନାୟକ କହିଲେ, ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟକୁ ‘୫-ଟି’ରେ ସାମିଲ କରାଯିବ। ସ୍କୁଲ କମିଟି ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସମ୍ମାନିତ ବକ୍ତା ଭାବେ କୋଷାଧ୍ୟକ୍ଷ ଆଇନଜୀବୀ ମଳୟ ପାଣିଗ୍ରାହୀ, ସଦସ୍ୟ କୃଷ୍ଣଚନ୍ଦ୍ର ଦ୍ୱିବେଦୀ, ଗୋଲାପମଣି ସାହୁ, କ୍ଷେତ୍ରବାସୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ସମ୍ପାଦକ ବିଶ୍ୱନାଥ ବେହେରା ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ ଗୁରୁ ରତ୍ନାକର ପ୍ରଧାନ ଏବଂ ଅନ୍ତେବାସୀମାନେ ସ୍ବାଗତ ସଙ୍ଗୀତ ଗାନ କରିଥିଲେ। ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଦିଲୀପ କୁମାର ସାହୁ, ଦିବାକର ସାହୁଙ୍କ ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri