ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୩।୯(ବ୍ୟୁରୋ): ଜାତୀୟ ଟିବି ନିରାକାରଣ ଯୋଜନା କାର୍ଯ୍ୟକାରିତାରେ ଓଡ଼ିଶା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କଠାରୁ ରାଜ୍ୟ ପୁରସ୍କୃତ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ଗୁରୁବାର ଜାତୀୟ ଟିବି ନିରାକାରଣ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନଶୁଖ ମାଣ୍ଡବ୍ୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମନଶୁଖ କହିଥିଲେ, ଗତ ୫ବର୍ଷ ମଧ୍ୟରେ ଜାତୀୟ ଟିବି ନିରାକାରଣ ଯୋଜନା ଜାତୀୟ ଲକ୍ଷ୍ୟ ହାସଲ ଦିଗରେ ସଫଳ ହୋଇଛି। ପ୍ରଚଳିତ ଯୋଜନାରେ ଘରକୁ ଘର ବୁଲି ଟିବି ରୋଗୀଙ୍କୁ ଚିହ୍ନଟ କରାଯାଉଛି। କାର୍ଯ୍ୟକ୍ରମରେ ନବ କିଶୋର ଦାସ ଉପସ୍ଥିତ ରହି କହିଥିଲେ, ଟିବି ରୋଗୀ ଚିହ୍ନଟ କ୍ଷେତ୍ରରେ ରାଜ୍ୟ ଉଲ୍ଲେଖନୀୟ ଲକ୍ଷ୍ୟ ଅର୍ଥାତ୍‌ ୭୦% ହାସଲ କରିପାରିଛି। ନିକ୍ଷୟ ପୋଷଣ ଯୋଜନାରେ ୮୫% ହିତାଧିକାରୀଙ୍କୁ ପୋଷଣୀୟ ଖାଦ୍ୟ ପାଇଁ ଅର୍ଥ ଯୋଗାଇ ଦିଆଯାଇଛି। ଏହାସହିତ ଚିକିତ୍ସାର ସୁଫଳ ପ୍ରାୟ ୮୮% ରହିଛି। ତେବେ ୨୦୨୫ ସୁଦ୍ଧା ଟିବି ନିରାକରଣ ଲକ୍ଷ୍ୟ ପୂରଣ କରିବା ପାଇଁ ବ୍ଲକ୍‌ ସ୍ତରରେ ରୋଗ ନିରୂପଣ ସହ ଏକ୍ସରେ ବ୍ୟବସ୍ଥା କରାଯିବାର ଆବଶ୍ୟକତା ରହିଛି। ଅତି କମ୍‌ରେ ୩ଟି ମୋବାଇଲ ଭ୍ୟାନ ପ୍ରଚଳନ ଓ ରୋଗ ନିରୂପଣ ସୁବିଧା ସହ ଅପହଞ୍ଚ ଇଲାକାରେ ଟିବି ରେଗୀ ଚିହ୍ନଟ ସହିତ ଚିକିତ୍ସା ସୁବିଧା ସମ୍ଭବ ହୋଇପାରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଧର୍ମେନ୍ଦ୍ରଙ୍କୁ ପାଣ୍ଡିଆନଙ୍କ ଡାଇରେକ୍ଟ ଆଟାକ୍‌, କହିଲେ…

ଭୁବନେଶ୍ୱର,୨୬।୪: ଉମରକୋଟ ଓ ଝରିଗାଁରେ ଜୋରଦାର ପ୍ରଚାର କରିଛନ୍ତି ବିଜୁ ଜନତା ଦଳର ନେତା କାର୍ତ୍ତିକ ପାଣ୍ଡିଆନ । ନବରଙ୍ଗପୁର ଲୋକ ସଭା ନିର୍ବାଚନ ମଣ୍ଡଳୀର...

ଭାଜପାରେ ମିଶିବା ପରେ ଏମିତି କହିଲେ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେବା ପରେ ସୋର ବିଧାୟକ ପର୍ଶୁରାମ ଧଡ଼ା ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ମୋଦିଙ୍କ ନେତୃତ୍ୱରେ ଭାରତ ବିକଶିତ ରାଷ୍ଟ୍ର...

ଆହୁରି ୫ଦିନ ଅଣାୟତ ହେବ ତାତି, ଘରୁ ବାହାରିଲେ…

ଭୁବନେଶ୍ୱର,୨୬।୪: ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ ଆହୁରି...

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri