ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମରେ ଓଡ଼ିଶା ଦ୍ୱିତୀୟ

ଭୁବନେଶ୍ୱର,୩।୯(ବ୍ୟୁରୋ): ଜାତୀୟ ଟିବି ନିରାକାରଣ ଯୋଜନା କାର୍ଯ୍ୟକାରିତାରେ ଓଡ଼ିଶା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କଠାରୁ ରାଜ୍ୟ ପୁରସ୍କୃତ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ଗୁରୁବାର ଜାତୀୟ ଟିବି ନିରାକାରଣ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ମନଶୁଖ ମାଣ୍ଡବ୍ୟଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ମନଶୁଖ କହିଥିଲେ, ଗତ ୫ବର୍ଷ ମଧ୍ୟରେ ଜାତୀୟ ଟିବି ନିରାକାରଣ ଯୋଜନା ଜାତୀୟ ଲକ୍ଷ୍ୟ ହାସଲ ଦିଗରେ ସଫଳ ହୋଇଛି। ପ୍ରଚଳିତ ଯୋଜନାରେ ଘରକୁ ଘର ବୁଲି ଟିବି ରୋଗୀଙ୍କୁ ଚିହ୍ନଟ କରାଯାଉଛି। କାର୍ଯ୍ୟକ୍ରମରେ ନବ କିଶୋର ଦାସ ଉପସ୍ଥିତ ରହି କହିଥିଲେ, ଟିବି ରୋଗୀ ଚିହ୍ନଟ କ୍ଷେତ୍ରରେ ରାଜ୍ୟ ଉଲ୍ଲେଖନୀୟ ଲକ୍ଷ୍ୟ ଅର୍ଥାତ୍‌ ୭୦% ହାସଲ କରିପାରିଛି। ନିକ୍ଷୟ ପୋଷଣ ଯୋଜନାରେ ୮୫% ହିତାଧିକାରୀଙ୍କୁ ପୋଷଣୀୟ ଖାଦ୍ୟ ପାଇଁ ଅର୍ଥ ଯୋଗାଇ ଦିଆଯାଇଛି। ଏହାସହିତ ଚିକିତ୍ସାର ସୁଫଳ ପ୍ରାୟ ୮୮% ରହିଛି। ତେବେ ୨୦୨୫ ସୁଦ୍ଧା ଟିବି ନିରାକରଣ ଲକ୍ଷ୍ୟ ପୂରଣ କରିବା ପାଇଁ ବ୍ଲକ୍‌ ସ୍ତରରେ ରୋଗ ନିରୂପଣ ସହ ଏକ୍ସରେ ବ୍ୟବସ୍ଥା କରାଯିବାର ଆବଶ୍ୟକତା ରହିଛି। ଅତି କମ୍‌ରେ ୩ଟି ମୋବାଇଲ ଭ୍ୟାନ ପ୍ରଚଳନ ଓ ରୋଗ ନିରୂପଣ ସୁବିଧା ସହ ଅପହଞ୍ଚ ଇଲାକାରେ ଟିବି ରେଗୀ ଚିହ୍ନଟ ସହିତ ଚିକିତ୍ସା ସୁବିଧା ସମ୍ଭବ ହୋଇପାରିବ ବୋଲି ସ୍ବାସ୍ଥ୍ୟ ମନ୍ତ୍ରୀ ଦାସ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?