ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଇଂଲଣ୍ଡ ତଥା ୟୁରୋପରେ କୋଭିଡ୍‌ର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି। କେତେକ ଦେଶରେ ଲକ୍‌ଡାଉନ ପୁଣି ଲାଗୁ କରାଗଲାଣି। ଏଭଳି ସମୟରେ ଅଧିକ ସତର୍କତାର ସହ କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସମସ୍ତଙ୍କ ସହଯୋଗରେ କୋଭିଡ୍‌ ସଂକ୍ରମଣକୁ ସଫଳ ଭାବେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରାଯାଇ ପାରିଛି। ଅଧିକାଂଶ ଜିଲା ଗ୍ରୀନ୍‌ ଜୋନ୍‌ରେ ରହିଥିବା ବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ପାର ହୋଇଯାଇଛୁ। ଏହି ସଫଳତା ପାଇଁ କଠନି ପରିଶ୍ରମ କରିଥିବା ସ୍ବାସ୍ଥ୍ୟକର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାର୍ଯ୍ୟ କରୁଥିବା ସମସ୍ତ କୋଭିଡ୍‌ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଞ୍ଚାର କରିଛି। ଏହି ଟିକା ଉତ୍ପାଦନରେ ଭାରତ ପୃଥିବୀରେ ଆଗୁଆ ଦେଶ ହୋଇଛି। ଟିକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ତେଣୁ ଟିକାକରଣକୁ ନେଇ ଲୋକଙ୍କ ମଧ୍ୟରେ ଥିବା ଭ୍ରାନ୍ତଧାରଣା ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଟିକାକରଣ ଚଳିତବର୍ଷର ସବୁଠାରୁ ବଡ଼ କାର୍ଯ୍ୟକ୍ରମ ହେବ। ଏହାକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ତଥାପି ଦୁର୍ବଳ ଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଧାର୍ଯ୍ୟଲକ୍ଷ୍ୟ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ଆଗାମୀ ମାସରେ ଏ ସମ୍ପର୍କରେ ନିଜେ ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, କୋଭିଡ୍‌ ନିୟନ୍ତ୍ରଣରେ ରାଜ୍ୟ ବହୁତ ଭଲ ସ୍ଥିତିରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୨ ହଜାର ମଧ୍ୟରେ ସୀମିତ ରହିଛି। ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଟିକାକରଣ ଓ କୋଭିଡ୍‌ ପରିସ୍ଥିତି ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ମଙ୍ଗଳବାର ଠାରୁ ରାଜ୍ୟରେ କୋଭିଡ୍‌ରେ କୌଣସି ରୋଗୀଙ୍କ ମୃତ୍ୟୁ ହୋଇ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।
ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ୍‌ ପରୀକ୍ଷା କରାଯାଇଛି। ଟିକାକରଣ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩ ଲକ୍ଷ ୨୮ ହଜାର ୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟିକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସିପାଲିଟି କର୍ମଚାରୀ ଏବଂ କୋଭିଡ୍‌ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି। ଉଭୟ ରାଜ୍ୟ ଓ ଜିଲାସ୍ତରୀୟ ଷ୍ଟିୟରିଂ କମିଟି ବୈଠକ ସମ୍ପୂର୍ଣ୍ଣ ଶେଷ ହୋଇଛି ବୋଲି ମହାପାତ୍ର ସୂଚନା ଦେଇଛନ୍ତି।
ବୈଠକରେ ଉଚ୍ଚ ଶିକ୍ଷା ବିଭାଗ ସଚିବ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସ୍କୁଲ ଏବଂ କଲେଜ ଖୋଲିବା ସମ୍ପର୍କରେ ଏସ୍‌ଓପି ବିଷୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହି ବୈଠକରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?