ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି। ରାଜ୍ୟରେ କୋଭିଡ୍‌ ପରିସ୍ଥିତି ଓ ଟିକାକରଣ ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଇଂଲଣ୍ଡ ତଥା ୟୁରୋପରେ କୋଭିଡ୍‌ର ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି। କେତେକ ଦେଶରେ ଲକ୍‌ଡାଉନ ପୁଣି ଲାଗୁ କରାଗଲାଣି। ଏଭଳି ସମୟରେ ଅଧିକ ସତର୍କତାର ସହ କୋଭିଡ୍‌ ଗାଇଡ୍‌ଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ସମସ୍ତଙ୍କ ସହଯୋଗରେ କୋଭିଡ୍‌ ସଂକ୍ରମଣକୁ ସଫଳ ଭାବେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରାଯାଇ ପାରିଛି। ଅଧିକାଂଶ ଜିଲା ଗ୍ରୀନ୍‌ ଜୋନ୍‌ରେ ରହିଥିବା ବେଳେ ତୀବ୍ର ସଂକ୍ରମଣ ପର୍ଯ୍ୟାୟ ପାର ହୋଇଯାଇଛୁ। ଏହି ସଫଳତା ପାଇଁ କଠନି ପରିଶ୍ରମ କରିଥିବା ସ୍ବାସ୍ଥ୍ୟକର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାର୍ଯ୍ୟ କରୁଥିବା ସମସ୍ତ କୋଭିଡ୍‌ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଖୁବ୍‌ଶୀଘ୍ର ଏ ପରିସ୍ଥିତିରୁ ଆମେ ମୁକୁଳି ପାରିବା ବୋଲି ଆଶବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କୋଭିଡ୍‌ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଞ୍ଚାର କରିଛି। ଏହି ଟିକା ଉତ୍ପାଦନରେ ଭାରତ ପୃଥିବୀରେ ଆଗୁଆ ଦେଶ ହୋଇଛି। ଟିକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ। ତେଣୁ ଟିକାକରଣକୁ ନେଇ ଲୋକଙ୍କ ମଧ୍ୟରେ ଥିବା ଭ୍ରାନ୍ତଧାରଣା ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି। ଟିକାକରଣ ଚଳିତବର୍ଷର ସବୁଠାରୁ ବଡ଼ କାର୍ଯ୍ୟକ୍ରମ ହେବ। ଏହାକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ସେ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ସେହିପରି ଜୀବନଜୀବିକା କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି। ତଥାପି ଦୁର୍ବଳ ଶ୍ରେଣୀର ଲୋକଙ୍କ ଜୀବିକା ସୁରକ୍ଷା କରିବା ପାଇଁ ବହୁତ କିଛି କରିବାକୁ ଅଛି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଧାର୍ଯ୍ୟଲକ୍ଷ୍ୟ ପୂରଣ କରିବା ଦିଗରେ କାର୍ଯ୍ୟ କରିବାକୁ ପ୍ରଶାସନକୁ ପରାମର୍ଶ ଦେଇଛନ୍ତି। ଆଗାମୀ ମାସରେ ଏ ସମ୍ପର୍କରେ ନିଜେ ସମୀକ୍ଷା କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି, କୋଭିଡ୍‌ ନିୟନ୍ତ୍ରଣରେ ରାଜ୍ୟ ବହୁତ ଭଲ ସ୍ଥିତିରେ ରହିଛି। ସକ୍ରିୟ ରୋଗୀଙ୍କ ସଂଖ୍ୟା ୨ ହଜାର ମଧ୍ୟରେ ସୀମିତ ରହିଛି। ଜୀବନଜୀବିକା କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ବିତ କରିବା ପାଇଁ ଜିଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି। ଟିକାକରଣ ଓ କୋଭିଡ୍‌ ପରିସ୍ଥିତି ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି, ରାଜ୍ୟରେ ଆରୋଗ୍ୟ ହାର ବର୍ତ୍ତମାନ ପ୍ରାୟ ୯୯ ପ୍ରତିଶତରେ ପହଞ୍ଚିଥିବା ବେଳେ ମଙ୍ଗଳବାର ଠାରୁ ରାଜ୍ୟରେ କୋଭିଡ୍‌ରେ କୌଣସି ରୋଗୀଙ୍କ ମୃତ୍ୟୁ ହୋଇ ନାହିଁ ବୋଲି ସେ ସୂଚନା ଦେଇଛନ୍ତି।
ତୃତୀୟ ପର୍ଯ୍ୟାୟ ସେରୋ ସର୍ଭେ ରିପୋର୍ଟ ମଧ୍ୟ ଅତ୍ୟନ୍ତ ଉତ୍ସାହଜନକ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୭୦ ଲକ୍ଷ ଲୋକଙ୍କର କୋଭିଡ୍‌ ପରୀକ୍ଷା କରାଯାଇଛି। ଟିକାକରଣ ପ୍ରସ୍ତୁତି ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁସାରେ ଉଭୟ ଘରୋଇ ଓ ସରକାରୀ କ୍ଷେତ୍ରରେ କାର୍ଯ୍ୟରତ ୩ ଲକ୍ଷ ୨୮ ହଜାର ୫୬୦ ଜଣ ସ୍ବାସ୍ଥ୍ୟକର୍ମୀଙ୍କ ଟିକାକରଣ ପାଇଁ ତାଲିକା ପ୍ରସ୍ତୁତ ହୋଇଥିବା ବେଳେ ପୋଲିସ, ମ୍ୟୁନିସିପାଲିଟି କର୍ମଚାରୀ ଏବଂ କୋଭିଡ୍‌ କାର୍ଯ୍ୟରେ ନିୟୋଜିତ ରାଜସ୍ବ ବିଭାଗର କର୍ମଚାରୀମାନଙ୍କ ତାଲିକା ପ୍ରସ୍ତୁତି ଚାଲିଛି। ଉଭୟ ରାଜ୍ୟ ଓ ଜିଲାସ୍ତରୀୟ ଷ୍ଟିୟରିଂ କମିଟି ବୈଠକ ସମ୍ପୂର୍ଣ୍ଣ ଶେଷ ହୋଇଛି ବୋଲି ମହାପାତ୍ର ସୂଚନା ଦେଇଛନ୍ତି।
ବୈଠକରେ ଉଚ୍ଚ ଶିକ୍ଷା ବିଭାଗ ସଚିବ, ସ୍କୁଲ ଓ ଗଣଶିକ୍ଷା ବିଭାଗ ସଚିବ ସ୍କୁଲ ଏବଂ କଲେଜ ଖୋଲିବା ସମ୍ପର୍କରେ ଏସ୍‌ଓପି ବିଷୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି। ଏହି ବୈଠକରେ ଉନ୍ନୟନ କମିଶନର, କୃଷି ଉତ୍ପାଦନ କମିଶନର, ବିଭିନ୍ନ ବିଭାଗର ପ୍ରମୁଖ ସଚିବମାନେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri