ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ ଏହାର ଆୟୋଜନ ହେବାକୁ ଯାଉଛି। ଏଥିସହିତ ରାଜ୍ୟ ୨୦୧୭ରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ ମଧ୍ୟ ସଫଳତାର ସହ ଆୟୋଜନ କରିଛି। ଆସନ୍ତା କିଛି ମାସ ପରେ ଓଡ଼ିଶାରେ ଦ୍ୱିତୀୟଥର ପାଇଁ ହକି ବିଶ୍ୱକପ୍‌ ଆୟୋଜନ ହେବାକୁ ଯାଉଛି। ଏହାର ପ୍ରସ୍ତୁତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (ସିଏମ୍‌ଓ) ପକ୍ଷରୁ ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନଙ୍କ ସମେତ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, ବିଭାଗୀୟ ମୁଖ୍ୟଙ୍କୁ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ କଟକ ଓ ରାଉରକେଲା ପ୍ରଶାସନକୁ ଭିଡିଓ କନ୍‌ଫରେନ୍ସ ଜରିଆରେ ସାମିଲ କରାଯାଇଥିଲା।
ଦୁଇଟି ସହରରେ ବିଶ୍ୱକପ୍‌ ହେଉଥିବାରୁ ମୁଖ୍ୟ ଶାସନ ସଚିବ ବିଭିନ୍ନ ଚ୍ୟାଲେଞ୍ଜ୍‌ ଉପରେ ଗୁରୁତ୍ୱ ଦେଇଛନ୍ତି। ସେ କହିଛନ୍ତି ଯେ ଖେଳାଳି, କର୍ମଚାରୀ, ଦର୍ଶକମାନଙ୍କ ପାଇଁ ଏକ ଅବିସ୍ମରଣୀୟ ବିଶ୍ୱକପ୍‌ ଆୟୋଜନ କରିବା ନେଇ ସମସ୍ତେ ପ୍ରସ୍ତୁତ ହେବା ଦରକାର। କେତେକ ଦିଗ ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବାର ଆବଶ୍ୟକତା ରହିଛି। ସେ ସବୁକୁ ନିର୍ଦ୍ଧାରିତ ସମୟରେ ସମୀକ୍ଷା କରାଯିବ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ବିଭିନ୍ନ ବିଭାଗର ଅବିଶ୍ରାନ୍ତ କାର୍ଯ୍ୟ ଯୋଗୁ ୨୦୧୮ ବିଶ୍ୱକପ୍‌ ଆୟୋଜନରେ ବିଶ୍ୱସ୍ତରରେ ଆମ ରାଜ୍ୟର ଏକ ସ୍ବତନ୍ତ୍ର ଛବି ସୃଷ୍ଟି ହୋଇଛି। ଅଧିକ ଦର୍ଶକ ପାଇଁ ବ୍ୟବସ୍ଥା କରିବାକୁ ମୁଖ୍ୟ ଶାସନ ସଚିବ କହିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ପାଣ୍ଡିଆନ କହିଛନ୍ତି ଯେ, ଦୁଇଟି ସ୍ଥାନରେ ହକି ବିଶ୍ୱକପ୍‌ ଆୟୋଜନ ପାଇଁ ଓଡ଼ିଶାକୁ ସୁଯୋଗ ମିଳିଛି, ଯାହା ପୂର୍ବରୁ କେବେ ହୋଇନାହିଁ। ସେଥିପାଇଁ ଆମ୍ଭେ ଗର୍ବିତ। ଅନ୍ତର୍ଜାତୀୟ କ୍ରୀଡ଼ା ଆୟୋଜନ କରି ଓଡ଼ିଶା ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛି। କେବଳ ବିଶ୍ୱକପ୍‌ ଆୟୋଜନ ନୁହେଁ, ଏହାକୁ ଓଡ଼ିଶାର କଳା, ସଂସ୍କୃତି ଓ ଐତିହ୍ୟ ପ୍ରସାର ପାଇଁ ଏକ ସ୍ମରଣୀୟ ଶୋ’କେସ୍‌ ଭାବେ ଚିନ୍ତାକରି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଖେଳାଳି ଓ ପ୍ରଶଂସକମାନଙ୍କ ପାଇଁ ଏସବୁକୁ ସ୍ମରଣୀୟ କରିବା ଲାଗି ମିଳିମିଶି କାର୍ଯ୍ୟ କରିବାକୁ ସମସ୍ତ ବିଭାଗକୁ ପାଣ୍ଡିଆନ ଅନୁରୋଧ କରିଛନ୍ତି। କ୍ରୀଡ଼ା ସଚିବ ଆର. ଭିନିଲ କ୍ରିଷ୍ଣା ମହାକୁମ୍ଭର ରୋଡ୍‌ମ୍ୟାପ ଉପସ୍ଥାପନ କରିଥିଲେ। ବିଶ୍ୱକପ୍‌ ପାଇଁ ରାଉରକେଲାରେ ଭିତ୍ତିଭୂମି ପ୍ରସ୍ତୁତି ଜୋର୍‌ସୋରରେ ଚାଲିଛି। ଏଥିସହିତ ସହରର ସୌନ୍ଦର୍ଯ୍ୟକରଣ ନେଇ କାର୍ଯ୍ୟ ଚାଲିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?